ଅଧିକାରୀଙ୍କ ଅନୁପସ୍ଥିତି ଯୋଗୁ ବିଧାୟକଙ୍କ କ୍ଷୋଭ

ତୁମୁଡିବନ୍ଧ,୧୧ା୩: ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭା ଗୃହରେ ଶୁକ୍ରବାର ୪ତମ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକକୁ ବ୍ଲକ ଅଧ୍ୟକ୍ଷା ବାସନ୍ତୀ ମାଝି ସଭାପତିତ୍ୱ କରିଥିଲେ। ବୈଠକରେ ବାଲିଗୁଡ଼ା ବିଧାୟକ ଚକ୍ରମଣି କଁହର ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ। ସଭାପତି ମାଝି ଉପସ୍ଥିତ ଜନ ପ୍ରତିନିଧିମାନଙ୍କୁ ସ୍ବାଗତ ଭାଷଣ ଦେଇଥିଲେ। ବିଧାୟକ କଁହର ତାଙ୍କ ଅଭିଭାଷଣରେ ସମସ୍ତଙ୍କୁ ସ୍ବାଗତ କରିବା ସହିତ ବିରକ୍ତ ପ୍ରକାଶ କରିଥିଲେ। କାରଣ ବିଭାଗର ଅଧିକାରୀମାନେ ବୈଠକରେ ଯୋଗ ନଦେଇ ତାଙ୍କ ପ୍ରତିନିଧିମାନେ ଯୋଗ ଦେଇଥିଲେ। ଏ ନେଇ ଗୃହରେ ଉଦବେଗ ପ୍ରକାଶ ପାଇଥିଲା। କାର୍ଯ୍ୟସୂଚୀ ପ୍ରକାରେ ୧୧ ବିଷୟରେ ଆଲୋଚନା ହୋଇଥିଲା। ପ୍ରଥମେ ଜଙ୍ଗଲ ବିଭାଗ ଉପରେ ଆଲୋଚନା କରି ଜଙ୍ଗଲକୁ ନିଆଁ ନ ଲଗାଇବା ସେଥିପ୍ରତି ଜନ ସଚେତନତା ସୃଷ୍ଟି କରିବା ସହିତ ଜନ ପ୍ରତିନିଧି ମାନଙ୍କ ସହଯୋଗ ଆବଶ୍ୟକ ବୋଲି କହିଥିଲେ ବିଭାଗୀୟ ଅଧିକାରୀ। ମୃତ୍ତିକା ସଂରକ୍ଷଣ ବିଭାଗ ସମ୍ବନ୍ଧରେ ଆଲୋଚନା ବେଳେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଚାଲିଥିବା କୃଷି ଭିତ୍ତିକ ବନ୍ଧ ଖନନ କାର୍ଯ୍ୟ ମେଶିନରେ କରାଯାଉଥିବା ଅଭିଯୋଗ କରି ବୈଠକରେ ପ୍ରକାଶ ପାଇଥିଲା। କୃଷି ବିଭାଗ ଉପରେ ଆଲୋଚନା କରି ସରକାର ଚାଷୀଙ୍କ ପାଇଁ ବିଭିନ୍ନ ଯୋଜନା ବାବଦରେ ଜଣାଯାଇଥିଲା। ପ୍ରାଥମିକ ଶିକ୍ଷା ଓ ମଧ୍ୟାହ୍ନ ଭୋଜନ ଉପରେ ଆଲୋଚନା ବେଳେ ବିଭାଗୀୟ ଅଧିକାରୀ ଅନୁପସ୍ଥିତ ଥିବାନେଇ ରେଜୁଲେଶନ ବହିରେ ପ୍ରୋସିଡିଂ କରିବା ଗୃହରେ ନିଷ୍ପତ୍ତି ନିଆଯାଇଛି। ମହିଳା ଓ ଶିଶୁ ବିକାଶ ଯୋଜନା ଉପରେ ଆଲୋଚନା କରି ଅଧିକାଂଶ ଅଙ୍ଗନୱାଡି କେନ୍ଦ୍ର ବନ୍ଦ ରହୁଥିବା କହିଛନ୍ତି ଉପାଧ୍ୟକ୍ଷ ସନ୍ତୋଷ କୁମାର ସାହୁ। ସେହିପରି ଆଗକୁ ଖରାଦିନ ଆସୁଛି, ପାନୀୟ ଜଳ ଯୋଗାଣ ବାବଦରେ ସମସ୍ତ ପ୍ରକାର ପ୍ରସ୍ତୁତି କରି ରହିବା ପାଇଁ ମତ ପ୍ରକାଶ ପାଇଛି। ଖରା ଦିନରେ ଅଂଶୁଘାତ ପାଇଁ ସ୍ବାସ୍ଥ୍ୟସେବା ଯୋଗାଇଦେବା ପାଇଁ ସ୍ବାସ୍ଥ୍ୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ଅନ୍ୟାନ୍ୟ ବିଭାଗ ଉପରେ ଆଲୋଚନା କରାଯାଇଥିଲା। ବୈଠକରେ ଜିଲା ପରିଷଦ ସଭ୍ୟ ନବୀନ ପାତ୍ର, ଏମ୍‌ପି ପ୍ରତିନିଧି ପ୍ରମୋଦ କୁମାର ସାହୁ, ଉପାଧ୍ୟକ୍ଷ ସନ୍ତୋଷ କୁମାର ସାହୁ, ତୁମୁଡିବନ୍ଧ ତହସିଲଦାର ବନ ବିହାରୀ ହରପାଲ, ତୁମୁଡିବନ୍ଧ ବ୍ଲକ ବିଡିଓ ଦାୟିତ୍ୱରେ ରହିଥିବା ଏବିଡିଓ ଗୋବିନ୍ଦ ଚନ୍ଦ୍ର ଦାସ, ସମସ୍ତ ସରପଞ୍ଚ, ସମିତି ସଭ୍ୟା/ସଭ୍ୟ ଓ ସରକାରୀ ଅଧିକାରୀମାନେ ଉପସ୍ଥିତ ଥିଲେ। ଶେଷରେ ଏବିଡିଓ ଦାସ ସମସ୍ତଙ୍କୁ ଧନ୍ୟବାଦ ଦେଇ ବୈଠକ ଶେଷ କରିଥିଲେ। ଶେଷରେ ବିଧାୟକଙ୍କ ଦ୍ୱାରା ତୁମୁଡିବନ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଳାକାର ଭତ୍ତା ବଣ୍ଟନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୁକୁଡ଼ାଫାର୍ମ ଗନ୍ଧରେ ଅତିଷ୍ଠ ବସ୍ତିବାସିନ୍ଦା

ରାଉରକେଲା,୫ା୫(ବିପ୍ଲବ ରଞ୍ଜନ ଦାଶ)ରାଉରକେଲା ମହାନଗର ନିଗମ ଓ୍ବାର୍ଡ ନଂ. ୪ରେ ଥିବା ପ୍ରଧାନପାଲି ବସ୍ତି ନିକଟରେ କୁକୁଡ଼ାଫାର୍ମ ରହିଛି। ଫଳରେ ବସ୍ତି ପରିବେଶ ପ୍ରଦୂଷିତ ହେଉଥିବା...

୯୨୮ ଅଙ୍ଗନୱାଡି କେନ୍ଦ୍ରର ନାହିଁ ନିଜସ୍ବ ଗୃହ

ଭଦ୍ରକ,୫।୫ (ସନାତନ ରାଉତ)ଭଦ୍ରକ ଜିଲାରେ ୯୨୮ ଅଙ୍ଗନୱାଡି କେନ୍ଦ୍ରର ନିଜସ୍ବ ଗୃହ ନିର୍ମାଣ ହୋଇପାରି ନାହିଁ। ଫଳରେ ନିକଟସ୍ଥ ସ୍କୁଲ, କମ୍ୟୁନିଟି ସେଣ୍ଟର ଓ ଅଙ୍ଗନୱାଡି...

ଗଞ୍ଜାମରେ ଆଖୁ ଚାଷ ନିରାଶାଜନକ

ବ୍ରହ୍ମପୁର,୫।୫(ଅଶୋକ କୁମାର ସାହୁ):ଗଞ୍ଜାମ ଜିଲାରେ ଆଖୁ ଚାଷ ଚଳିତବର୍ଷ ନିରାଶାଜନକ ହୋଇଛି। ୨୦୨୩-୨୪ରେ ଜିଲାରେ ୮୦୧ ହେକ୍ଟର ଆଖୁଚାଷ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ ଥିବାବେଳେ ୬୮୦...

ଭଲ ଲୋକଙ୍କୁ ଭୋଟ ଦିଅନ୍ତୁ: ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି, ୫।୫ (ଗିରିଧାରୀ ପରିଛା):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶନିବାର ଗଜପତି ଜିଲା ପାରଳାଖେମୁଣ୍ଡିଠାରେ ନିର୍ବାଚନ ପ୍ରଚାର କରିଛନ୍ତି।...

ବଢ଼ୁଛି ହାତୀ ଜନିତ କ୍ଷୟକ୍ଷତି

ବଇଣ୍ଡା,୫।୫(ପରିକ୍ଷିତ ସାହୁ)ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଧଣ୍ଡାତୋପା ରେଞ୍ଜରେ କିଛିଦିନ ହେବ ହାତୀ ଉପଦ୍ରବ ଲାଗି ରହିଛି। ନିକଟସ୍ଥ ଜଙ୍ଗଲରୁ ଚାଲି ଆସୁଥିବା ହାତୀ ଜମି...

ଦୁର୍ଦ୍ଦିନରେ ଠିକା ଶ୍ରମିକ, କର୍ମଚାରୀ

ଯାଜପୁର,୫ା୫(ହର୍ଷବର୍ଦ୍ଧନ ବେହେରା)ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ଜିନ୍ଦଲ ଷ୍ଟେନ୍‌ଲେସ୍‌ ଷ୍ଟିଲ୍‌ (ଜେଏସ୍‌ଏଲ୍‌)ରେ ନିୟୋଜିତ ଏକ ଅଣଓଡ଼ିଆ ଠିକାସଂସ୍ଥା ଜିଏମ୍‌ ଏଣ୍ଟରପ୍ରାଇଜର୍ସ ୪୬ ଜଣ ଗରିବ ଶ୍ରମିକଙ୍କୁ...

କୁଶଢିପି ଗାଁରେ ପାଣି ପାଇଁ ହାହାକାର

ଓଡ଼ଗାଁ,୫ା୫(ଆଦର୍ଶ କୁମାର ପଟ୍ଟନାୟକ )ଚାରିଆଡ଼େ ଅସମ୍ଭାଳ ହେଲାଣି ପାନୀୟ ଜଳ ସମସ୍ୟା। କେଉଁଠି ପାଣି ପାଇଁ ଲୋକେ ବହୁ ପଥ ଚାଲି ଚାଲି ଯାଇ ପାନୀୟ...

ପୁରୀ ଲୋକ ସଭା ଆସନ ପାଇଁ ଜୟ ନାରାୟଣ ପଟ୍ଟନାୟକଙ୍କୁ ପ୍ରାର୍ଥୀ କଲା କଂଗ୍ରେସ

ଭୁବନେଶ୍ୱର,୪ା୫: କଂଗ୍ରେସ ଜୟ ନାରାୟଣ ପଟ୍ଟନାୟକଙ୍କୁ ପୁରୀ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ କରିଛି। ଏହାପୂର୍ବରୁ ପାର୍ଟି ପାଣ୍ଠି ନ ମିଳିବାରୁ ହେତୁ ସୁଚରିତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri