ଆଇସିସି ଓ୍ବାଲର୍‌ଡକପ୍‌ ୨୦୨୩: ମ୍ୟାଚ୍‌କୁ ନେଇ ଭାଜପା ଏବଂ ଶିବସେନାକୁ ଟାର୍ଗେଟ କଲା ଏମଏନସି, କହିଲେ, ମ୍ୟାଚ୍‌ ଭାରତ ମାଟିରେ ଖେଳାଯିବା ଗ୍ରହଣୀୟ ନୁହେଁ

ନୂଆଦିଲ୍ଲୀ,୨୯।୬:ଆଇସିସି ଓ୍ବାଲର୍‌ଡକପ୍‌ ୨୦୨୩ର କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଏହାର ପ୍ରଥମ ମ୍ୟାଚ ଅକ୍ଟୋବର ୨ରେ ଗୁଜରାଟର ଅହମ୍ମଦାବାଦସ୍ଥିତ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ତେବେ କାର୍ଯ୍ୟସୂଚୀ ଅନୁଯାୟୀ ଅକ୍ଟୋବର ୧୫ରେ ଏହି ଷ୍ଟାଡିୟମରେ ଭାରତ-ପାକିସ୍ତାନ ମ୍ୟାଚ ଅନୁଷ୍ଠିତ ହେବ। ତେବେ ଏନେଇ ବିବାଦ ତେଜିବାରେ ଲାଗିଛି। ମହାରାଷ୍ଟ୍ର ନବନିର୍ମାଣ ସେନା(ଏମଏନସି) ଭାରତ-ପାକିସ୍ତାନ ମ୍ୟାଚକୁ ବିରୋଧ କରିଛି।

ଏମଏନସି ନେତା ସନ୍ଦୀପ ଦେଶପାଣ୍ଡେ ଟ୍ବିଟ କରି କହିଛନ୍ତି ଯେ, ଭାରତ ବନାମ ପାକିସ୍ଥାନ ମ୍ୟାଚ ଭାରତୀୟ ମାଟିରେ ହେବା ସମ୍ପୂର୍ଣ୍ଣ ଗ୍ରହଣୀୟ ନୁହେଁ। ଶ୍ରୀ ବାଲାସାହେବ ଠାକରେ ମଧ୍ୟ ଏହି ଜିନିଷ ଗ୍ରହଣ କରନ୍ତି ନାହିଁ। ଏହି ମ୍ୟାଚ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବା ଗ୍ରହଣୀୟ ନୁହେଁ। ଏଥିରେ ଭାଜପା ଏବଂ ଶିବସେନାର ଭୂମିକା କ’ଣ ରହିଛି ବୋଲି ସେ ପ୍ରଶ୍ନ କରିଛନ୍ତି। ଉଦ୍ଧବ ବାଲାସାହେବ ଠାକରେଙ୍କୁ ପ୍ରଶ୍ନ ପଚାରୁ ନାହାନ୍ତି କାରଣ ସେ ହିନ୍ଦୁତ୍ୱ ଛାଡିଛନ୍ତି।

ସୂଚନାଯୋଗ୍ୟ, ପାକିସ୍ତାନ କ୍ରିକେଟ ବୋର୍ଡ ଆଇସିସି ଏବଂ ବିସିସିଆଇକୁୁ ଭାରତ ବିପକ୍ଷରେ ଖେଳାଯାଇଥିବା ମ୍ୟାଚର ସ୍ଥାନ ପରିବର୍ତ୍ତନ କରିବାକୁ ଦାବି କରିଥିଲା ଯାହାକୁ ଆଇସିସି ଏବଂ ବିସିସିଆଇ ପ୍ରତ୍ୟାଖ୍ୟାନ କରଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ନେଇ ପରିହାସ କଲା ଇରାନ, ଚେତାବନୀ ଦେଇ କହିଲା ନର୍କର ଦ୍ବାର…

ତେହେରାନ,୫।୪: ଇରାନର କେନ୍ଦ୍ରୀୟ ସାମରିକ କମାଣ୍ଡ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ପ୍ରତ୍ୟାଖ୍ୟାନ କରିଛି । ଇରାନ କେବଳ ଟ୍ରମ୍ପଙ୍କ ଧମକକୁ ଅଣଦେଖା…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri