‘ମୋ ସ୍କୁଲ୍‌’ ଦେଶରେ ଉଦାହରଣ ସୃଷ୍ଟି କରିଛି: ମନ୍ତ୍ରୀ

ଭୁବନେଶ୍ୱର, ୨୯।୩(ବ୍ୟୁରୋ):‘ମୋ ସ୍କୁଲ୍‌’ ଅଭିଯାନ ଆଜି ସମଗ୍ର ଭାରତବର୍ଷରେ ପ୍ରଶଂସିତ ହେଉଛି। ଅତୀତକୁ ବର୍ତ୍ତମାନ ସହ ଯୋଡ଼ୁଥିବା ଏହି ଅଭିଯାନ ରାଜ୍ୟର ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ପାଇଁ ବରଦାନ ସଦୃଶ ହୋଇଛି। ଏହା କେବଳ ଏକ ପ୍ଲାଟ୍‌ଫର୍ମ ନୁହେଁ, ନିଜେ ପଢ଼ିଥିବା ଶିକ୍ଷାନୁଷ୍ଠାନ ସହ ଯୋଡ଼ି ହେବା ପାଇଁ ଏକ ସୁଯୋଗ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ କହିଛନ୍ତି। ସୋମବାର ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ ସମ୍ମିଳନୀ କକ୍ଷରେ ‘ମୋ ସ୍କୁଲ୍‌’ ଅଭିଯାନ ଏବଂ ଏଚ୍‌ଡିଏଫ୍‌ସି ବ୍ୟାଙ୍କ୍‌ ପକ୍ଷରୁ ଏକ ଏମ୍‌ଓୟୁ ସ୍ବାକ୍ଷର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ମନ୍ତ୍ରୀ ସାହୁ ଯୋଗଦେଇ କହିଲେ, ପୁରାତନ ଛାତ୍ରୀଛାତ୍ରଙ୍କଠାରୁ ଆର୍ଥିକ ସହଯୋଗ ନେବା ଅଭିଯାନର ଲକ୍ଷ୍ୟ ନୁହେଁ। ଏହା ମାଧ୍ୟମରେ ନିଜେ ପଢ଼ିଥିବା ବିଦ୍ୟାଳୟ ସହ ଭାବଗତ ସମ୍ପର୍କ ରଖିବା ଓ ଶିକ୍ଷାଦାନ ପ୍ରକ୍ରିୟାରେ ସହଯୋଗର ହାତ ବଢ଼ାଇବାକୁ ଆମେ ଉତ୍ସାହିତ କରୁଛୁ। ଏହି ଅଭିଯାନ ଆରମ୍ଭ ହେବା ପରେ ସରାକାରୀ ବିଦ୍ୟାଳୟର ରୂପ ବଦଳିଛି। ଶିକ୍ଷା ସହ କ୍ରୀଡ଼ା ଓ ଅନ୍ୟାନ୍ୟ ସହପାଠ୍ୟଭିତ୍ତିକ କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦିଆଯାଉଛି। ଶିକ୍ଷା ଓ ସ୍ବାସ୍ଥ୍ୟ କ୍ଷେତ୍ର ପାଇଁ ଯେଉଁମାନେ ସହଯୋଗର ହାତ ବଢ଼ାଉଛନ୍ତି, ସେମାନେ ଦେଶ ଓ ରାଜ୍ୟ ପାଇଁ ମହତ୍‌ କାର୍ଯ୍ୟ କରୁଛନ୍ତି। ଏଚ୍‌ଡିଏଫ୍‌ସି ବ୍ୟାଙ୍କ୍‌ ଶିକ୍ଷାର ବିକାଶ ପାଇଁ ସହଯୋଗର ହାତ ବଢ଼ାଇ ଉଦାହରଣ ସୃଷ୍ଟି କରିଛି। ‘ମୋ ସ୍କୁଲ୍‌’ ଅଭିଯାନ ଏବଂ ଏଚ୍‌ଡିଏଫ୍‌ସି ବ୍ୟାଙ୍କ୍‌ ମଧ୍ୟରେ ସ୍ବାକ୍ଷର ହୋଇଥିବା ଏହି ଏମ୍‌ଓୟୁ ଦ୍ୱାରା ନୟାଗଡ଼ ଜିଲାର ୩ଟି ଉଚ୍ଚ ବିଦ୍ୟାଳୟ ଓ ଗୋଟିଏ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସର୍ବାଙ୍ଗୀନ ବିକାଶ ଦିଗରେ ପଦକ୍ଷେପ ନିଆଯିବ। ସେଗୁଡ଼ିକ ହେଲା ମଧ୍ୟଖଣ୍ଡ ନୋଡାଲ ହାଇସ୍କୁଲ୍‌, କେ.ସି. ନୋଡାଲ ବିଦ୍ୟାପୀଠ, ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରାସଙ୍ଗ ଏବଂ ରାମଚନ୍ଦ୍ର ପ୍ରାଣବନ୍ଧୁ ସରକାରୀ ଉଚ୍ଚ ବିଦ୍ୟାଳୟ। ଭିତ୍ତିଭୂମି ସହ ସ୍କୁଲ୍‌ରେ ଶୈକ୍ଷିକ ପରିବେଶର ବିକାଶକୁ ପ୍ରାଥମିକତା ଦେବା ପ୍ରମୁଖ ଲକ୍ଷ୍ୟ ରହିବ ବୋଲି ମନ୍ତ୍ରୀ ସାହୁ କହିଥିଲେ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ସମୀର ରଞ୍ଜନ ଦାସ ଯୋଗଦେଇ ‘ମୋ ସ୍କୁଲ୍‌’ ସହ ୭ ଲକ୍ଷରୁ ଊଦ୍ଧର୍‌ବ ପୁରାତନ ଛାତ୍ରୀଛାତ୍ର ଓ ବହୁ ବ୍ୟକ୍ତିବିଶେଷ ଯୋଡ଼ିହୋଇ ସ୍କୁଲ୍‌ର ବିକାଶ ପାଇଁ ଆର୍ଥିକ ତଥା ଅନ୍ୟାନ୍ୟ ସହଯୋଗ ପ୍ରଦାନ କରିଛନ୍ତି। ଶିକ୍ଷାର ବିକାଶ ଦିଗରେ ଏହା ଏକ ଅଭିନବ କାର୍ଯ୍ୟକ୍ରମ ବୋଲି ସେ କହିଥିଲେ।
ଅବସରରେ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ତଥା ‘ମୋ ସ୍କୁଲ୍‌’ ସଦସ୍ୟ ସଚିବ ଅନୁପମ ସାହା ଏବଂ ଏଚ୍‌ଡିଏଫ୍‌ସି ବ୍ୟାଙ୍କ୍‌ ଓଡ଼ିଶା ଶାଖା ଡେପୁଟି ଭାଇସ୍‌ ପ୍ରେସିଡେଣ୍ଟ ଅଜିତ କୁମାର ପାଢ଼ୀ ଉପସ୍ଥିତ ରହି ଏହି ଏମ୍‌ଓୟୁ ସ୍ବାକ୍ଷର କରିଥିଲେ। ଆଗାମୀ ଦିନରେ ଏଚ୍‌ଡିଏଫ୍‌ସି ପକ୍ଷରୁ ଓଡ଼ିଶାରେ ଶିକ୍ଷାର ବିକାଶ ପାଇଁ ଏକାଧିକ ପଦକ୍ଷେପ ନିଆଯିବ ଏବଂ ମୋ ସ୍କୁଲ୍‌ ଅଭିଯାନ ସହ ମିଶି ବ୍ୟାଙ୍କ୍‌ ଆହୁରି ଅଧିକ କାର୍ଯ୍ୟକ୍ରମ ହାତକୁ ନେବ ବୋଲି ଏଚ୍‌ଡିଏଫ୍‌ସି ବ୍ୟାଙ୍କ୍‌ ଓଡ଼ିଶା ଶାଖା ଭାଇସ୍‌ ପ୍ରେସିଡେଣ୍ଟ ଅନିମେଶ ବିଶ୍ୱାଳ କହିଥିଲେ। ‘ମୋ ସ୍କୁଲ୍‌’ ମୁଖ୍ୟ ପରିଚାଳନା ଅଧିକାରୀ ଅମରଜିତ ଜେନା ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଓଡିଶା ରାଜନୀତିରେ ଚହଳ,ଭାଜପାରେ ଯୋଗଦେବେ ଦୁଇ ବଡ଼ ନେତା!

ଭୁବନେଶ୍ୱର,୧୯।୪: ଆଗକୁ ରାଜ୍ୟ ରାଜନୀତି ସରଗରମ ହେବାକୁ ଯାଉଛି କାରଣ ଭାଜପାରେ ଯୋଗ ଦେଇ ପାରନ୍ତି ଓଡିଶା ରାଜନୀତିର ଦୁଇ ବଡ଼ ନେତା। ଏବେ ଚର୍ଚ୍ଚା...

 ୨୫ରୁ ସିଝିବ ଓଡ଼ିଶା, ପୁଣି କଲବର କରିବ ତାତି

ଭୁବନେଶ୍ୱର,୧୯ା୪: ଡହଡହ ଖରାରେ ସିଝୁଛି ସାରା ରାଜ୍ୟ। ଉପକୂଳଠାରୁ ଆରମ୍ଭ କରି ଆଭ୍ୟନ୍ତରଣ ଓଡ଼ିଶା ପର୍ଯ୍ୟନ୍ତ ପାରଦ ଉପରମୁହାଁ ହୋଇଛି। ଏହି ତାପମାତ୍ରା ଆସନ୍ତା ୨୧...

ଗେଷ୍ଟ ହାଉସରେ ବ୍ୟବସାୟୀ ରହସ୍ୟମୟ ମୃତଦେହ ଠାବ

ଭୁବନେଶ୍ୱର,୧୯।୪: ଗୁରୁବାର ଭୁବନେଶ୍ୱରର ମୈତ୍ରୀ ବିହାର ଅଞ୍ଚଳର ଏକ ଗେଷ୍ଟ ହାଉସରୁ ଜଣେ ବ୍ୟବସାୟୀଙ୍କ ମୃତ ଦେହ ଉଦ୍ଧାର ହୋଇଛି। ମୃତକଙ୍କ ନାମ ତପନ ପ୍ରସାଦ...

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଧଳାବାଘ ‘ସ୍ନେହା’ ମୃତ

ଭୁବନେଶ୍ୱର,୧୯।୪: ଶୁକ୍ରବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଚିକିତ୍ସିତ ହେଉଥିବାବେଳେ ଧଳାବାଘ ‘ସ୍ନେହା’ର ମୃତ୍ୟୁ ଘଟିଛି। ବୃଦ୍ଧାବସ୍ଥା ଏବଂ ଗ୍ରୀଷ୍ମ ପ୍ରବାହ କାରଣରୁ ଗତକାଲି ଅସୁସ୍ଥ ହେବା...

୨ଦିନ ପରେ ହ୍ରାସ ପାଇବ ତାପମାତ୍ରା

ଭୁବନେଶ୍ୱର,୧୯।୪: ଆଗାମୀ ୨ଦିନ ତାପମାତ୍ରାରେ କୌଣସି ପ୍ରକାର ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଅର୍ଥାତ ୨ ଦିନ...

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri