ବିଭାଗୀୟ ଅଧିକାରୀଙ୍କୁ ବିଧାୟକଙ୍କ ତାଗିଦ୍‌

କଟକ,୪ା୧୦(କାର୍ତ୍ତିକ ସାହୁ)ଏସ୍‌ସିବି ମେଡିକାଲରେ କ୍ରମାଗତ ୨ ଦିନ ଧରି ବିଦ୍ୟୁତ୍‌ ବିଭ୍ରାଟ ଓ ତା’ପରେ ଗୋଟିଏ ଦିନ ଜଳଯୋଗାଣ ବିଭ୍ରାଟକୁ ନେଇ ବିଭାଗୀୟ ଅଧିକାରୀଙ୍କୁ ଦାୟୀ କରିଛନ୍ତି ବିଧାୟକ ସୌଭିକ୍‌ ବିଶ୍ୱାଳ। ଏଭଳି ବିଭ୍ରାଟ ଘଟଣାକୁ ନେଇ ବିଧାୟକ ସୌଭିକ୍‌ ଏସ୍‌ସିବି ମେଡିକାଲ ଅଧୀକ୍ଷକଙ୍କ ସମ୍ମିଳନୀ କକ୍ଷରେ ମଙ୍ଗଳବାର ସମୀକ୍ଷା ବୈଠକ କରି ଅଧିକାରୀମାନଙ୍କୁ ତାଗିଦ୍‌ କରିଛନ୍ତି। ବିଭାଗୀୟ ଅଧିକାରୀମାନଙ୍କ ଅବହେଳା ପାଇଁ ବିଶ୍ୱସ୍ତରୀୟ ହେବାକୁ ଯାଉଥିବା ଏସ୍‌ସିବି ମେଡିକାଲ ନିନ୍ଦିତ ହେଉଛି ବୋଲି ସେ କହିଛନ୍ତି।
ବିଧାୟକ ବିଶ୍ୱାଳ ବୈଠକରେ ମେଡିକାଲର ବିଭିନ୍ନ ଅବ୍ୟବସ୍ଥା ନେଇ ବିଭାଗୀୟ ଅଧିକାରୀଙ୍କ ଉପରେ ବର୍ଷିଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏସ୍‌ସିବିକୁ ଏମ୍‌ସ ପ୍ଲସ୍‌ ଭାବେ ନୂଆ ରୂପରେଖ ଦେବାକୁ ଚାହୁଁଥିବାବେଳେ ମେଡିକାଲ କର୍ତ୍ତୃପକ୍ଷ ମଧ୍ୟ ପ୍ରୟାସ ଜାରି ରଖିଛନ୍ତି। କିନ୍ତୁ ଦୁଃଖର ବିଷୟ କେତେଜଣ ବିଭାଗୀୟ ଅଧିକାରୀଙ୍କ କାର୍ଯ୍ୟରେ ଅବହେଳା ଯୋଗୁ ଅନେକ ସମୟରେ ଏସ୍‌ସିବି ମେଡିକାଲ ଚର୍ଚ୍ଚାର ପରିସରକୁ ଆସୁଛି। ବିଶ୍ୱସ୍ତରୀୟ ହେବାକୁ ଯାଉଥିବା ଏସ୍‌ସିବି ମେଡିକାଲରେ ଅନେକ ସମୟରେ ପାନୀୟ ଜଳ, ବିଦ୍ୟୁତ ସେବା ବାଧାପ୍ରାପ୍ତ ହେଉଛି। ଏହା ଅତ୍ୟନ୍ତ ଦୁଃଖଦାୟକ ଘଟଣା ବୋଲି ବିଧାୟକ କହିଥିଲେ। ତେବେ ସମସ୍ୟାଗୁଡ଼ିକର ସମାଧାନ ପାଇଁ ବୈଠକରେ ବିସ୍ତୃତ ଭାବେ ଆଲୋଚନା କରାଯାଇଥିଲା। ୨୪ ଘଣ୍ଟା ନିରବଚ୍ଛିନ୍ନ ପାନୀୟ ଜଳ ଓ ବିଦ୍ୟୁତ୍‌ ସେବା ଉପରେ ଗୁରୁତ୍ୱ ଦେବାକୁ ବିଧାୟକ କହିଥିଲେ। ଆଗାମୀ ଦିନରେ ଯେପରି କୌଣସି ବିଭ୍ରାଟ ନ ଘଟେ ବିଧାୟକ ସେନେଇ ବିଭାଗୀୟ ଅଧିକାରୀଙ୍କୁ ତାଗିଦ୍‌ କରିଥିଲେ। କାର୍ଯ୍ୟରେ କୌଣସି ପ୍ରକାର ଅବହେଳାକୁ ବରଦାସ୍ତ କରାଯିବ ନାହିଁ ବୋଲି ସେ କଡ଼ା ଚେତାବନୀ ଦେଇଛନ୍ତି। ଏଥିସହ ଆସନ୍ତା ୭ ଦିନ ମଧ୍ୟରେ କାର୍ଯ୍ୟର ଅଗ୍ରଗତି ନେଇ ପୁଣି ବୈଠକ ବସିବା ନେଇ ବିଧାୟକ ସୂଚନା ଦେଇଛନ୍ତି। ଏସ୍‌ସିବି ମେଡିକାଲ ଅଧୀକ୍ଷକ ପ୍ରଫେସର ଡା. ସୁଧାଂଶୁ ଶେଖର ମିଶ୍ର, କୁଳସଚିବ ଡ. ଅବିନାଶ ରାଉତଙ୍କ ସମେତ ୱାଟ୍‌କୋ, ଏସିବି ମେଡିକାଲ କଲେଜକୁ ପାନୀୟ ଜଳ ଯୋଗାଣ ଦାୟିତ୍ୱରେ ଥିବା ଏସ୍‌ଡିଓ, ପିଏଚ୍‌ଡିର ଆସିଷ୍ଟାଣ୍ଟ ଇଞ୍ଜିନିୟର, ପୂର୍ତ୍ତ ବିଭାଗର ନିର୍ବାହୀ ଯନ୍ତ୍ରୀ, ସହକାରୀ ଯନ୍ତ୍ରୀ, ଜିଇଡିର ନିର୍ବାହୀ ଯନ୍ତ୍ରୀ, ସହକାରୀ ଯନ୍ତ୍ରୀ, ଟାଟା ପାୱାର ନିର୍ବାହୀ ଯନ୍ତ୍ରୀ, ସହକାରୀ ଯନ୍ତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ। ଉଲ୍ଲେଖଯୋଗ୍ୟ, ବିଦ୍ୟୁତ୍‌ ବିଭ୍ରାଟ ଯୋଗୁ ଗତ ଶନିବାର ଓ ରବିବାର ଦୁଇ ଦିନ ଧରି ଏସ୍‌ସିବି ମେଡିକାଲରେ ରୋଗୀସେବା ପ୍ରଭାବିତ ହୋଇଥିଲା। ଶନିବାର ୮ ଘଣ୍ଟା ଓ ରବିବାର ନିଦାନ ବିଭାଗରେ ପ୍ରାୟ ୬ ଘଣ୍ଟା ବିଦ୍ୟୁତ୍‌ ସରବରାହ ବନ୍ଦ ହୋଇଥିଲା। ଫଳରେ ରୋଗୀଙ୍କ ରକ୍ତ ପରୀକ୍ଷା ଓ ସିଟି ସ୍କାନ ହୋଇପାରି ନ ଥିଲା। ଏହାଦ୍ୱାରା ଗୁରୁତର ରୋଗୀମାନେ ପ୍ରଭାବିତ ହୋଇଥିଲେ। ରୋଗୀଙ୍କ ଚିକିତ୍ସାରେ ବହୁ ସମସ୍ୟା ହୋଇଥିବାରୁ ରୋଗୀ ଓ ତାଙ୍କ ସମ୍ପର୍କୀୟମାନେ ଅସନ୍ତୋଷ ପ୍ରକାଶ କରିଥିଲେ। ପୁଣି ସୋମବାର ପାଣି ପାଇପ୍‌ ଫାଟି ଜଳ ଯୋଗାଣ ବାଧାପ୍ରାପ୍ତ ହୋଇଥିଲା। ଏହାଦ୍ୱାରା ରୋଗୀ ଓ ସେମାନଙ୍କ ସମ୍ପର୍କୀୟମାନେ ଦୁର୍ଦ୍ଦଶା ଭୋଗିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?