ପାରାଦୀପରୁ ଫେରିଲେ ବିଧାୟକ: ରାଜ୍ୟ ସଭା ନିର୍ବାଚନ ପାଇଁ ଭୋଟିଂ ଆରମ୍ଭ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି। ବିଧାନସଭା ୫୪ ନଂ ପ୍ରକୋଷ୍ଠରେ ଚାଲିଛି ଭୋଟିଂ। ଅପରାହ୍ଣ ୪ଟା ଯାଏ ଚାଲିବ ମତଦାନ। ୫ଟାରେ ଗଣତି କରାଯିବ। ଭୋଟିଂରେ ସାମିଲ ହେବାପାଇଁ ପାରାଦୀପରେ ରହିଥିବା ଭାଜପା ବିଧାୟକମାନେ ୩ଟି ବସ୍‌ ଯୋଗେ ରାଜଧାନୀ ଫେରିଛନ୍ତି।

ଏପ୍ରିଲ ୨ ତାରିଖରେ ରାଜ୍ୟ ସଭାରୁ ସୁଜିତ୍‌ କୁମାର, ମମତା ମହନ୍ତ, ମୁଜିବୁଲ୍ଲା ଖାନ(ମୁନା) ଏବଂ ନିରଞ୍ଜନ ବିଶିଙ୍କ କାର୍ଯ୍ୟକାଳ ଶେଷ ହେବ। ଖାଲି ହେବାକୁ ଥିବା ଏହି ଆସନଗୁଡିକରେ ୪ ଜଣ ରାଜ୍ୟ ସଭାକୁ ଯିବେ। ଏଥିଲାଗି ୫ ଜଣ ପୁରୁଷ ପ୍ରାର୍ଥୀଙ୍କ ମଧ୍ୟରେ ପ୍ରତିଯୋଗିତା ହେଉଛି। ଭାଜପା ପକ୍ଷରୁ ସୁଜିତ କୁମାର ଏବଂ ମନମୋହନ ସାମଲଙ୍କୁ ପ୍ରାର୍ଥୀ କରାଯାଇଛି। ସେହିପରି ଭାଜପା ସମର୍ଥନରେ ସ୍ବାଧୀନ ଭାବେ ଦିଲୀପ ରାୟ ପ୍ରାର୍ଥୀ ହୋଇଛନ୍ତି। ବିଜେଡି ସନ୍ତୃପ୍ତ ମିଶ୍ରଙ୍କୁ ପ୍ରାର୍ଥୀ କରିଛି। ଅନ୍ୟପଟେ ବିଜେଡି, କଂଗ୍ରେସ ଏବଂ ସିପିଆଇ(ଏମ୍‌) ପକ୍ଷରୁ ମିଳିତ ଭାବେ ଡାକ୍ତର ଦତ୍ତେଶ୍ୱର ହୋତାଙ୍କୁ କମନ୍‌ ପ୍ରାର୍ଥୀ କରାଯାଇଛି। ୩ ଦଳର ସମର୍ଥନରେ ଦତ୍ତେଶ୍ୱର ସ୍ବାଧୀନ ଭାବେ ନାମାଙ୍କନ ଦାଖଲ କରିଛନ୍ତି। ୪ ଆସନ ଲାଗି ୫ ଜଣ ପ୍ରାର୍ଥୀ ଥିବାରୁ ରାଜ୍ୟ ସଭା ପାଇଁ ନିର୍ବାଚନ ହେଉଛି।

ସୂଚନାଯୋଗ୍ୟ, ଶାସକ ଭାଜପାର ସମସ୍ତ ବିଧାୟକ, ଦୁଇ ଉପମୁଖ୍ୟମନ୍ତ୍ରୀଙ୍କ ସମେତ ଅନ୍ୟ ମନ୍ତ୍ରୀ, ଏମ୍‌ପିମାନେ ଶନିବାର ରାତିଠାରୁ ବେଳାଭୂମି ରାସ୍ତା ପାଖରେ ଥିବା ହୋଟେଲ ‘ମେ ଫେୟାର’ରେ ଅବସ୍ଥାନ କରିଥିଲେ। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ରବିବାର ମଧ୍ୟାହ୍ନରେ ଭୁବନେଶ୍ୱରରୁ ଏକ ହେଲିକପ୍ଟର ଜରିଆରେ ପାରଦୀପ ଯାଇଥିଲେ। ତାଙ୍କୁ ନୂଆବଜାର ଗୋପବନ୍ଧୁ ଷ୍ଟାଡିୟମରେ ସ୍ଥାନୀୟ ବିଧାୟକ ତଥା ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ବାଇଁ, ଜଗତ୍‌ସିଂହପୁର ବିଧାୟକ ଅମରେନ୍ଦ୍ର ଦାଶଙ୍କ ସମେତ ଦଳର ଆଗଧାଡିର କର୍ମୀ ସ୍ବାଗତ କରିଥିଲେ। ଦଳୀୟ ହୁଇପ୍‌ ଥିବାରୁ ହୋଟେଲ ଭିତରକୁ କାହାକୁ ଛଡା ଯାଇ ନ ଥିଲା। କୌଣସି ନେତା ଗଣମାଧ୍ୟମରେ ବୟାନ ଦେବାକୁ ରାଜି ହୋଇ ନ ଥିଲେ। କେବଳ ଜଗତ୍‌ସିଂହପୁର ଏମ୍‌ପି ବିଭୁପ୍ରସାଦ ତରାଇ କହିଥିଲେ, ଦଳରେ ଶୃଙ୍ଖଳା ରହିଛି ଏବଂ ଠିକଣା ସମୟରେ ଆମର ପ୍ରାର୍ଥୀଙ୍କ ବିଜୟ ସୁନିଶ୍ଚିତ ହେବ ବୋଲି କହି ଘୋଡାବେପାର ପ୍ରସଙ୍ଗକୁ ଏଡ଼ାଇ ଯାଇଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ସହ ଯିବାକୁ ସିଧା ମନାକଲା ଜାପାନ! ଜାଣନ୍ତୁ କାହିଁକି…

ଟୋକିଓ,୧୬।୩: ଜାପାନ ପ୍ରଧାନମନ୍ତ୍ରୀ ସାନାଏ ତାକାଇଚି ସଂସଦରେ କହିଛନ୍ତି ଯେ ଟୋକିଓ ବର୍ତ୍ତମାନ ହରମୁଜ ପ୍ରଣାଳୀ ଦେଇ ପରିବହନ କରୁଥିବା ତୈଳ ଟ୍ୟାଙ୍କରଗୁଡ଼ିକର ସୁରକ୍ଷା ସୁନିଶ୍ଚିତ କରିବା…

କାନ୍ଦବୋବାଳିରେ ଫାଟିପଡ଼ୁଛି SCB ପରିସର: ରୋଗୀଙ୍କୁ ଖୋଜୁଛନ୍ତି ସମ୍ପର୍କୀୟ

କଟକ,୧୬।୩: SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିବାବେଳେ ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଟ୍ରମା କେୟାର ICUରେ…

ଦିଲ୍ଲୀପ ରାୟ ମୋତେ ଫୋନ କରିଥିଲେ, କିନ୍ତୁ ମୁଁ…ମତଦାନ ପୂର୍ବରୁ ବଡ଼ କଥା କହିଦେଲେ ସିପିଏମ ବିଧାୟକ ଲକ୍ଷ୍ମଣ ମୁଣ୍ଡା

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନ ପାଇଁ ଭୋଟିଂ ଚାଲିଛି। ବିଧାନସଭା ୫୪ ନଂ ପ୍ରକୋଷ୍ଠରେ ଭୋଟିଂ ପ୍ରକ୍ରିୟା ଜାରି ରହିଛି। ଅପରାହ୍ଣ ୪ଟା ଯାଏ ମତଦାନ ଚାଲିବ।…

ଷ୍ଟ୍ରେଟ ଅଫ ହର୍ମୁଜରେ ଜାହାଜଗୁଡ଼ିକୁ ସୁରକ୍ଷା ଦେବ ଆମେରିକା? ଘୋଷଣା କରିବେ ଟ୍ରମ୍ପ? ଚାଲିଛି ବଡ଼ ଯାଜନା…

ଓ୍ବାଶିଂଟନ,୧୬।୩: ଆମେରିକା ଖୁବ ଶୀଘ୍ର ହର୍ମୁଜ ପ୍ରଣାଳୀକୁ ସୁରକ୍ଷିତ ରଖିବା ପାଇଁ ଏକ ଅନ୍ତର୍ଜାତୀୟ ମେଣ୍ଟ ଘୋଷଣା କରିପାରେ। ପ୍ରମୁଖ ବିଶ୍ୱ ରାଷ୍ଟ୍ରଗୁଡ଼ିକର ସହଯୋଗରେ ଗଠିତ, ଏହି…

କାହାକୁ ଭୋଟ ଦେଲେ ବିଜେଡିରୁ ନିଲମ୍ବିତ ବିଧାୟକ ସନାତନ ମହାକୁଡ଼: ନିଜେ କଲେ ବଡ଼ ଖୁଲାସା

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି। ବିଧାନସଭା ୫୪ ନଂ ପ୍ରକୋଷ୍ଠରେ ଚାଲିଛି ଭୋଟିଂ। ଅପରାହ୍ଣ ୪ଟା ଯାଏ ଚାଲିବ ମତଦାନ। ୫ଟାରେ…

ଟ୍ରମ୍ପଙ୍କ ଇସାରାରେ ନାଚିବ ଚାଇନା? ବଡ଼ ବିବୃତ୍ତି ଜାରି – ଷ୍ଟ୍ରେଟ ଅଫ ହର୍ମୁଜ ଦଖଲ କରିବାକୁ ଧମକ; ଘଟିବ କିଛି ବଡ଼ ଘଟଣା…

ଓ୍ବାଶିଂଟନ,୧୬।୩: ଫାଇନାନ୍ସିଆଲ ଟାଇମ୍ସ (FT) ସହିତ ଏକ ସାକ୍ଷାତକାରରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ଉପରେ ସିଧାସଳଖ ଚାପ ପକାଇଛନ୍ତି। ସେ କହିଛନ୍ତି ଯେ ଷ୍ଟ୍ରେଟ…

IPL 2026 ବଡ଼ ଧମାକା କରିବେ ବୈଭବ ସୂର୍ଯ୍ୟବଂଶୀ! ଟୁର୍ନାମେଣ୍ଟ ଆରମ୍ଭ ପୂର୍ବରୁ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୧୬।୩: ଭାରତୀୟ କ୍ରିକେଟର ଉଦୀୟମାନ ଯୁବ ତାରକାଙ୍କ ମଧ୍ୟରୁ ଜଣେ ବୈଭବ ସୂର୍ଯ୍ୟବଂଶୀ ଏବେ ଏକ ପ୍ରମୁଖ ଲକ୍ଷ୍ୟ ସହିତ 2026 IPL ସିଜିନରେ ଆରମ୍ଭ କରିବାକୁ…

ଅସ୍ବାଭାବିକ ଋତୁ ପରିବର୍ତ୍ତନ ଜୀବଜଗତର ଆଚରଣ ବଦଳାଉଛି

ଓ୍ବାଶିଂଟନ୍‌ ,୧୬ା୩: ଜଳବାୟୁ ପରିବର୍ତ୍ତନ ଏବେ ବିଶ୍ୱ ସମାଜ ପାଇଁ ସବୁଠୁ ଚିନ୍ତାଜନକ ହୋଇପଡ଼ିଛି। ଜଳବାୟୁ ପରିବର୍ତ୍ତନର ଦୀର୍ଘସୂତ୍ରୀ ପ୍ରଭାବ ମାନବ ସମାଜ ପାଇଁ କେତେ ଅନିଷ୍ଟକର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri