ଏମ୍‌କେସିଜିରେ ଏମ୍‌ଏଲ୍‌ସିୟୁ, ଏସ୍‌ଏମ୍‌ଆଇଟି ଉଦ୍‌ଘାଟିତ

ବ୍ରହ୍ମପୁର ଅଫିସ, ୨୪।୩: ରାଜ୍ୟରେ ମାତୃ-ଶିଶୁ ମୃତ୍ୟୁହାର ହ୍ରାସ କରିବା ପାଇଁ ରାଜ୍ୟ ସରକାର ନର୍ସିଂ ଅଫିସର୍ସମାନଙ୍କ ପାଇଁ ସ୍ବତନ୍ତ୍ର ପ୍ରଶିକ୍ଷଣ ବ୍ୟବସ୍ଥା କରିଛନ୍ତି। ଏଥିପାଇଁ ଏମ୍‌କେସିଜି ବଡ଼ ଡାକ୍ତରଖାନାରେ ମିଡଓ୍ବାଇଫେରି ଲିଡ୍‌ କେୟାର୍‌ ୟୁନିଟ୍‌(ଏମ୍‌ଏଲ୍‌ସିୟୁ) ଏବଂ କଲେଜ ଅଫ ନର୍ସିଂ ପରିସରରେ ଷ୍ଟେଟ୍‌ ମିଡୱାଇଫେରି ଟ୍ରେନିଂ ଇନ୍‌ଷ୍ଟିଚ୍ୟୁଟ(ଏସ୍‌ଏମ୍‌ଆଇଟି) ଉଦ୍‌ଘାଟିତ ହୋଇଯାଇଛି।

କଲେଜ ଅଫ ନର୍ସିଂ ପରିସରରେ ଆୟୋଜିତ ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସଚିବ ଡା. ଶାଲିନୀ ପଣ୍ଡିତ ଭର୍ଚୁଆଲ ମାଧ୍ୟମରେ ଯୋଗ ଦେଇଥିଲେ। ସେହିପରି ସମ୍ମାନିତ ଅତିଥି ଭାବେ ଏନ୍‌ଏଚ୍‌ଏମ୍‌ ନିର୍ଦ୍ଦେଶକ ଡ. ବୃନ୍ଦା ଡି. ମଧ୍ୟ ଉପସ୍ଥିତ ରହିଥିଲେ। ଏହି ସ୍ବତନ୍ତ୍ର ପ୍ରଶିକ୍ଷଣର ଉଦ୍ଦେଶ୍ୟ ମା’ ଓ ଶିଶୁଙ୍କୁ କିପରି ସ୍ବତନ୍ତ୍ର ସେବା ପ୍ରଦାନ କରାଯାଇପାରିବ ସେ ନେଇ ମତବ୍ୟକ୍ତ କରିଥିଲେ। ସେହିପରି କାର୍ଯ୍ୟକ୍ରମରେ ଅତିଥି ଭାବେ ଡିଏମ୍‌ଇଟି ପ୍ରଫେସର ଡା. ସଚ୍ଚିଦାନନ୍ଦ ମହାନ୍ତି ଓ ନର୍ସିଂର ନିର୍ଦ୍ଦେଶକ ଡା. ରାମଚନ୍ଦ୍ର ରାଉତ, ଏମ୍‌କେସିଜି ମେଡିକାଲ କଲେଜ ଓ ହସ୍ପିଟାଲ ଅଧ୍ୟକ୍ଷ ତଥା ଡିନ୍‌ ପ୍ରଫେସର ଅବନୀକାନ୍ତ ମିଶ୍ର, ମେଡିକାଲର ଅଧୀକ୍ଷକ ପ୍ରଫେସର ସନ୍ତୋଷ କୁମାର ମିଶ୍ର ମଞ୍ଚାସୀନ ଥିଲେ। ସେହିପରି ସ୍ତ୍ରୀ ଓ ପ୍ରସୂତି ବିଭାଗ ପ୍ରଫେସର ମାହିଜା ସାହୁ, ୟୁନିସେଫ୍‌ର ଲିନା ସୋମ ପ୍ରମୁଖ ବକ୍ତବ୍ୟ ରଖିଥିଲେ।
କଲେଜ ଅଫ ନର୍ସିଂର ଅଧ୍ୟକ୍ଷା ରାଜଲକ୍ଷ୍ମୀ ମିଶ୍ର ସ୍ବାଗତ ଭାଷଣ ଦେଇ ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିଲେ। ଗର୍ଭବତୀ ଏବଂ ନବଜାତ ଶିଶୁଙ୍କୁ କିପରି ସ୍ବତନ୍ତ୍ର ଚିକିତ୍ସାସେବା ପ୍ରଦାନ କରାଯିବ ସେ ନେଇ ଏହି କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ଡାକ୍ତରଖାନାରେ ସୁରକ୍ଷିତ ପ୍ରସବ ସହିତ ଶିଶୁ ଓ ମାତୃ ମୃତ୍ୟୁହାର ରୋକିବାକୁ ଏହି କାର୍ଯ୍ୟକ୍ରମ ଜରିଆରେ ଦେଢ଼ବର୍ଷ ସ୍ବତନ୍ତ୍ର ପ୍ରଶିକ୍ଷଣ ଦିଆଯିବ। ଶୁକ୍ରବାରଠାରୁ ଏହି ପ୍ରଶିକ୍ଷଣ ଆରମ୍ଭ ହୋଇଛି। ଏଥିରେ ଏମ୍‌କେସିଜି ସହିତ ବିଭିନ୍ନ ହସ୍ପିଟାଲର ୩୦ଜଣ ନର୍ସିଂ ଅଫିସର୍ସଙ୍କୁ ପ୍ରଶିକ୍ଷଣ ପ୍ରଦାନ କରାଯିବ।

 


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri