ମୋବାଇଲ ଗେମ୍‌ ବାଳକର ଜୀବନ ନେଲା

ରାଇଘର,୧୨ା୮ (ଡି.ଏନ୍‌.ଏ.):ନବରଙ୍ଗପୁର ଜିଲା ରାଇଘର ବ୍ଲକ ଗୋନା ପଞ୍ଚାୟତର ଭାରସୁଣ୍ଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ମୋବାଇଲ ଗେମ୍‌ର ନିଶା ୧୪ ବର୍ଷୀୟ ବାଳକଙ୍କ ଜୀବନ ନେଇଛି। ସେ ହେଲେ ଗ୍ରାମର ବିଶ୍ୱଜିତ ମିର୍ଦ୍ଧାଙ୍କ ପୁଅ ସୁମିତ। ସୂଚନା ଅନୁଯାୟୀ, ରାଇଘର ବଜାରରେ ବିଶ୍ୱଜିତଙ୍କ ମୋବାଇଲ ଦୋକାନ ରହିଛି। ଚଳିତ ବର୍ଷ ସେ ନିଜ ଦୋକାନରେ ରାଖୀ ମଧ୍ୟ ବିକ୍ରି କରୁଥିଲେ। ବାପାଙ୍କୁ ଦୋକାନ କାମରେ ସହଯୋଗ କରିବା ପାଇଁ ବୁଧବାର ସୁମିତ ଦୋକାନକୁ ଯାଇଥିଲେ। ରାତିରେ ଘରକୁ ଫେରିବା ସମୟରେ ସୁମିତ ବାପାଙ୍କୁ ନ ଜଣାଇ ଗେମ୍‌ ଖେଳିବା ପାଇଁ ମୋବାଇଲ ନେଇଯାଇଥିଲେ। ମା’ ଏ ବିଷୟରେ ଜାଣିପାରି ବାପାଙ୍କୁ ଜଣାଇଛୁ କି ବୋଲି ପୁଅକୁ ପଚାରିଥିଲେ। ଦୋକାନରୁ ମୋବାଇଲ ଆଣିଥିବା ବାପା ଜାଣିଥିବେ ଭାବି ଭୟରେ ଗୁରୁବାର ସକାଳେ ସୁମିତ ଗାଧୁଆଘରେ ଗାମୁଛା ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଛଟପଟ ହେଉଥିବା ଶୁଣି ପରିବାର ଲୋକେ ଗାଧୁଆଘରେ ପଶିଥିଲେ। ସୁମିତଙ୍କୁ ଉଦ୍ଧାରକରି ରାଇଘର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ରାଇଘର ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏ ନେଇ ୫୫/୨୨ ରେ ଏକ ମାମଲା ରୁଜୁକରି ପୋଲିସ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୮ ଗିରଫ

ଛତ୍ରପୁର,୧୧ା୧୦(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ ) : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢାଉ ଜାରି ରହିଛି । ଶନିବାର ବିଳମ୍ବିତ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?