କାନାରା ବ୍ୟାଙ୍କର ଭ୍ରାମ୍ୟମାଣ ଏଟିଏମ୍‌ ସେବା

ଭୁବନେଶ୍ୱର,୧୩।୫: କାନାରା ବ୍ୟାଙ୍କର ଭୁବନେଶ୍ୱର ଅଞ୍ଚଳ ପକ୍ଷରୁ ନିକଟରେ ଏକ ଭ୍ରାମ୍ୟମାଣ ଏଟିଏମ୍‌ ସେବା ଲୋକାର୍ପିତ ହୋଇଯାଇଛି। ଉକ୍ତ ଭ୍ରାମ୍ୟମାଣ ଏଟିଏମ୍‌ ସେବା ସହରର ପ୍ରମୁଖ ହାଉସିଂ ସୋସାଇଟିଗୁଡିକରେ ଆବଶ୍ୟକ ବ୍ୟାଙ୍କିଙ୍ଗ୍‌ ସେବା ବ୍ୟାଙ୍କର ଗ୍ରାହକ ତଥା ବରିଷ୍ଠ ନାଗରିକମାନଙ୍କୁ ଯୋଗାଇ ଦେଉଛି। ବିଶେଷକରି ଚଳିତ ଗ୍ରୀଷ୍ମ ପ୍ରବାହ ଯୋଗୁ ଗ୍ରାହକ ଓ ବରିଷ୍ଠ ନାଗରିକମାନେ ବିଭିନ୍ନ ପ୍ରକାର ବ୍ୟାଙ୍କିଙ୍ଗ୍‌ ସେବା ଓ ଟଙ୍କା ଉଠାଇବା ପାଇଁ ନାନା ସମସ୍ୟାରେ ସମ୍ମୁଖୀନ ହେଉଛନ୍ତି। ସେହିଭଳି ବ୍ୟାଙ୍କିଙ୍ଗ୍‌ ସେବା ପାଇଁ ଗ୍ରାହକମାନେ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏପରିକି ଗ୍ରାହକମାନଙ୍କୁ ଉତ୍ତମ ସେବା ଯୋଗାଇଦେବା ସହ ସମସ୍ୟାର ସୁଧାର ଆଣିବା ପାଇଁ ଏଭଳି ଏକ ଅଭିନବ ସେବାର ଶୁଭାରମ୍ଭ କରାଯାଇଛି। ଏହି ପରିପ୍ରେକ୍ଷୀରେ କାନାରା ବ୍ୟାଙ୍କ ପକ୍ଷରୁ ସହରର ପ୍ରମୁଖ ଆବାସିକ ଅଞ୍ଚଳ ଉତ୍କଳ ରୟାଲ ରେସିଡେନ୍ସିଠାରେ ଭ୍ରାମ୍ୟମାଣ ଏଟିଏମ୍‌ ସେବା ପ୍ରଦାନ କରାଯାଇଥିଲା। ଫଳରେ ବରିଷ୍ଠ ନାଗରିକଙ୍କ ସମେତ ସ୍ଥାନୀୟ ଜନସାଧାରଣ ଉକ୍ତ ସେବାର ଲାଭ ଉଠାଇଥିଲେ। ଉଲ୍ଲେଖଯୋଗ୍ୟ, କାନାରା ବ୍ୟାଙ୍କ ଭୁବନେଶ୍ୱର ଅଞ୍ଚଳର ଅଞ୍ଚଳ ମୁଖ୍ୟ ତଥା ମହାପ୍ରବନ୍ଧକ ଜଗଦୀଶ ଚନ୍ଦରଙ୍କ ସମେତ ବ୍ୟାଙ୍କର ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ରହି ବରିଷ୍ଠ ନାଗରିକ ଓ ଗ୍ରାହକମାନଙ୍କୁ ଅଭିବାଦନ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri