Posted inଜାତୀୟ

ରମଜାନ ଇଦ୍‌ ପାଳନରେ ବାଧା ଦେବନି ଏମ୍‌ଏନ୍‌ଏସ୍‌

ମୁମ୍ବାଇ,୩।୫: ମୁସଲମାନମାନେ ମଙ୍ଗଳବାର ନିର୍ବିଘ୍ନରେ ରମଜାନ ଇଦ୍‌ ପାଳନ କରିବେ ବୋଲି ମହାରାଷ୍ଟ୍ର ନବନିର୍ମାଣ ସେନା (ଏମ୍‌ଏନ୍‌ଏସ୍‌) ଅଧ୍ୟକ୍ଷ ରାଜ୍‌ ଠାକ୍‌ରେ ସୋମବାର ଘୋଷଣା କରିଛନ୍ତି। ମୁସଲମାନମାନେ ଆନନ୍ଦର ସହ ଉତ୍ସବ ପାଳନ କରନ୍ତୁ। ପୂର୍ବ ନିଷ୍ପତ୍ତି ଅନୁଯାୟୀ ଅକ୍ଷୟ ତୃତୀୟାରେ ଆରତୀ କାର୍ଯ୍ୟକ୍ରମ ବନ୍ଦ ରଖିବା ଲାଗି ସେ ତାଙ୍କ ଦଳୀୟ କର୍ମୀମାନଙ୍କୁ ଅନୁରୋଧ କରିଛନ୍ତି। କୌଣସି ଉତ୍ସବ ପାଳନରେ ଏମ୍‌ଏନ୍‌ଏସ୍‌ ସମସ୍ୟା ସୃଷ୍ଟି କରିବ ନାହିଁ ବୋଲି ରାଜ୍‌ ଠାକ୍‌ରେ କହିଛନ୍ତି। ଡାକବାଜି ଯନ୍ତ୍ର କେବଳ ଧର୍ମୀୟ ସମସ୍ୟା ନୁହେଁ, ଏହା ସାମାଜିକ ସମସ୍ୟା। ଡାକବାଜି ଯନ୍ତ୍ର ସମ୍ପର୍କିତ ଆଗାମୀ କାର୍ଯ୍ୟ ଯୋଜନା ନେଇ ସେ ମଙ୍ଗଳବାର ସୋସିଆଲ ମିଡିଆରେ ଘୋଷଣା କରିବେ ବୋଲି କହିଛନ୍ତି।
ରବିବାର ରାତିରେ ଔରଙ୍ଗାବାଦରେ ଏକ ବିଶାଳ ରାଲିକୁ ଉଦ୍‌ବୋଧନ ଦେଇ ତୁରନ୍ତ ମସ୍‌ଜିଦ ଓ ଧର୍ମୀୟ ସ୍ଥାନରୁ ଡାକବାଜି ଯନ୍ତ୍ର ନ ହଟିଲେ ପରିଣାମ ଭୟାବହ ହେବ ବୋଲି ଏମ୍‌ଏନ୍‌ଏସ୍‌ ଅଧ୍ୟକ୍ଷ ଚେତାବନୀ ଦେଇଥିଲେ। ସାରା ରାଜ୍ୟରେ ଦୁଇଗୁଣା ଶବ୍ଦରେ ଦଳୀୟ କର୍ମୀମାନେ ହନୁମାନ ଚାଳିଶା ବଜାଇବେ ବୋଲି ସେ କହିଥିଲେ। ଏହାକୁ ଶାସକ ମହା ବିକାଶ ଅଘାଡ଼ି ସମେତ ଅଧିକାଂଶ ରାଜନୈତିକ ଦଳ ବିରୋଧ କରିବା ପରେ ରାଜ୍‌ ଠାକ୍‌ରେ ସୋମବାର ନିଷ୍ପତ୍ତି ବଦଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri