ମୋ ନିମାପଡ଼ା, ମୋ ସ୍ବାଭିମାନ ଲୋକାର୍ପିତ

ନିମାପଡ଼ା,୧।୮(ଡି.ଏନ୍‌.ଏ.): ନିମାପଡ଼ା ଏନ୍‌ଏସି ପକ୍ଷରୁ ନବନିର୍ମିତ ମୁକ୍ତସ୍ଥାନ ସୌନ୍ଦର୍ଯ୍ୟକରଣ ପ୍ରକଳ୍ପ ‘ମୋ ନିମାପଡ଼ା, ମୋ ସ୍ବାଭିମାନ’କୁ ମନ୍ତ୍ରୀ ସମୀର ରଞ୍ଜନ ଦାଶ ଲୋକାର୍ପଣ କରିଛନ୍ତି। ଏହି ନୂତନ ପ୍ରକଳ୍ପ ଦ୍ୱାରା ବସଷ୍ଟାଣ୍ଡକୁ ଆସୁଥିବା ଯାତ୍ରୀ ଓ ମୁଖ୍ୟତଃ ସ୍କୁଲ, କଲେଜର ଛାତ୍ରୀଛାତ୍ର, ଯୁବପିଢ଼ି ଆକୃଷ୍ଟ ହେବେ। ଆୟୋଜିତ ସମାରୋହରେ ସମ୍ମାନିତ ଅତିଥି ଭାବେ ଜିଲାପାଳ ସମର୍ଥ ବର୍ମା, ଅତିରିକ୍ତ ଜିଲାପାଳ (ଏଡିଏମ୍‌) ପ୍ରଦୀପ କୁମାର ସାହୁ, ଜିଲା ପ୍ରକଳ୍ପ(ପିଡି) ଜ୍ୟୋତି ପ୍ରକାଶ ମହାପାତ୍ର, ତହସିଲଦାର ରାମଚନ୍ଦ୍ର ଜେନା, ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଏମ୍‌.ଶ୍ରୀନିବାସ, ଏନ୍‌ଏସିର ପୂର୍ବତନ ଅଧ୍ୟକ୍ଷ ସନାତନ ପ୍ରଧାନ, ଜୀବନନାନ୍ଦ ମହାପାତ୍ର, ବ୍ରିଜେନ୍ଦ୍ର ପ୍ରଧାନ, ସନ୍ତୋଷ ଦାଶ, ଅରୁଣ ପ୍ରସାଦ ଦାଶ, ସନ୍ତୋଷ ଓଝା, କୌଶଲ୍ୟା ସାହୁ ପ୍ରମୁଖ ଯୋଗଦେଇଥିଲେ। ଏହି ଅବସରରେ ଗ୍ରାମ୍ୟ ପାନୀୟ ଜଳଯୋଗାଣ ବିଭାଗ ପକ୍ଷରୁ ୧କୋଟି ଟଙ୍କା ବ୍ୟୟରେ ମିଟେଇପୁର ପଞ୍ଚାୟତର ଛିଟିକଣାରେ ନବନିର୍ମିତ ପାଇପଲାଇନ ଜଳଯୋଗାଣ ପ୍ରକଳ୍ପକୁ ମନ୍ତ୍ରୀ ଦାଶ ଉଦ୍‌ଘାଟନ କରିଥିଲେ। ପରେ ମିଟେଇପୁରର ଭିଲିଶାସନଠାରେ ୮୪ଲକ୍ଷ ଟଙ୍କା ବ୍ୟୟରେ, ମାହାଳରେ ୬୩ଲକ୍ଷ ଟଙ୍କା ବ୍ୟୟରେ ଓ ଡେଣୁଅଁର ନାକଡିହ ଗ୍ରାମରେ ୩କୋଟି ଟଙ୍କା ବ୍ୟୟରେ ୩ଟି ପାଇପ୍‌ଲାଇନ ନୂତନ ଜଳଯୋଗାଣ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହ ଏହି ନୂତନ ପ୍ରକଳ୍ପଗୁଡ଼ିକର କାର୍ଯ୍ୟ ଖୁବ୍‌ଶୀଘ୍ର ଆରମ୍ଭ କରାଯିବ ବୋଲି ମନ୍ତ୍ରୀ କହିଥିଲେ। କାର୍ଯ୍ୟକ୍ରମରେ ଗ୍ରାମ୍ୟ ପାନୀୟ ଜଳଯୋଗାଣ ବିଭାଗର ସହକାରୀ ଯନ୍ତ୍ରୀ ପ୍ରବୀର କୁମାର ବଳ ଉପସ୍ଥିତ ରହି ଉତ୍ସବର ସଂଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି…

‘ଘର ଭାଙ୍ଗୁଥିବାଙ୍କୁ ପ୍ରୋତ୍ସାହନ ଦିଅନି’, ଗୋବିନ୍ଦା-କୋମଲଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ…

ମୁମ୍ବାଇ: ବଲିଉଡ ଅଭିନେତା ଗୋବିନ୍ଦାଙ୍କୁ ଲାଲବାଗଚା ରାଜାଙ୍କ ଦର୍ଶନ କରି ଆଶୀର୍ବାଦ ନେଉଥିବା ବେଳେ ତାଙ୍କ କଥିତ ଗର୍ଲଫ୍ରେଣ୍ଡ ଓ କୋ-ଷ୍ଟାର୍‌ କୋମଲ ରାଣୀ ସ୍ବର୍ଣ୍ଣକାରଙ୍କ ସହ…

ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ

ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର…

ଆସନ୍ତାକାଲିଠାରୁ ୩ ଦିନ ବ୍ୟାଙ୍କ ହଡ଼ତାଳ: ଚାଲିବନି UPI , ATM? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ୩ ଦିନ ପାଇଁ ଦେଶବ୍ୟାପୀ ବ୍ୟାଙ୍କ ହଡ଼ତାଳ ହେବାକୁ ଯାଉଛି। ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ…

ମା’ର ତ୍ୟାଗ ଆଗରେ ହାର୍‌ ମାନିଲା ବିପଦ: ପ୍ରଖର ସ୍ରୋତରୁ ଛୁଆଙ୍କୁ ଉଦ୍ଧାର କଲା ହରିଣୀ

ରାଜନଗର,୨୭।୯(ଭାସ୍କର ରାଉତରାୟ): ଯୁଗେ ଯୁଗେ ସନ୍ତାନ ଯେତେବେଳେ ବିପଦରେ ପଡେ ସେଇଠି ମାନବ ହେଉ ବା ବନ୍ୟପ୍ରାଣୀ ସନ୍ତାନକୁ ବିପଦ ମୁହଁରୁ ରକ୍ଷା ପାଇଁ ଜୀବନକୁ ବାଜିରେ…

ଗମ୍ଭୀରଙ୍କ ସହ ସିରାଜଙ୍କ ଝଗଡ଼ା! କ୍ରିକେଟ ଜଗତରେ ଛାଇଗଲା ଖବର, ଏହି କାରଣ ପାଇଁ…

ନୂଆଦିଲ୍ଲୀ,୨୭।୯: ଥିରଭାନନ୍ତପୁରମରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ହେଲେ ଭାରତୀୟ ବୋଲରମାନେ ଦଳକୁ ଭଲ ଆରମ୍ଭ ଦେଇପାରିନଥିଲେ। ଏହାରି…

‘ଜ୍ଞାନେଶ କୁମାରଙ୍କ ତଣ୍ଟି କାଟିଦେବି’: ବିବାଦୀୟ ବୟାନକୁ ନେଇ ରାଜନୀତିରେ ଚହଳ , ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୭।୯: ଭାରତୀୟ ନିର୍ବାଚନ ଆୟୋଗ (ECI)କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଦେଶର ରାଜନୀତି ସରଗରମ ରହିଛି। ଏହାରି ମଧ୍ୟରେ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ…

ନାଇରା ଛକ ନିକଟରେ ଦବିଲା ହାଇଓ୍ବା, ଯାତାୟାତ ବାଧାପ୍ରାପ୍ତ

ଗୁଡାରି,୨୭।୯(ପ୍ରମୋଦ କୁମାର ପତି ): ନାଇରା-ଗୁଡାରି ରାସ୍ତାର ନାଇରା ଛକ ନିକଟରେ ଏକ ହାଇୱା ଦବି ଯିବା ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ରାସ୍ତା ଖରାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?