ନୂଆ ବର୍ଷରେ ନବୀନଙ୍କୁ ଭେଟିଲେ ପାରଳାଖେମୁଣ୍ଡି ବିଧାୟକ, ଚାଷୀଙ୍କ ସମସ୍ୟାକୁ ନେଇ…

ଗଜପତି,୩।୧(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ବିଧାୟକ ଇଂ ରୁପେଶ କୁମାର ପାଣିଗ୍ରାହୀ ଶନିବାର ସନ୍ଧ୍ୟାରେ ନବୀନ ନିବାସକୁ ଯାଇ ସେଠାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଭେଟି ତାଙ୍କୁ ନୂତନ ବର୍ଷର ଅଭିନନ୍ଦନ ଜଣାଇଛନ୍ତି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପାରଳାଖେମୁଣ୍ଡିକୁ ବହୁତ ଭଲ ପାଆନ୍ତି। କାରଣ ତାଙ୍କ ଜେଜେବାପା ଲକ୍ଷ୍ମୀ ନାରାୟଣ ପଟ୍ଟନାୟକ ଅତୀତରେ ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ଦିୱାନ ଥିଲେ। ଅନ୍ୟପକ୍ଷରେ କିମ୍ବଦନ୍ତୀ ପୁରୁଷ ବିଜୁ ପଟ୍ଟନାୟକ ମଧ୍ୟ ସ୍ବର୍ଗତ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ସହଯୋଗ ଓ ସମର୍ଥନରେ ପାଇଲଟ ତାଲିମ ପାଇଁ ଫେଲୋଶିପ ପାଇଥିଲେ। ଏହା ବ୍ୟତୀତ ଗଜପତି ଜିଲାର ଆଦିବାସୀ ଏବଂ କୃଷକମାନଙ୍କ ପ୍ରତି ସମଭାବ ବିଷୟରେ ଅନେକ କିଛି ସେ ବିଧାୟକଙ୍କ ସହିତ ଆଲୋଚନା କରିଥିଲେ। ମୁଖ୍ୟତଃ ଚଳିତ ବର୍ଷ ଚାଷୀଙ୍କ ଭଲ ଧାନ ହୋଇଛି ଏବଂ ସେ ସବୁ ଧାନ ଚାଷୀ ମଣ୍ଡିରେ ଧାନ ଦେବେ । ସେହି ପରିପ୍ରେକ୍ଷୀରେ ଚାଷୀଙ୍କ ଟୋକେନ ଏବଂ ଧାନ କ୍ରୟ ସମୟରେ କଟନି ଛଟନି ସମସ୍ୟା ଯେଭଳି ନ ହୁଏ ଏବଂ ଚାଷୀ ସୁରୁଖୁରୁରେ ଧାନ ଦେଇ ଉଚିତ ସମୟରେ ଉଚିତ ପ୍ରାପ୍ୟ ଯେଭଳି ଚାଷୀଙ୍କ ଖାତାକୁ ଯିବ , ଏଭଳି ବିଭିନ୍ନ ବିଷୟରେ ପାରଳା ବିଧାୟକଙ୍କ ସହ ଆଲୋଚନା କରିଥିଲେ। ପାରଳା ବିଧାୟକ ନବୀନଙ୍କୁ ନୂତନ ବର୍ଷର ଅଭିନନ୍ଦନ ଜଣାଇବା ସମୟରେ ତାଙ୍କ ସହିତ ତାଙ୍କ ଝିଅ ପରିବେଶ ସୁରକ୍ଷା ଗବେଷିକା ଧୃତିମୋକ୍ଷା ପାଣିଗ୍ରାହୀ ଏବଂ ପୁତୁରା ଶ୍ରୀ ବିଶ୍ୱରାଜ ପାଣିଗ୍ରାହୀ ଉପସ୍ଥିତ ଥିଲେ ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri