ରତ୍ନଭଣ୍ଡାର ଖୋଲିବା ନେଇ ବିଧାନସଭାରେ ଦାବି ଉପସ୍ଥାପନ କରିବେ ବିଧାୟକ

ପୁରୀ,୨୪।୯(ଅଜିତ୍‌ ମହାନ୍ତି): ଭକ୍ତମାନଙ୍କ ପାଇଁ ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା ନେଇ ଅନେକ ଦିନ ହେବ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଦାବି କରାଯାଉଛି। ଏପରି କି ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା ଦାବି କରି ଶ୍ରୀଜଗନ୍ନାଥ ସେନା ତରଫରୁ ଆସନ୍ତା ୪ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଶ୍ରୀଜଗନ୍ନାଥ ସେନା ପକ୍ଷରୁ ଦିଆଯାଇଥିବା ଶାନ୍ତିପୂର୍ଣ୍ଣ ଓଡ଼ିଶା ବନ୍ଦ ଡାକରାକୁ ବିଧାୟକ ଜୟନ୍ତ ଷଡ଼ଙ୍ଗୀ ସମର୍ଥନ କରିଛନ୍ତି। ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା ପାଇଁ ସେ ଦାବି କରି ଆସୁଛନ୍ତି ମାତ୍ର ପ୍ରଶାସନ କାମ ଆଳ ଦେଖାଇ ଭକ୍ତମାନଙ୍କ ପାଇଁ ଦ୍ୱାର ଖୋଲାଯାଉ ନ ଥିବା ଷଡ଼ଙ୍ଗୀ କହିଛନ୍ତି।

ସୁଚନାଯୋଗ୍ୟ, ଦୀର୍ଘ ୩୮ ବର୍ଷ ହେବ ରତ୍ନଭଣ୍ଡାର ଖୋଲାଯାଇ ନ ଥିବା ବେଳେ ଏହାର ଜରୁରୀ ମରାମତି ଆବଶ୍ୟକ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଥିଲା। ତେବେ ବିଭିନ୍ନ ଆଳ ଦେଖାଇ ଶ୍ରୀମନ୍ଦିର ପ୍ରଶାସନ ରତ୍ନଭଣ୍ଡାର ଖୋଲୁ ନ ଥିବା ବେଳେ ଆସନ୍ତା ୨୦୨୪ ରଥଯାତ୍ରା ସମୟରେ ରତ୍ନଭଣ୍ଡାର ମରାମତି କରାଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଥିଲା, ଯାହାକୁ ଜଗନ୍ନାଥ ସେନା ଘୋର ବିରୋଧ କରିବା ସହ ଯଥାଶୀଘ୍ର ରତ୍ନଭଣ୍ଡାର ଖୋଲିବାକୁ ବାରମ୍ବାର ଆନ୍ଦୋଳନ କରିଛି। ଏବେ ବିଧାନସଭାର ମୌସୁମୀ ଅଧିବେଶନ ଚାଲିଥିବାବେଳେ ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗକୁ ବିଧାନସଭାରେ ଉଠାଇବେ ବୋଲି ବିଧାୟକ ଷଡ଼ଙ୍ଗୀ ସୂଚନା ଦେଇ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri