ମନରେଗାର କାର୍ଯ୍ୟକାରିତା ବିଭାଗୀୟ ଅଧିକାରୀମାନଙ୍କୁ ପ୍ରଶ୍ନ

ଗଞ୍ଜାମ, ୩୧।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ କନଫରେନ୍ସ ହଲ୍‌ରେ ଶୁକ୍ରବାର ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।

ପଞ୍ଚାୟତ ସମିତି ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲାପାଳ (ଏଡିଏମ୍) ଏସ୍. କେ. କେରକେଟା, ବିଡିଓ ଅଚ୍ୟୁତାନନ୍ଦ ଯାନୀ, ଜିଲା ସାମାଜିକ ସମୀକ୍ଷା ଅଧିକାରୀ ରବୀନ୍ଦ୍ରନାଥ ମଲାଣ ଏବଂ ସହକାରୀ ନିର୍ବାହୀ ଯନ୍ତ୍ରୀ ଅଚ୍ୟୁତାନନ୍ଦ ପଟ୍ଟନାୟକ ପ୍ରମୁଖ ମଞ୍ଚାସୀନ ଥିଲେ। ଏବିଡିଓ ସୁଶୀଲ କୁମାର ପଟ୍ଟନାୟକ କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ।ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ମନରେଗା)ର କାର୍ଯ୍ୟକାରିତା ଉପରେ ପଞ୍ଚାୟତ ପ୍ରତିନିଧିମାନେ ବିଭିନ୍ନ ପ୍ରସଙ୍ଗରେ ବିଭାଗୀୟ ଅଧିକାରୀମାନଙ୍କୁ ପ୍ରଶ୍ନ କରିଥିଲେ। ପୂର୍ବ ଜନଶୁଣାଣିରେ ଉଠିଥିବା ଅଭିଯୋଗ ଓ ପ୍ରସ୍ତୁତ ଏଜେଣ୍ଡା ଉପରେ ବିସ୍ତୃତ ଉତ୍ତର ରଖିବାକୁ ଜିଲା ପରିଷଦ ସଦସ୍ୟ ସନାତନ ବେହେରା ଦାବି କରିଥିଲେ।

ବ୍ଲକ ପ୍ରଶାସନ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ୨୦୨୬–୨୭ ଆର୍ଥିକ ବର୍ଷରେ ମୋଟ ୧,୭୯୪ଟି ପ୍ରକଳ୍ପକୁ ଅନୁମୋଦନ କରାଯାଇଥିଲା। ସେଥିମଧ୍ୟରୁ ୧,୧୪୨ଟି ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିବା ବେଳେ ୬୫୨ଟି ପ୍ରକଳ୍ପର କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଛି।ପଞ୍ଚାୟତ ସ୍ତରରେ ୭ କୋଟି ୧୯ ଲକ୍ଷ ଟଙ୍କା ଏବଂ ବ୍ଲକ ସ୍ତରରେ ୭ କୋଟି ୩୮ ଲକ୍ଷ ଟଙ୍କା, ଅର୍ଥାତ୍ ମୋଟ ୧୪ କୋଟିରୁ ଅଧିକ ଟଙ୍କା ବିଭିନ୍ନ ପ୍ରକଳ୍ପରେ ବ୍ୟୟ କରାଯାଇଥିବା ସୂଚନା ଦିଆଯାଇଥିଲା।

ଗଞ୍ଜାମ ବ୍ଲକର ୧୫ଟି ପଞ୍ଚାୟତରେ ମୋଟ ୧୭,୯୫୮ ଜଣ ଶ୍ରମିକ ପଞ୍ଜୀକୃତ ହୋଇଥିବା ବେଳେ ୯,୪୪୫ ଜଣ କାମ ପାଇଁ ଆବେଦନ କରିଥିଲେ ଏବଂ ସମସ୍ତଙ୍କୁ କାମ ଯୋଗାଇ ଦିଆଯାଇଥିବା ବ୍ଲକ ପ୍ରଶାସନ ପକ୍ଷରୁ କୁହାଯାଇଥିଲା। ସେହିପରି ୪୨୪ ଜଣ ଶ୍ରମିକ ୧୦୦ ଦିନର କାମ ସମ୍ପୂର୍ଣ୍ଣ କରିଥିବା ବେଳେ ଚଳିତ ଆର୍ଥିକ ବର୍ଷରେ ମୋଟ ୪,୧୧,୦୭୫ ଶ୍ରମଦିବସ ସୃଷ୍ଟି କରାଯାଇଛି।

ଏହି ସାମାଜିକ ସମୀକ୍ଷା ଜନଶୁଣାଣି ଶିବିରରେ ଏପିଓ ବ୍ରଜ କିଶୋର ବେହେରା, ନରେଗା ଆସିଷ୍ଟାଣ୍ଟ ମାମି ସାହୁ, ଏଡିଇଓ ଶିବାନୀ ସେଠୀ ଏବଂ ବ୍ଲକ ସାମାଜିକ ସମୀକ୍ଷା କର୍ମଚାରୀ ଲୋକନାଥ ରେଡ୍ଡୀ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରହସ୍ୟଜନକ ପାରା ଥାନାରେ ଅଟକ: ବାଂଲାଦେଶରୁ ଆସିଥିବା ସନ୍ଦେହ

ବୈଶିଙ୍ଗା, ୧୫/୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ କଷିପଦା ଗ୍ରାମରୁ ମଙ୍ଗଳବାର ଦ୍ୱିପ୍ରହର ସମୟରେ ଏକ ରହସ୍ୟଜନକ ପାରା ଉଦ୍ଧାର କରାଯାଇଛି। ଗ୍ରାମର…

କଳାହାଣ୍ଡିରେ ଧୁମ୍‌ଧାମ୍‌ରେ ପାଳିତ ହେଲା ନୂଆଁଖାଇ, ଖିରି, ପିଠାରେ ମହକିଲା ଗାଁ ଦାଣ୍ଡ

ଭବାନୀପାଟଣା,୧୫ା୯(ଉତ୍ତମ କୁମାର ଦାଶ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ମଙ୍ଗଳବାର କଳାହାଣ୍ଡି ଜିଲାରେ ଧୁମ୍‌ଧାମରେ ପାଳିତ ହୋଇଯାଇଛି। ଜିଲାର ସର୍ବପୁରାତନ ଜୁନାଗଡ଼ ସହରସ୍ଥିତ ଦଧିବାମନ ମନ୍ଦିରରେ ସକାଳ…

ମଦ ବିକ୍ରିକୁ ନେଇ ତାତିଲେ ମହିଳା, ପ୍ରଶାସନ ନିକଟରେ ଦାବି

ପାଟଣା, ୧୪/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ବଡ଼ପାଟଣା ପଞ୍ଚାୟତ ମଙ୍ଗଳପୁର, କୁଆପଶି, ଲେଖେନା ଓ ଡିଆନାଳି ଅଞ୍ଚଳରେ ବେଆଇନ ଭାବେ…

୧୯ ବର୍ଷ ହେଲା ବଜାୟ ରହିଛି ପରମ୍ପରା: ନୂଆଁଖାଇରେ ଶିରାବାହାଲ ଗ୍ରାମବାସୀ ଏକାଠି ଖାଇଲେ

ବଲାଙ୍ଗୀର ଅଫିସ, ୧୫।୯ (ସୁନିଲ କୁମାର ମହାନ୍ତି): ଯେଉଁ ମହାନ ଉଦ୍ଦେଶ୍ୟ ନେଇ ନୂଆଁଖାଇ ତିହାରର ପରିକଳ୍ପନା କରାଯାଇଥିଲା, ତାହାକୁ ସାକାର ରୂପ ଦେଉଛନ୍ତି ବଲାଙ୍ଗୀର ଜିଲା…

ବିଜ୍ଞାନକୁ ବାଦ୍‌ ଦେଇ ଦେଶର ପ୍ରଗତି ପରିକଳ୍ପନା ଅସମ୍ଭବ

ଦିଗପହଣ୍ଡି, ୧୫।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଜ୍ଞାନଶ୍ରୀ ପବ୍ଲିକ୍‌ ସ୍କୁଲର ଷଷ୍ଠତମ ଜ୍ଞାନବିଜ୍ଞାନ ମେଳା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ହରିବନ୍ଧୁ ଦୋରା, କାଳୁଚରଣ…

ଗାଡ଼ି ଲାଇଟ୍‌ ଉପରେ ସରକାର ଆଣୁଛନ୍ତିି ବଡ଼ ନିୟମ, ଜାଣନ୍ତୁ କ’ଣ ହେବ ପରିବର୍ତ୍ତନ

ନୂଆଦିଲ୍‌ଲୀ,୧୫।୯: ରାତି ସମୟରେ ରାସ୍ତାରେ ଗାଡ଼ିଗୁଡ଼ିକର ହାଇ ବିମ (High Beam) ହେଡଲାଇଟ ଆଖି ଝଲସାଇ ଦେବା ସଡ଼କ ଦୁର୍ଘଟଣାର ଏକ ବଡ଼ କାରଣ ପାଲଟିଛି। ଏହି…

୨୦୨୭ ଯାଏ ୩ ରାଶିଙ୍କର ଚାଲିବ ଭଲ ସମୟ, କେତୁଙ୍କ ପ୍ରଭାବରେ ପ୍ରଚୁର ଧନ ଲାଭ ସହ ଚାକିରିରେ ପଦୋନ୍ନତି!

ଜ୍ୟୋତିଷ ଶାସ୍ତ୍ରରେ ଛାୟା ଗ୍ରହ କେତୁଙ୍କ ଗୋଚରକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଜ୍ୟୋତିଷୀଙ୍କ ମତ ଅନୁସାରେ, କେତୁ ପ୍ରାୟ ୧୮ ମାସ ପରେ ରାଶି…

କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଖୁସି ଖବର, DA ବୃଦ୍ଧିକୁ ନେଇ ଆସିଲା ବଡ଼ ଅପଡେଟ୍‌! ଏହିଦିନ…

ନୂଆଦିଲ୍ଲୀ,୧୫।୯: ଦେଶର ୫୦ ଲକ୍ଷରୁ ଅଧିକ କେନ୍ଦ୍ରୀୟ କର୍ମଚାରୀ ଏବଂ ୬୫ ଲକ୍ଷରୁ ଊର୍ଦ୍ଧ୍ୱ ପେନସନଭୋଗୀଙ୍କ ପାଇଁ ଏକ ବଡ଼ ଖୁସି ଖବର ସାମ୍ନାକୁ ଆସୁଛି। ପାର୍ୱଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?