ବାଣପୁରରେ ଭିଡ଼ ହିଂସା: ଯୁବକଙ୍କୁ ପିଟିପିଟି ହତ୍ୟା ଅଭିଯୋଗ, ୨ ଗିରଫ, ପୋଲିସର ଭୂମିକାକୁ ନେଇ ଉଠିଲା ପ୍ରଶ୍ନ

ଖୋର୍ଦ୍ଧା, ୩୦।୬ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲାର ବାଲିଅନ୍ତା ଓ ରାୟଗଡ଼ାର ଇନ୍ଦିରାଗୁଡ଼ା ପରେ ଏବେ ବାଣପୁରରେ ଭିଡ଼ ହିଂସାର ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଚୋର ସନ୍ଦେହରେ ଜଣେ ଯୁବକଙ୍କୁ ଖୁଣ୍ଟରେ ବାନ୍ଧି ନିସ୍ତୁକ ମାଡ଼ ମାରିବା ପରେ ତାଙ୍କର ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ମୃତକ ହେଲେ ବାଣପୁର ଥାନା ଅନ୍ତର୍ଗତ ଭୀମପୁର ବାଘୁଆପଦର ସାହିର ତୋଫାନ ନାୟକ। ପରିବାର ଲୋକଙ୍କ ଅଭିଯୋଗ ଆଧାରରେ ବାଣପୁର ପୋଲିସ ଏକ ହତ୍ୟା ମାମଲା ରୁଜୁ କରି ଘଟଣାରେ ସମ୍ପୃକ୍ତ ୨ ଜଣଙ୍କୁ ଗିରଫ କରିଛି। ଅନ୍ୟ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରିବା ପାଇଁ ତଦନ୍ତ ଜାରି ରହିଛି।

ସୂଚନା ଅନୁଯାୟୀ, ଗତ ୨୮ ତାରିଖ ଅପରାହ୍ନରେ ତୋଫାନଙ୍କୁ ଚୋର ସନ୍ଦେହରେ କିଛି ଗ୍ରାମବାସୀ ଧରି ଏକ ଖୁଣ୍ଟରେ ବାନ୍ଧି ଦିନ ଦ୍ୱିପ୍ରହରରେ ସର୍ବସମ୍ମୁଖରେ ନିସ୍ତୁକ ମାଡ଼ ମାରିଥିଲେ। ସେଠାରେ ଉପସ୍ଥିତ ଲୋକମାନେ ଯିଏ ଯେପରି ପାରିଥିଲେ, ତାଙ୍କୁ ପ୍ରହାର କରିଥିଲେ। ଏହି ନିର୍ମମ ମାଡ଼ର ଦୃଶ୍ୟ ନିକଟସ୍ଥ ସିସିଟିଭି କ୍ୟାମେରାରେ କଏଦ ହୋଇଥିବା ସୂଚନା ମିଳିଛି।

୧୧୨ ନମ୍ବରକୁ ଫୋନ୍‌ ଯୋଗେ ସୂଚନା ପାଇ ବାଣପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତୋଫାନଙ୍କୁ ଉଦ୍ଧାର କରିଥିଲା। ହେଲେ ପରିବାର ଲୋକଙ୍କ ଅଭିଯୋଗ ଅନୁଯାୟୀ, ପୋଲିସ ତାଙ୍କୁ ତୁରନ୍ତ ଚିକିତ୍ସା ପାଇଁ ନ ପଠାଇ ପ୍ରାୟ ଦୁଇ ଘଣ୍ଟା ଧରି ଥାନାରେ ଅଟକ ରଖିଥିଲା। ପରେ ପରିବାର ଲୋକଙ୍କୁ ଡକାଇ ଏକ ଲିଖିତ ମୁଚାଲିକା ନେବା ପରେ ତାଙ୍କୁ ଛାଡ଼ି ଦେଇଥିବା ଅଭିଯୋଗ ହୋଇଛି।

ଘରକୁ ଫେରିବା ପରେ ତୋଫାନଙ୍କ ସ୍ୱାସ୍ଥ୍ୟାବସ୍ଥା ହଠାତ୍‌ ବିଗିଡ଼ିଥିଲା। ସେ ରକ୍ତବାନ୍ତି କରିବା ସହ ଗୁରୁତର ଅସୁସ୍ଥ ହୋଇପଡ଼ିଥିଲେ। ପରିବାର ଲୋକେ ପ୍ରଥମେ ବାଣପୁରରେ ଚିକିତ୍ସା କରାଇବା ପରେ ଅବସ୍ଥା ଅଧିକ ଗୁରୁତର ହେବାରୁ ତାଙ୍କୁ ଭୁବନେଶ୍ୱରର କ୍ୟାପିଟାଲ ହସ୍ପିଟାଲକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଅନ୍ୟପକ୍ଷରେ, ଥାନାରେ ମଧ୍ୟ ତୋଫାନଙ୍କୁ ପୋଲିସ ପ୍ରହାର କରିଥିବା ନେଇ ପରିବାର ଲୋକେ ଅଭିଯୋଗ କରିଛନ୍ତି। ତେବେ ଏହି ଅଭିଯୋଗକୁ ଖୋର୍ଦ୍ଧା ଏସ୍‌ପି ପରମାର ସ୍ମିତ ପୁରୁଷୋତ୍ତମ ଦାସ ଖଣ୍ଡନ କରିଛନ୍ତି। ଥାନାର ସିସିଟିଭି ଫୁଟେଜ୍‌ ଯାଞ୍ଚ କରାଯାଇଥିବା ବେଳେ ଘଟଣାର ନିରପେକ୍ଷ ତଦନ୍ତ କରାଯିବ ବୋଲି ସେ କହିଛନ୍ତି।

ଏସ୍‌ପିଙ୍କ କହିବା ଅନୁଯାୟୀ, ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ସ୍ପଷ୍ଟ ହେବ ଏବଂ ସେହି ଆଧାରରେ ପରବର୍ତ୍ତୀ ଆଇନଗତ ପଦକ୍ଷେପ ଗ୍ରହଣ କରାଯିବ। ଏହି ଘଟଣା ପରେ ବାଣପୁର ଅଞ୍ଚଳରେ ଉତ୍ତେଜନା ଦେଖାଦେଇଥିବା ବେଳେ ଭିଡ଼ ହିଂସା ଏବଂ ପୋଲିସର ଭୂମିକାକୁ ନେଇ ବିଭିନ୍ନ ମହଲରେ ପ୍ରଶ୍ନ ଉଠିଛି। ପୋଲିସ ଘଟଣାର ସମସ୍ତ ଦିଗକୁ ନେଇ ତଦନ୍ତ ଜାରି ରଖିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?