Posted inଜାତୀୟ

ବଢ଼ିଲା ବିଧାୟକଙ୍କ ଦରମା

କୋଲକାତା,୭ା୯: ପଶ୍ଚିମବଙ୍ଗର ବିଧାୟକମାନଙ୍କ ପାଇଁ ଏକ ବଡ଼ ଖୁସି ଖବର। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିଧାୟକଙ୍କୁ ଏକ ବଡ଼ ଉପହାର ଦେଇଛନ୍ତି। ରାଜ୍ୟ ବିଧାନସଭା ମୌସୁମୀ ଅଧିବେଶନର ଶେଷ ଦିନରେ ମୁଖ୍ୟମନ୍ତ୍ରୀ ବିଧାୟକ ଓ ମନ୍ତ୍ରୀଙ୍କ ଦରମାକୁ ମାସକୁ ୪୦ ହଜାର ଟଙ୍କା ବୃଦ୍ଧି କରିବାକୁ ଘୋଷଣା କରିଛନ୍ତି।

ଏହା ବ୍ୟତୀତ ମମତା କ୍ୟାବିନେଟ୍‌ ମନ୍ତ୍ରୀ ଏବଂ ରାଜ୍ୟ ମନ୍ତ୍ରୀଙ୍କ ଦରମା ବୃଦ୍ଧି କରିଛନ୍ତି। ବର୍ତ୍ତମାନ ରାଜ୍ୟ ମନ୍ତ୍ରୀଙ୍କ ମାସିକ ଦରମା ୧୦,୯୦୦ରୁ ବୃଦ୍ଧି ପାଇ ୫୦,୯୦୦ରେ ପହଞ୍ଚିଛି। ଏଥିସହିତ କ୍ୟାବିନେଟ୍‌ ମନ୍ତ୍ରୀଙ୍କ କ୍ଷେତ୍ରରେ ଏହି ପରିମାଣ ୧୧,୦୦୦ରୁ ୫୧,୦୦୦ଟଙ୍କାକୁ ବୃଦ୍ଧି କରାଯାଇଛି। ମାସିକ ଦରମା ବ୍ୟତୀତ କ୍ୟାବିନେଟ ମନ୍ତ୍ରୀ, ରାଜ୍ୟ ମନ୍ତ୍ରୀ ଏବଂ ବିଧାୟକମାନେ ପାଇବାକୁ ଥିବା ଅତିରିକ୍ତ ଭତ୍ତା ସମାନ ରହିବ।

ଜଣେ ରାଜ୍ୟ ସରକାରୀ ଅଧିକାରୀ କହିଛନ୍ତି, ଏହାର ଅର୍ଥ ହେଉଛି ବିଧାୟକମାନେ ଗ୍ରହଣ କରିଥିବା ଦରମା ଏବଂ ଭତ୍ତା ସମେତ ବର୍ତ୍ତମାନ ମାସିକ ୮୧,୦୦୦ରୁ ୧.୨୧.ଲକ୍ଷ ଟଙ୍କାକୁ ବୃଦ୍ଧି ପାଇବ। ସେହିଭଳି ବର୍ତ୍ତମାନଠାରୁ ମନ୍ତ୍ରୀଙ୍କ ପ୍ରକୃତ ମାସିକ ଦରମା ୧.୧୦ ଲକ୍ଷରୁ ମାସକୁ ପ୍ରାୟ ୧.୫୦ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ମହାନ ଜନନାୟକ ବିଜୁବାବୁଙ୍କୁ ବିଜେଡି ମନେ ପକାଇ…

ପାଟଣା,୧୭ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ବିଜେଡି ପକ୍ଷରୁ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ ଶୁକ୍ରବାର ରାଜନଗର ରଘୁନାଥଜିଉ ମଠ ପରିସରରେ ଅନୁଷ୍ଠିତ ହୋଇଛି।…

ଭାରତର ଭାଗ୍ୟ ଉଜ୍ୱଳ! ମିଳିଗଲା LPG ସଙ୍କଟକୁ ମୁକାବିଲା କରିବାର ସୂତ୍ର

ନୂଆଦିଲ୍ଲୀ,୧୭।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ କେବଳ ଭାରତକୁ ନୁହେଁ ବରଂ ବିଶ୍ୱବ୍ୟାପୀ ଅନେକ ଦେଶକୁ ଗ୍ୟାସ ସଙ୍କଟରେ ପକାଇଛି। ତଥାପି, ବିଶ୍ୱ ବଜାରରେ…

ପୁରୁଣା ବଜାର ଅଞ୍ଚଳକୁ ଓଏମ୍‌ସି ଖଣି ପ୍ରଭାବିତ ଅଞ୍ଚଳରେ ସାମିଲ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବଂଶପାଳ ବ୍ଲକ ଅନ୍ତର୍ଗତ ଶୁଆକାଟିରେ ଥିବା ଓଡ଼ିଶା ଖଣି ନିଗମର ଗନ୍ଧମାର୍ଦ୍ଦନ ଲୌହ ଖଣି କାର୍ଯ୍ୟ ଦ୍ବାରା ପ୍ରଭାବିତ ହେଇଥିବା କେନ୍ଦୁଝର ପୁରୁଣା…

ଦୁର୍ଗମ ଅଞ୍ଚଳରେ ବିକାଶକୁ ଗୁରୁତ୍ୱ: ଭ୍ରମରବାଡିରେ ପହଞ୍ଚିଲା ଜିଲା ପ୍ରଶାସନ

ଦାରିଙ୍ଗବାଡି,୧୭।୪(ଅରୁଣ ସାହୁ):ଏକଦା ମାଓବାଦୀ ପ୍ରବଣ ଅଞ୍ଚଳ ଭାବେ ଜଣାଶୁଣା ଥିଲା ଭ୍ରମରବାଡି। ଏବେ ଆଉ ସେ ପରିସ୍ଥିତି ନାହିଁ, ସେପଟେ କେନ୍ଦ୍ର ଗୃହ ମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟରେ…

Women Reservation Act 2023: ମହିଳା ସଂରକ୍ଷଣ ଆଇନ ସାରା ଦେଶରେ କାର୍ଯ୍ୟକାରୀ: ବିଜ୍ଞପ୍ତି ଜାରି କଲେ ସରକାର, କେବେ କାର୍ଯ୍ୟକାରୀ ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୭।୪: କେନ୍ଦ୍ର ଆଇନ ମନ୍ତ୍ରଣାଳୟ ଦ୍ୱାରା ଜାରି ଏକ ବିଜ୍ଞପ୍ତି ଅନୁଯାୟୀ, ମହିଳା ସଂରକ୍ଷଣ ଆଇନ, 2023, ଗୁରୁବାର (ଏପ୍ରିଲ ୧୬) ଠାରୁ କାର୍ଯ୍ୟକାରୀ ହୋଇଛି, ଏବଂ…

ଜ୍ୱାଇଁଙ୍କୁ ଛୁରି ଭୁସି ହତ୍ୟା: ଶଳା-ଶଳା ଭାଉଜଙ୍କୁ ବାନ୍ଧିଲା ପୋଲିସ

ବ୍ରହ୍ମପୁର,୧୭।୪ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ରେଡିକା ସାହିରେ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟି ଛୁରାମାଡ଼ରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି।…

ଇଣ୍ଡୋନେସିଆର ପଶ୍ଚିମ କାଲିମଣ୍ଟାନରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୮ମୃତ

ଜାକର୍ତ୍ତା,୧୭।୪: ଇଣ୍ଡୋନେସିଆର ପଶ୍ଚିମ କାଲିମଣ୍ଟାନ ପ୍ରଦେଶରେ ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହେବା ପରେ ଏଥିରେ ଥିବା ସମସ୍ତ ଆଠ ଜଣଙ୍କର ମୃତ୍ୟୁ ହୋଇଛି। ଉଦ୍ଧାରକାରୀ ଦଳ ବର୍ତ୍ତମାନ…

ପ୍ରେମିକଙ୍କ ସହ OYOରେ ଥିଲେ ଝିଅ, ପୋଲିସକୁ ନେଇ ହଠାତ୍‌ ପହଞ୍ଚିଗଲେ ମାଆ, ତା’ପରେ… ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୧୭।୪: ଆପଣ ସୋସିଆଲ ମିଡିଆରେ ଅନେକ ଭିଡିଓ ଦେଖିଥିବେ। ଏଥର ଏକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି ଯେଉଁଥିରେ ଜଣେ ଯୁବତୀଙ୍କୁ ତାଙ୍କ ମାଆ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri