ବଢୁଛି ବିଧାୟକଙ୍କ ଲୋକପ୍ରିୟତା: ଭାଜପାରେ ମିଶିଲେ ୫ ବିଜେଡି ସରପଞ୍ଚ

ଭଞ୍ଜନଗର,୨୨ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କ ନୀତି ଓ ଆଦର୍ଶରେ ଅନୁପ୍ରାଣୀତ ହୋଇ ବୁଧବାର ବିରୋଧୀ ଦଳର ବହୁ କର୍ମୀଙ୍କ ସମେତ ବିଜେଡି ସମର୍ଥିତ ୫ ଜଣ ସରପଞ୍ଚ ଓ ସମିତିସଭ୍ୟ ଦଳ ଛାଡ଼ି
ଭାଜପାରେ ଯୋଗ ଦେଇଛନ୍ତି। ଏଥିସହ ଭଞ୍ଜନଗର ଏନ୍‌ଏସିର ପୂର୍ବତନ ଅଧ୍ୟକ୍ଷ ସୁଧୀର ରଞ୍ଜନ ବେହେରା ଏବଂ ତାଙ୍କ ସମର୍ଥକ ମଧ୍ୟ ଭାଜପାରେ ଯୋଗ ଦେଇଛନ୍ତି। ହରିଗଡ଼, ଗାଲେରୀ, ବାରୁଡ଼ା, ବ୍ରାହ୍ମଣପଦରର ସରପଞ୍ଚ ଓ ସାନକୋଦଣ୍ଡ ସମିତିସଭ୍ୟ ଭାଜପାରେ ଯୋଗ ଦେଇଛନ୍ତି। ତେଣୁ ନିର୍ବାଚନ ମଣ୍ଡଳୀରେ ପ୍ରଦ୍ୟୁମ୍ନ ଲୋକପ୍ରିୟତା ପୂର୍ବ ଅପେକ୍ଷା
ବହୁତ ବଢ଼ିଯାଇଛି। ମିଶ୍ରଣ ପର୍ବ ପୂର୍ବରୁ ସେମାନେ ନିଜ ସମର୍ଥକମାନଙ୍କୁ ନେଇ ଶୋଭାଯାତ୍ରାରେ ସଭାସ୍ଥଳକୁ ଆସିଥିଲେ। ଏନେଇ କଲେଜ ରୋଡ୍‌ ବିଡେକା ପଡ଼ିଆରେ ମିଶ୍ରଣ ପର୍ବ ହୋଇଥିଲା। ଏଥିରେ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଏବଂ ବିଧାୟକ ପ୍ରଦ୍ୟୁମ୍ନ ନାୟକ ଯୋଗଦେଇ ନୂତନ ନେତା ଓ କର୍ମୀଙ୍କୁ ସ୍ବାଗତ କରିଥିଲେ। ଏଥିସହ ନବାଗତ, ପୁରୁଣା ନେତା ଓ କର୍ମୀଙ୍କୁ ନେଇ ମିଳିମିଶି ଆଗକୁ ବଢ଼ିବା ବୋଲି ଉଭୟ ନେତା କହିଥିଲେ। ମଞ୍ଚରେ ଅନ୍ୟମାନଙ୍କ ମଧ୍ୟରେ ଭଞ୍ଜନଗର ସାଂଗଠନିକ ଜିଲା ଭାଜପା ସଭାପତି ନୀଳମାଧବ ପାତ୍ର, ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ବିଷ୍ଣୁ ପ୍ରସାଦ ପ୍ରଧାନ, ବ୍ଲକ ଅଧ୍ୟକ୍ଷ ନରୀସଭା ନାୟକ, ଜଗନ୍ନାଥପ୍ରସାଦ ବ୍ଲକ ଉପାଧ୍ୟକ୍ଷ ନୀଳାଚଳ ଖିଲାର, ଏମ୍‌ପି ପ୍ରତିନିଧି ମହେନ୍ଦ୍ର ପଣ୍ଡା, ରବୀନ୍ଦ୍ର ଗୌଡ଼, ସନ୍ତୋଷ ତିଆଡ଼ି, ଧୋବା ଗୌଡ, ଶିବ ଶଙ୍କର ପ୍ରଧାନ, ସମସ୍ତ ମଣ୍ଡଳ ସଭାପତି ପ୍ରମୁଖ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ, ପ୍ରଦ୍ୟୁମ୍ନ ୨୦୨୪ ସାଧାରଣ ନିର୍ବାଚନରେ ବିଜୟୀ ହେବା ପରଠୁ ତାଙ୍କର ଲୋକ ପ୍ରିୟତା ଦିନକୁ ଦିନ ବଢୁଥିବା ଲକ୍ଷ୍ୟ କରାଯାଉଛି। ବିରୋଧୀ ଦଳର ଅଧିକାଂଶ ନେତା ବର୍ତ୍ତମାନ ଭାଜପାରେ ମିଶି ଗଲେଣି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ଯୁଦ୍ଧ ସମାପ୍ତ କରାଇପାରେ ଭାରତ’, ଇସ୍ରାଏଲର ରାଷ୍ଟ୍ରଦୂତଙ୍କ ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟକୁ ନେଇ ବିଶ୍ୱରେ ହଇଚଇ

ନୂଆଦିଲ୍ଲୀ,୨୫।୩: ଇରାନ ଯୁଦ୍ଧ ସମାପ୍ତ କରିବାରେ ଭାରତର ଭୂମିକା ଗୁରୁତ୍ୱପୂର୍ଣ୍ଣ ହୋଇପାରେ। ନୂଆଦିଲ୍ଲୀରେ ଇସ୍ରାଏଲର ରାଷ୍ଟ୍ରଦୂତ ରୁଭେନ ଆଜାର କହିଛନ୍ତି , ପଶ୍ଚିମ ଏସିଆରେ ଭାରତର ଏକ…

ଗାଧୋଇବାକୁ ଯାଇ ଆଉ ଫେରିନଥିଲେ, ଆଜି ଘୋଡ଼ାହାଡ଼ ନଦୀ ଗଣ୍ଡରୁ ମିଳିଲା ମୃତଦେହ

ଦିଗପହଣ୍ଡି,୨୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ନିକଟ ଘୋଡ଼ାହାଡ଼ ନଦୀ ଗଣ୍ଡରୁ ଜଣେ ଯୁବକଙ୍କ ମୃତଦେହକୁ ଅଗ୍ନିଶମବାହିନୀ ବୁଧବାର ଉଦ୍ଧାର କରିଛି।…

LPG ଅଭାବ ମଧ୍ୟରେ ଆହୁରି କଡ଼ାକଡ଼ି ହେଲା ନିୟମ: ବୁକିଂ ସମୟସୀମା ବଢିଲା, ଏଣିକି ଏତେ ଦିନ କରିବାକୁ ପଡିବ ଅପେକ୍ଷା

ନୂଆଦିଲ୍ଲୀ,୨୫।୩: ଏଲପିଜି ସିଲିଣ୍ଡରର ଅଭାବ ମଧ୍ୟରେ, ଗ୍ୟାସ କମ୍ପାନୀଗୁଡ଼ିକ ସେମାନଙ୍କର ବୁକିଂ ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛନ୍ତି। ଗ୍ରାହକମାନଙ୍କୁ ସେମାନଙ୍କର ପରବର୍ତ୍ତୀ ସିଲିଣ୍ଡର ବୁକ୍‌ କରିବା ପାଇଁ…

ଦେଶବାସୀଙ୍କ ପାଇଁ ଖୁସିଖବର: ଯୁଦ୍ଧ ମଧ୍ୟରେ ଏହି ୫ ବଡ଼ ନିଷ୍ପତ୍ତି ନେଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ,୨୫।୩: ପଶ୍ଚିମ ଏସିଆରେ ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଭାରତ ସରକାର ଦେଶର ଅର୍ଥନୀତି ଏବଂ ସାଧାରଣ ଜନତାଙ୍କୁ ଏହାର ପ୍ରତିକୂଳ…

‘ଯୁଦ୍ଧ ମଧ୍ୟରେ ଆମେରିକାକୁ ମୂଲ୍ୟବାନ ଉପହାର ପଠାଇଲା ଇରାନ’, ଟ୍ରମ୍ପଙ୍କ ବଡ଼ ସୂଚନା, ସାରା ବିଶ୍ୱ ଚକିତ

ଓ୍ବାଶିଂଟନ୍‌,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଦାବି କରିଛନ୍ତି ଯାହା ସମଗ୍ର ବିଶ୍ୱକୁ ଚକିତ କରିଦେଇଛି। ଟ୍ରମ୍ପ କହିଛନ୍ତି ଯେ…

ଏପ୍ରିଲ ୬ରୁ ସକାଳୁଆ କୋର୍ଟ

କଟକ,୨୫।୩(କୁମାରଶ୍ରୀ): ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆସନ୍ତା ଏପ୍ରିଲ ୬ରୁ ରାଜ୍ୟର ସମସ୍ତ ଜିଲା ଓ ଅଧୀନସ୍ଥ ଅଦାଲତ ସକାଳୁଆ ହେବ। ମଙ୍ଗଳବାର ଏ ନେଇ ହାଇକୋର୍ଟ…

ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ଶେଷ କରିବାକୁ ଅଣ୍ଟା ଭିଡ଼ିଲା ପାକିସ୍ତାନ, କିଏ କିଏ ବୈଠକରେ ଯୋଗଦେବେ, ଜାଣନ୍ତୁ…

ନୂଆଦିଲ୍ଲୀ,୨୫।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ ଭାବରେ ସୂଚିତ କରିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧ ସମାପ୍ତ କରିବା ପାଇଁ ଆଲୋଚନା ପାକିସ୍ତାନରେ…

ଡ୍ରଗ୍ସ ବେପାର ସନ୍ଦେହରେ ଚଢ଼ାଉ କରିଥିଲା ପୋଲିସ, ଘରୁ ମିଳିଲା… ଦେଖିକି ପୋଲିସ ତାଜୁବ

ଉଦଳା,୨୫।୩(ସନ୍ତୋଷ ବାଞ୍ଛିନୀ): ଆଳୁ ଖୋଳୁ ଖୋଳୁ ବାହାରିଲେ ମହାଦେବ। ଘରୁ ମିଳିଲା ବିଡା ବିଡା ଟଙ୍କା ଆଉ ଚୋରା ବିଦେଶୀ ମଦ। ଡ୍ରଗ୍ସ ବେପାର ସନ୍ଦେହରେ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri