ଓଡ଼ିଶାର ଅକ୍ଷୟ ଶକ୍ତିରେ ନିବେଶ ପାଇଁ ଆଗ୍ରହୀ ବହୁରାଷ୍ଟ୍ରୀୟ କମ୍ପାନୀ ଏଚଆଇଏଫ

ଭୁବନେଶ୍ୱର, ୧୧।୨: ଉତ୍କର୍ଷ ଓଡ଼ିଶା କନକ୍ଲେଭ ପରେ ମଧ୍ୟ ଓଡ଼ିଶାକୁ ନିବେଶର ସୁଅ ଛୁଟି ଚାଲିଛି। ଚିଲିର ଏଚଆଇଏଫ ଗ୍ଲୋବାଲ ଇଣ୍ଡିଆ ନାମକ ବହୁରାଷ୍ଟ୍ରୀୟ କମ୍ପାନୀ ଓଡ଼ିଶାର ଅକ୍ଷୟ ଶକ୍ତିରେ ନିବେଶ ପାଇଁ ଆଗ୍ରହ ପ୍ରକାଶ କରିଛନ୍ତି । ମଙ୍ଗଳବାର ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଇ- ଫୁଏଲ ଉତ୍ପାଦନ ନେଇ ଏକ ଉପସ୍ଥାପନା ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଆଗରେ ପ୍ରଦର୍ଶନ କରିଛନ୍ତି ।

ଆଜିର ସମୟରେ ବାୟୋଫୁଏଲର ବହୁତ ଚାହିଦା ରହିଛି । ପରିବେଶ ସୁରକ୍ଷା ସହ ଜୈବମଣ୍ଡଳର ସନ୍ତୁଳନ ରକ୍ଷା ନିମନ୍ତେ ଇ- ଫୁଏଲ ର ଆବଶ୍ୟକ ରହିଛି । ଏଚଆଇଏଫ ଗ୍ଲୋବାଲ ଇଣ୍ଡିଆ କମ୍ପାନୀ ସମ୍ପ୍ରତି ଯୁକ୍ତରାଷ୍ଟ୍ର ଆମେରିକା, ଚିଲି, ଉରୁଗୁଏ, ଅଷ୍ଟ୍ରେଲିଆ ପ୍ରଭୃତି ଦେଶରେ ମିଥାନଲ ସିନ୍ଥେସିସ୍ କ୍ଷେତ୍ରରେ କାର୍ଯ୍ୟ କରୁଛି । ଓଡ଼ିଶାରେ ମଧ୍ୟ ଏହି ଭଳି ଏକ $୧ ବିଲିୟନ ଆମେରିକୀୟ ଡଲାରର ମିଥାନଲ ସିନ୍ଥେସିସ୍ ପ୍ରକଳ୍ପ ଆରମ୍ଭ କରିବାକୁ ଆଗ୍ରହ ପ୍ରକାଶ କରିଛନ୍ତି । ସରକାରୀ ପ୍ରଦତ୍ତ ନିୟମାବଳୀ ଅନୁସାରେ ନିବେଶ କରିବାକୁ ବହୁତ ସେ ପ୍ରସ୍ତୁତ ଅଛନ୍ତି । ଆବଶ୍ୟକ ଅନୁଯାୟୀ ୫୦ ଏକର ଜମି, ଜଳଯୋଗାଣ ଓ ବିଦ୍ୟୁତ ଯୋଗାଣ ଭଳି ଆନୁଷଙ୍ଗିକ ସୁବିଧା ଯୋଗାଇଦେବା ପାଇଁ ସରକାରଙ୍କୁ ଅନୁରୋଧ କରିଛନ୍ତି ।

ଓଡ଼ିଶା ବର୍ତ୍ତମାନ ନିବେଶ ପାଇଁ ଶତପ୍ରତିଶତ ଅନୁକୂଳ । ସରକାରୀ ନିର୍ଦ୍ଦେଶାବଳୀ ଅନୁଯାୟୀ ଆମେ ସମସ୍ତ ପ୍ରକାର ସୁବିଧା ସୁଯୋଗ ଯୋଗାଇ ଦେବା ପାଇଁ ପ୍ରସ୍ତୁତ ଅଛୁ । ଆମର ନିବେଶ ଅନୁକୂଳ single windo clearance ବ୍ୟବସ୍ଥା ଅଛି । ଏହାର ବ୍ୟବହାର ମଧ୍ୟ ଆପଣମାନେ କରିପାରିବେ ବୋଲି ଉପମୁଖ୍ୟମନ୍ତ୍ରୀ ସିଂହଦେଓ କହିଛନ୍ତି ।

ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ପ୍ରାରମ୍ଭିକ କ୍ଷେତ୍ରରେ ୨୫୦ରୁ ଉର୍ଦ୍ଧ୍ବ ଲୋକ ଓ ପରବର୍ତ୍ତୀ ସମୟରେ ୫୦୦ ରୁ ଉର୍ଦ୍ଧ୍ବ ଲୋକ ରୋଜଗାର ପାଇବେ ବୋଲି ଆକଳନ କରାଯାଇଛି । ଏବଂ ବାର୍ଷିକ ୩,୫୦,୦୦୦ ଟନର ଇ-ମିଥାନଲ ଉତ୍ପାଦନ ହେବ । ୯୫ ପ୍ରତିଶତ କାର୍ବନ ନିର୍ଗମନ ହ୍ରାସ ପାଇବ ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀପ ରାୟ ମୋତେ ଫୋନ କରିଥିଲେ, କିନ୍ତୁ ମୁଁ…ମତଦାନ ପୂର୍ବରୁ ବଡ଼ କଥା କହିଦେଲେ ସିପିଏମ ବିଧାୟକ ଲକ୍ଷ୍ମଣ ମୁଣ୍ଡା

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନ ପାଇଁ ଭୋଟିଂ ଚାଲିଛି। ବିଧାନସଭା ୫୪ ନଂ ପ୍ରକୋଷ୍ଠରେ ଭୋଟିଂ ପ୍ରକ୍ରିୟା ଜାରି ରହିଛି। ଅପରାହ୍ଣ ୪ଟା ଯାଏ ମତଦାନ ଚାଲିବ।…

କାହାକୁ ଭୋଟ ଦେଲେ ବିଜେଡିରୁ ନିଲମ୍ବିତ ବିଧାୟକ ସନାତନ ମହାକୁଡ଼: ନିଜେ କଲେ ବଡ଼ ଖୁଲାସା

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି। ବିଧାନସଭା ୫୪ ନଂ ପ୍ରକୋଷ୍ଠରେ ଚାଲିଛି ଭୋଟିଂ। ଅପରାହ୍ଣ ୪ଟା ଯାଏ ଚାଲିବ ମତଦାନ। ୫ଟାରେ…

ପାରାଦୀପରୁ ଫେରିଲେ ବିଧାୟକ: ରାଜ୍ୟ ସଭା ନିର୍ବାଚନ ପାଇଁ ଭୋଟିଂ ଆରମ୍ଭ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି। ବିଧାନସଭା ୫୪ ନଂ ପ୍ରକୋଷ୍ଠରେ ଚାଲିଛି ଭୋଟିଂ। ଅପରାହ୍ଣ ୪ଟା ଯାଏ ଚାଲିବ ମତଦାନ। ୫ଟାରେ…

SCB ଅଗ୍ନିକାଣ୍ଡ: ମୃତକଙ୍କ ମିଳିଲା ପରିଚୟ

କଟକ,୧୬।୩: SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିବାବେଳେ ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଏହି ଅଗ୍ନିକାଣ୍ଡରେ ୧୦…

ଲୁଚାଇବା ଅନାବଶ୍ୟକ

ସୁପ୍ରିମକୋର୍ଟ ୧୩ ମାର୍ଚ୍ଚ ୨୦୨୬ରେ ମହିଳାଙ୍କ ଋତୁସ୍ରାବକାଳୀନ ଛୁଟି ସଂକ୍ରାନ୍ତ ଆବେଦନକୁ ଖାରଜ କରିଦେବା ସହ ଦେଇଥିବା ମତକୁ ନେଇ ଚାରିଆଡ଼େ ଚର୍ଚ୍ଚା ଚାଲିଛି। ସର୍ବୋଚ୍ଚ ଅଦାଲତ…

ଝଡ଼ବର୍ଷା ନେଇ ସତର୍କ କଲା ପାଣିପାଗ କେନ୍ଦ୍ର: ଏହି ଜିଲାକୁ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୧୬ା୩ (ବନ୍ଦନା ସେଠୀ):ରାଜ୍ୟରେ କିଛିଦିନ ହେବ ଜାରି ରହିଥିବା ଖରା ଓ ଗରମରେ ବ୍ରେକ୍‌ ଲାଗିଛି। ଝଡ଼ବର୍ଷା ଯୋଗୁ ତାପମାତ୍ରାରେ ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ…

ଦିଲ୍ଲୀ ଘର ଠିକଣା: ନୂଆ ଚର୍ଚ୍ଚା ଆରମ୍ଭ

ଭୁବନେଶ୍ୱର, ୧୬।୩(ସୁନିତ୍‌ ମିଶ୍ର):ରାଜ୍ୟ ସଭା ନିର୍ବାଚନ ଲାଗି ସବୁ ଦଳ ନିଜ ବିଧାୟକମାନଙ୍କୁ ଗୋଠକରି ରଖିବାକୁ ସମସ୍ତ ଉଦ୍ୟମ ଚଳାଇଛନ୍ତି। ମାତ୍ର ବିରୋଧୀ ଦଳ ବିଜେଡି ଏବଂ…

SCB ମେଡିକାଲ ଅଗ୍ନିକାଣ୍ଡ ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କଟକ,୧୬।୩: SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିବାବେଳେ ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଟ୍ରମା କେୟାର ICUରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri