ଆଜିଠୁ ରାଉରକେଲାର ୬ ନୂଆ ରୁଟ୍‌ରେ ଚାଲିବ ମୋ ବସ୍‌

ଭୁବନେଶ୍ୱର, ୧ା୪ (ବ୍ୟୁରୋ): ଶନିବାର ଓଡ଼ିଶା ଦିବସଠାରୁ ରାଉରକେଲାର ୬ଟି ନୂଆ ରୁଟ୍‌ରେ ‘ମୋ ବସ୍‌’ ଚଳାଚଳର ଶୁଭାରମ୍ଭ ହେବ। କ୍ରୁଟ୍‌ର ସୂଚନାନୁସାରେ, ରୁଟ୍‌ ନଂ.୧୧୦ରେ ରାଉରକେଲା ନୂଆ ବସ୍‌ଷ୍ଟାଣ୍ଡ୍‌-କାଲୁଙ୍ଗା (ଭାୟା ରଘୁନାଥପଲ୍ଲୀ), ରୁଟ୍‌ ନଂ.୧୧୩ରେ ରାଉରକେଲା ନୂଆ ବସଷ୍ଟାଣ୍ଡ୍‌-ଉସ୍ରା (ଭାୟା ଏନ୍‌ଏଚ୍‌), ରୁଟ୍‌ ନଂ.୧୧୪ରେ ରାଉରକେଲା ନୂଆ ବସ୍‌ଷ୍ଟାଣ୍ଡ୍‌-ନୂଆଗାଁ (ଭାୟା ହାତୀବାରି), ରୁଟ୍‌ ନଂ.୧୧୫ରେ ରାଉରକେଲା ନୂଆ ବସ୍‌ଷ୍ଟାଣ୍ଡ୍‌-ପୋତାବ (ଭାୟା ହାତୀବାରି), ରୁଟ୍‌ ନଂ.୧୧୬ରେ ରାଉରକେଲା ନୂଆ ବସ୍‌ଷ୍ଟାଣ୍ଡ୍‌-ଲୋରାମ୍‌ (ଭାୟା-ଏନ୍‌ଆଇଟି, ଜଗଦା ଛକ, ଖୁଟାଗାଁ, ସୋରଡ଼ା), ରୁଟ୍‌ ନଂ.୧୧୭ରେ ରାଉରକେଲା ନୂଆ ବସ୍‌ଷ୍ଟାଣ୍ଡ୍‌-ଜରେଇକେଲା (ଭାୟା-ବଣ୍ଡମୁଣ୍ଡା, ବିସ୍ରା) ମଧ୍ୟରେ ନୂତନ ମୋ ବସ୍‌ ସେବା ଆରମ୍ଭ ହେବ। ଏ ସମ୍ପର୍କରେ କ୍ରୁଟ୍‌ର ଏମ୍‌ଡି ବିଜୟ ଅମୃତ କୁଲାଙ୍ଗେ କହିଛନ୍ତି, ରାଉରକେଲାର ନାଗରିକଙ୍କଠାରୁ ବହୁ ସଂଖ୍ୟାରେ ଅନୁରୋଧ ପାଇବା ପରେ କ୍ରୁଟ୍‌ ପକ୍ଷରୁ ଏସବୁ ନୂଆ ରୁଟ୍‌ର ଶୁଭାରମ୍ଭ କରିବାକୁ ନିଷ୍ପତି ନିଆଯାଇଛି। ସହରରେ ମୋ ବସ୍‌କୁ ଗମନାଗମନର ସବୁଠୁ ପସନ୍ଦର ମାଧ୍ୟମରେ ପରିଣତ କରିବାକୁ ଉଦ୍ୟମ ଜାରି ରହିଛି ବୋଲି ସେ କହିଛନ୍ତି। ସେହିପରି ନୂଆ ରୁଟ୍‌ ଦ୍ୱାରା ରାଉରକେଲାର ଲୋକମାନେ ଉପକୃତ ହେବେ ବୋଲି କ୍ରୁଟ୍‌ ଜିଏମ୍‌ ଦୀପ୍ତି ମହାପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ: ମୁଖ୍ୟମନ୍ତ୍ରୀ

କଟକ,୬।୯(କାର୍ତ୍ତିକ ସାହୁ): ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ସୁଧାର ଆଣିବା ପାଇଁ ସରକାର ‘କେଜିରୁ ପିଜି’ ନିଃଶୁଳ୍କ ଶିକ୍ଷା ଯୋଜନା କରିଛନ୍ତି। ସାରା ଭାରତରେ ଓଡ଼ିଶା ପ୍ରଥମ…

ମାର୍ଚ୍ଚ କିମ୍ୱା ଏପ୍ରିଲରେ ପଞ୍ଚାୟତ ଭୋଟ: ନିର୍ବାଚନ କମିଶନର

ଭୁବନେଶ୍ୱର,୬ା୯(ସୁନିତ୍‌ ମିଶ୍ର): ଆସନ୍ତା ମାର୍ଚ୍ଚ ଶେଷ କିମ୍ୱା ଏପ୍ରିଲ ପ୍ରଥମ ସପ୍ତାହରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ୱାଚନ ହୋଇପାରେ। ପଞ୍ଚାୟତ ନିର୍ୱାଚନ ଲାଗି ରାଜ୍ୟ ନିର୍ୱାଚନ କମିଶନ ଜୋର୍‌ଦାର…

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri