ରୁଷିଆରେ ଡିଜିଟାଲ୍‌ ଷ୍ଟ୍ରାଇକ୍‌: ଡ୍ରୋନ୍‌ ମାଡ଼ ଭୟରେ ଇଣ୍ଟରନେଟ୍‌ ସେବା ବନ୍ଦ, ପୁଟିନଙ୍କୁ ଘାରିଛି ଅଜଣା ଭୟ?

ନୂଆଦିଲ୍ଲୀ,୨୦।୩: ବର୍ତ୍ତମାନ ସାରା ବିଶ୍ୱ ଏକ ଅସ୍ଥିର ପରିସ୍ଥିତି ଦେଇ ଗତି କରୁଛି। ଗୋଟିଏ ପଟେ ରୁଷିଆ-ୟୁକ୍ରେନ ଯୁଦ୍ଧ ଜାରି ରହିଥିବା ବେଳେ ଅନ୍ୟପଟେ ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଏକ ନୂଆ ମୋଡ଼ ନେଇଛି। ଏହି ଯୁଦ୍ଧକାଳୀନ ସ୍ଥିତି ମଧ୍ୟରେ ରୁଷିଆ ସରକାର ଦେଶର କିଛି ପ୍ରମୁଖ ଅଞ୍ଚଳରେ ମୋବାଇଲ ଇଣ୍ଟରନେଟ୍‌କୁ ବନ୍ଦ କରିଦେଇଛନ୍ତି। ଏଥିସହିତ ଲୋକପ୍ରିୟ ମେସେଜିଂ ଆପ୍‌ WhatsApp ଏବଂ Telegram ଉପରେ ମଧ୍ୟ କଟକଣା ଲଗାଯାଇଛି।

ମିଡିଆ ରିପୋର୍ଟ ଅନୁଯାୟୀ, ମସ୍କୋ ସମେତ ଅନେକ ବଡ଼ ସହରରେ ମୋବାଇଲ ଇଣ୍ଟରନେଟ ଜାମ କରିଦିଆଯାଇଛି। ଏହାର ପ୍ରଭାବ ସାଧାରଣ ଲୋକଙ୍କ ଉପରେ ଗମ୍ଭୀର ଭାବେ ପଡ଼ିଛି। ଇଣ୍ଟରନେଟ ନ ଥିବାରୁ ଅଫିସରେ କାମ କରୁଥିବା କର୍ମଚାରୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଅନଲାଇନ ନେଭିଗେସନ (Maps) କାମ କରୁ ନ ଥିବାରୁ ଟ୍ୟାକ୍ସି ଚାଳକମାନେ ରାସ୍ତା ଖୋଜିବାରେ ସଂଘର୍ଷ କରୁଛନ୍ତି। କଟକଣାରୁ ବଞ୍ଚିବା ପାଇଁ ଯୁବପିଢ଼ି ବାରମ୍ବାର VPN ବଦଳାଇବାକୁ ବାଧ୍ୟ ହେଉଛନ୍ତି, କିନ୍ତୁ ସରକାର ଏବେ VPN ସେବାକୁ ମଧ୍ୟ ବନ୍ଦ କରୁଛନ୍ତି।

ଇଣ୍ଟରନେଟ ବ୍ୟାନ୍‌ ଏବଂ ମେସେଜିଂ ଆପ ଉପରେ କଟକଣା ସମ୍ପର୍କରେ କ୍ରେମଲିନ ପ୍ରବକ୍ତା ଦିମିତ୍ରି ପେସ୍କୋଭ ଏକ ବଡ଼ ବୟାନ ଦେଇଛନ୍ତି। ତାଙ୍କ କହିବା ଅନୁଯାୟୀ ଏହି ପଦକ୍ଷେପ ପଛରେ ଦୁଇଟି ମୁଖ୍ୟ କାରଣ ରହିଛି। ଅନେକ ବିଦେଶୀ ଟେକ୍‌ କମ୍ପାନୀ ରୁଷିଆର ଆଇନ ଏବଂ ନିୟମକୁ ମାନିବାକୁ ମନା କରିଦେଇଛନ୍ତି। ପେସ୍କୋଭ କହିଛନ୍ତି ଯେ, ଶତ୍ରୁ ପକ୍ଷର ଡ୍ରୋନ୍‌ଗୁଡ଼ିକ ନେଭିଗେସନ ପାଇଁ ସେଲ୍ୟୁଲାର୍‌ ନେଟୱାର୍କର ସାହାଯ୍ୟ ନେଇଥାନ୍ତି। ସୁରକ୍ଷା ଦୃଷ୍ଟିରୁ ଏହି ନେଟୱାର୍କକୁ ଜାମ କରାଯାଇଛି ଯେପରି ଡ୍ରୋନ ଆକ୍ରମଣକୁ ରୋକାଯାଇପାରିବ।

ମସ୍କୋ ଏବଂ ସେଣ୍ଟ ପିଟର୍ସବର୍ଗ ଭଳି ସହରରେ ଗତ ଏକ ସପ୍ତାହ ଧରି ପ୍ରତିଦିନ କିଛି ସମୟ ପାଇଁ ମୋବାଇଲ ଇଣ୍ଟରନେଟ ସମ୍ପୂର୍ଣ୍ଣ ବନ୍ଦ ରହୁଛି। ରୁଷିଆ ସରକାର ନିଜ ସାର୍ବଭୌମତ୍ୱ ଏବଂ ସୁରକ୍ଷାକୁ ଅଗ୍ରାଧିକାର ଦେଇ ଇଣ୍ଟରନେଟ ଉପରେ ଏହି ନିୟନ୍ତ୍ରଣ ଜାରି କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୋଦି ସରକାରଙ୍କ ‘ମାଷ୍ଟରପ୍ଲାନ୍‌’! ବିନା ଡିଲ୍‌, ବିନା ଟୋଲ୍‌ରେ ହର୍ମୁଜରୁ ବାହାରିଲା ଭାରତୀୟ ଜାହାଜ; ସାରା ବିଶ୍ୱ ଚକିତ

ନୂଆଦିଲ୍ଲୀ,୨୦।୩: ଇରାନ ଏବଂ ଆମେରିକା ମଧ୍ୟରେ ଜାରି ରହିଥିବା ଉତ୍ତେଜନା ମଧ୍ୟରେ ବିଶ୍ୱର ସବୁଠାରୁ ବ୍ୟସ୍ତବହୁଳ ସାମୁଦ୍ରିକ ମାର୍ଗ ‘ହର୍ମୁଜ ପ୍ରଣାଳୀ’ (Strait of Hormuz) ଏବେ…

ଥୁଆମୂଳରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳରାମପୁର, ୨୦ା୩ (ଦୁର୍ଗା ଦୁର୍ଗା): କଳାହାଣ୍ଡି ଜିଲା  ଥୁଆମୂଳରାମପୁର ବ୍ଲକ ଅଞ୍ଚଳରେ ଗତ ମଙ୍ଗଳବାରଠାରୁ ଜାରି ରହିଥିବା ପ୍ରଳୟଙ୍କରୀ କାଳବୈଶାଖୀ ଜନଜୀବନକୁ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ କରିଦେଇଛି। ତୁହାକୁ…

ଜମିପଟ୍ଟା ପ୍ରଦାନ ଦାବିରେ ତହସିଲ କାର୍ଯ୍ୟାଳୟ ଘେରାଉ: ବିକ୍ଷୋଭ

ମୋହନା,୨୦ା୩(ମନ୍ମଥ ମିଶ୍ର): ବିଭିନ୍ନ ଦାବି ନେଇ ଶୁକ୍ରବାର ଅଲ ଇଣ୍ଡିଆ ମୂଳ ନିବାସୀ ସଂଘ ପକ୍ଷରୁ ମୋହନାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ହାଇସ୍କୁଲ ଛକରୁ ମୁଖ୍ୟ ବଜାର…

ଆଇପିଏଲ୍‌ ୨୦୨୬: ଚାମିରା, ନିସାଙ୍କା, କାମିନ୍ଦୁ ମେଣ୍ଡିସଙ୍କୁ ମିଳିଲା ଏନ୍‌ଓସି

କଲମ୍ବୋ, ୨୦ା୩: ଆଇପିଏଲ୍‌-୨୦୨୬ରେ ଅଂଶଗ୍ରହଣ କରିବା ପାଇଁ ଶ୍ରୀଲଙ୍କା କ୍ରିକେଟ(ଏସ୍‌ଏଲ୍‌ସି) ଶୁକ୍ରବାର ଦୁଷ୍ମନ୍ତ ଚାମିରା, ପାଥୁମ ନିସାଙ୍କା ଓ କାମିନ୍ଦୁ ମେଣ୍ଡିସଙ୍କୁ ନୋ ଅବ୍‌ଜେକ୍ସନ ସାର୍ଟିଫିକେଟ (ଏନ୍‌ଓସି)…

ଠାକୁର ମଦନ ମୋହନଙ୍କ ଜାଗା ଜବର ଦଖଲ: ଦୁଇବର୍ଷ ପରେ ଆସିଲା ରାୟ

ଗଞ୍ଜାମ,୨୦ା୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ବ୍ରାହ୍ମଣ ଢମଣା ସାହିରେ ପୂୂଜା ପାଉଥିବା ଶ୍ରୀମଦନ ମୋହନଙ୍କ ବଡ଼ବଜାରଠାରେ ଥିବା ଜାଗାକୁ ଦୀର୍ଘବର୍ଷ ହେଲା ଏକ ପରିବାର ଜବରଦଖଲ କରି…

ମହିଳା ବିଶ୍ୱକପ୍‌ ପାଇଁ ଫିଫାର ଆସିଲା ନୂଆ ନିୟମ, ଜାଣନ୍ତୁ…

ଜୁରିଚ୍‌,୨୦ା୩: ବିଶ୍ୱ ଫୁଟ୍‌ବଲ ପରିଚାଳନା ସଂସ୍ଥା ‘ଫିଫା’ର ଏକ ନୂଆ ନିୟମ ଅନୁମୋଦନ ଲାଭ କରିଛି। ଏଣିକି ମହିଳା ବିଶ୍ୱକପ୍‌ ଓ ଅନ୍ୟ ଟୁର୍ନାମେଣ୍ଟଗୁଡ଼ିକରେ ମହିଳା ଫୁଟ୍‌ବଲ…

ତୃତୀୟ ଟି୨୦ ଜିତିଲା ନ୍ୟୁଜିଲାଣ୍ଡ

ଅକ୍‌ଲାଣ୍ଡ,୨୦ା୩: ଶୁକ୍ରବାର ଖେଳାଯାଇଥିବା ତୃତୀୟ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ୮ ଉଇକେଟରେ ପରାସ୍ତ କରିଛି ନ୍ୟୁଜିଲାଣ୍ଡ। ଟମ୍‌ ଲଥାମ(୬୩)ଙ୍କ ଆକର୍ଷଣୀୟ ଅର୍ଦ୍ଧଶତକ ଏବଂ…

ବାଲିଗୁଡ଼ାରେ ଗ୍ୟାସ୍‌ ସମସ୍ୟା, ହୋଟେଲ ବନ୍ଦ

ବାଲିଗୁଡା,୨୦ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ସହରରେ କିଛିଦିନ ହେବ ଜାଳେଣି ଗ୍ୟାସ ସମସ୍ୟା ଦେଖାଦେଇଛି। ଫଳରେ ଗ୍ୟାସ୍‌ ଉପଭୋକ୍ତାଙ୍କ ମଧ୍ୟରେ ଘୋର ଅସନ୍ତୋଷ ବୃଦ୍ଧି ପାଇଛି। ଅନ୍ୟପଟେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri