ଭୁବନେଶ୍ୱରରେ ମୋ ଇ-ବସ୍‌, ଇ-ରିକ୍ସା ସେବା ଆରମ୍ଭ

ଭୁବନେଶ୍ୱର, ୩୦।୭(ବ୍ୟୁରୋ): ଭୁବନେଶ୍ବରରେ ମୋ ଇ-ବସ୍‌ ଓ ମୋ ଇ-ରାଇଡ୍‌ (ଇ-ରିକ୍ସା) ସେବା ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ଏୟାରପୋର୍ଟ ରୋଡ୍‌ ନବୀନ ନିବାସ ସମ୍ମୁଖରୁ ଏହି ସେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ବିଦ୍ୟୁତ୍‌ ଦ୍ୱାରା ଚାର୍ଜ ହେଉଥିବା ତଥା ବ୍ୟାଟେରି ଚାଳିତ ଉଭୟ ଇ-ବସ୍‌ ଓ ଇ-ଅଟୋ ବାୟୁ ଏବଂ ଶବ୍ଦ ପ୍ରଦୂଷଣ ମୁକ୍ତ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସହରରେ ବାୟୁ ପ୍ରଦୂଷଣ କମ୍‌ କରିବା ପାଇଁ ଏପରି ଏକ ଗୁରୁତ୍ୱପୂର୍ଣ ପଦକ୍ଷେପ ଆରମ୍ଭ କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ୧୦ଟି ଇ-ବସ ଓ ୫୦ଟି ଇ-ରିକ୍ସା ଚଳାଚଳ କରିବ। ଆଗାମୀ ଦିନରେ ୫୦ଟି ଇ-ବସ ଚଳାଚଳ କରାଯିବାର ଲକ୍ଷ୍ୟ ରଖାଯାଇଛି। ଲିଙ୍ଗ ସମାନତା ଉପରେ ଗୁରୁତ୍ୱ ଦିଆଯାଇ କ୍ରୁଟ ପକ୍ଷରୁ ଇ-ବସ୍‌ରେ ଗାଇଡ୍‌ ଭାବରେ ୫୦ ପ୍ରତିଶତ ମହିଳା ଏବଂ ମୋ ଇ-ରିକ୍ସାରେ ଶତପ୍ରତିଶତ ମହିଳା ଓ କିନ୍ନରଙ୍କୁ ସାରଥୀ ଭାବରେ ନିଯୁକ୍ତି ଦିଆଯାଇଛି। ଅନ୍ୟାନ୍ୟ କାର୍ଯ୍ୟ ପାଇଁ ମଧ୍ୟ ମହିଳାଙ୍କ ନିଯୁକ୍ତି ଉପରେ ଗୁରୁତ୍ୱ ଦିଆଯାଇଛି। ପ୍ରତ୍ୟେକ ବସରେ ୩୦ଟି ସିଟ୍‌ ରହିଥିବାବେଳେ ମହିଳାଙ୍କ ପାଇଁ ସଂରକ୍ଷିତ ଆସନଗୁଡ଼ିକୁ ଗୋଲାପି ରଙ୍ଗରେ ଚିହ୍ନିତ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀ ଚାଳକମାନଙ୍କୁ ଚାବି ହସ୍ତାନ୍ତର କରିଥିଲେ।
ଇ-ବସ୍‌ଗୁଡ଼ିକ ‘ମୋ ବସ୍‌’ର ୪ଟି ରୁଟ୍‌ରେ ହିଁ ଗତି କରିବ। ସମସ୍ତ ଇ-ବସ୍‌ରେ ଏସି ସୁବିଧା ରହିଛି। ଏହି ନୂତନ ସେବାର ଶୁଭାରମ୍ଭ ଉପଲକ୍ଷେ ସାଧାରଣ ଯାତ୍ରୀମାନେ ୨୯ରୁ ୩୧ ତାରିଖ ପର୍ଯ୍ୟନ୍ତ ବିନା ଟିକେଟ୍‌ରେ ପ୍ରଦୂଷଣ ବିହୀନ ଇ-ବସ୍‌ ଯାତ୍ରାର ଅନୁଭବ ନେଇପାରିବେ। ସେହିପରି ଏହି ସେବା ଦ୍ବାରା ୫୦୦ରୁ ଊଦ୍ଧର୍‌ବ ରୋଜଗାର ସୃଷ୍ଟି ହୋଇଥିବାବେଳେ ଆଗାମୀ ଦିନରେ ଆହୁରି ଅଧିକ ରୋଜଗାର ସୃଷ୍ଟି ହେବାର ସମ୍ଭାବନା ରହିଛି। ଇ-ବସ୍‌ର ଟିକେଟ ମୂଲ୍ୟ ସାଧାରଣ ଏସି ବସ୍‌ ଟିକେଟ୍‌ ମୂଲ୍ୟ ସହିତ ସମାନ ରହିଛି। ଯାତ୍ରୀଙ୍କ ପାଇଁ ଉଦ୍ଦିଷ୍ଟ ଥିବା ବସ୍‌ ଟିକେଟ୍‌ ମୂଲ୍ୟରେ ରିହାତି ପୂର୍ବଭଳି ସମାନ ରହିଛି। ମୋ ଇ-ରିକ୍ସା ଭୁବନେଶ୍ବରର ପଟିଆ, ପାତ୍ରପଡ଼ା ଓ ପୋଖରିପୁଟ ଅଞ୍ଚଳର ବିଭିନ୍ନ ରୁଟ୍‌ରେ ଗଡ଼ିବା ସହିତ ଏହାର ଟିକେଟ୍‌ ମୂଲ୍ୟ ଫ୍ଲାଟ୍‌ ୧୦ ଟଙ୍କା ରହିଛି। ଏ ସମ୍ପର୍କରେ ସୂଚନା ଦେଇ କ୍ରୁଟ୍‌ ମହାପ୍ରବନ୍ଧକ ଦୀପ୍ତି ମହାପାତ୍ର କହିଛନ୍ତି, ବର୍ତ୍ତମାନ ସମୟକୁ ଲକ୍ଷ୍ୟ କଲେ ବୈଦ୍ୟୁତିକ ଯାନର ଆବଶ୍ୟକତା ଅଧିକ ରହିଛି। କ୍ରୁଟ୍‌ ପକ୍ଷରୁ ନିଆଯାଉଥିବା ପ୍ରତ୍ୟେକଟି ପଦକ୍ଷେପଗୁଡ଼ିକ ସର୍ବଦା ଅଧିକ ଲୋକପ୍ରିୟତା ହାସଲ କରିଆସୁଛି। କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ବିଧାୟକ ଅନନ୍ତ ନାରାୟଣ ଜେନା, ବିଏମ୍‌ସି କମିଶନର ବିଜୟ ଅମୃତ କୁଲାଙ୍ଗେ, ମେୟର ସୁଲୋଚନା ଦାଶ, ଡେପୁଟି ମେୟର ମଞ୍ଜୁଲତା କଅଁର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ବିରଞ୍ଚିଙ୍କ ଏଏସଆଇକୁ ପଦୋନ୍ନତି: କଠିନ ପରିଶ୍ରମ ଆଣିଦେଲା ସଫଳତା

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବିରଞ୍ଚି ନାରାୟଣ ପଲେଇଙ୍କ ପଦୋନ୍ନତି ହୋଇଛି। କନେଷ୍ଟବଳରୁ ଏଏସଆଇକୁ ପଦୋନ୍ନତି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ଗୁଲୁଆ-ବର୍ଷା: ଶ୍ୱଶୁରଙ୍କୁ କାନ୍ଦି କାନ୍ଦି ନେହୁରା ହେଉଛନ୍ତି ବର୍ଷା, ଭାଇରାଲ ହେଉଛି ଅଡିଓ…

ଭୁବନେଶ୍ୱର,୨୭।୧୨:ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri