ଆଜି ହୋଇଥିଲା ଦେଶରେ ପ୍ରଥମ ମୋବାଇଲ କଲ୍‌, ଜାଣନ୍ତୁ କିଏ କାହାକୁ କରିଥିଲେ ଫୋନ୍‌

ଆଜିର ସମୟରେ, ମୋବାଇଲ ଫୋନ ବିନା ଜୀବନ କଳ୍ପନା କରାଯାଇପାରିବ ନାହିଁ। କିନ୍ତୁ ୨୫ ବର୍ଷ ପୂର୍ବେ, ଲୋକମାନେ ମୋବାଇଲ ଫୋନ ବିନା ନିଜ କାମ ଚଳାଉଥିଲେ। ମୋବାଇଲ ଫୋନ ଏବେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଟେଲିକମ ବଜାରରେ ପରିଣତ ହୋଇଛି। ଜୁଲାଇ ୩୧ରେ ଭାରତରେ ମୋବାଇଲର ମୂଳଦୁଆ ପକାଯାଇଥିଲା। ୧୯୯୫ ରେ ଜୁଲାଇ ୩୧, ପଶ୍ଚିମବଙ୍ଗର ତତ୍କାଳୀନ ମୁଖ୍ୟମନ୍ତ୍ରୀ ଜ୍ୟୋତି ବସୁ ତତ୍କାଳୀନ କେନ୍ଦ୍ର ଟେଲିକମ ମନ୍ତ୍ରୀ ସୁଖ ରାମଙ୍କୁ ପ୍ରଥମ ମୋବାଇଲରେ ଫୋନ୍‌ କରିଥିଲେ।
ଭାରତରେ ମୋବାଇଲ ସେବା ୨୫ ବର୍ଷ ପୂର୍ବେ ୩୧ ଜୁଲାଇ ୧୯୯୫ରେ ଆରମ୍ଭ ହୋଇଥିଲା। ସେଦିନ ମୋବାଇଲରୁ ଭାରତରେ ପ୍ରଥମ କଲ କରାଯାଇଥିଲା। ସେହି ସମୟରେ, ବାହାରକୁ ଯାଉଥିବା କଲ ସହିତ ଆସୁଥିବା କଲ ପାଇଁ ମଧ୍ୟ ଟଙ୍କା ଦେବାକୁ ପଡୁଥିଲା। ପଶ୍ଚିମ ବଙ୍ଗର ତତ୍କଳୀନ ମୁଖ୍ୟମନ୍ତ୍ରୀ ଜ୍ୟୋତି ବସୁ କୋଲକାତା ରାଇଟର୍ସ ବିଲଡିଂରୁ ନୂଆଦିଲ୍ଲୀର ସଞ୍ଚାର ଭବନ ଏହି କଲ କରିଥିଲେ। ଭାରତର ପ୍ରଥମ ମୋବାଇଲ ଅପରେଟର କମ୍ପାନୀ ଥିଲା ମୋଦୀ ଟେଲଷ୍ଟ୍ରା। ଏହି ନେଟୱାର୍କରେ ପ୍ରଥମ ମୋବାଇଲ କଲ କରାଯାଇଥିଲା। ମୋଦି ଗ୍ରୁପ ଅଫ ଇଣ୍ଡିଆ ଏବଂ ଅଷ୍ଟ୍ରେଲିଆର ଟେଲଷ୍ଟ୍ରାର ମିଳିତ ଉଦ୍ୟମରେ ସମ୍ଭବ ହୋଇପାରିଥିଲା। ଏହି କମ୍ପାନୀ ୮ଟି କମ୍ପାନୀ ମଧ୍ୟରୁ ଗୋଟିଏ ଥିଲା ଯାହା ଦେଶରେ ସେଲୁଲାର୍‌ ସେବା ଯୋଗାଇବା ପାଇଁ ଲାଇସେନ୍ସପ୍ରାପ୍ତ ଥିଲା।
୧୯୯୫ ରୁ ଭାରତରେ ଟେଲି ଯୋଗାଯୋଗ ଏକ ଦୀର୍ଘ ରାସ୍ତା ଅତିକ୍ରମ କରିଛି। ମୋବାଇଲ ସେବା ଆରମ୍ଭ ହେବାର ବର୍ଷ ବର୍ଷ ପରେ ମୋବାଇଲ ଗ୍ରାହକଙ୍କ ସଂଖ୍ୟା ୫ ନିୟୁତରେ ପହଞ୍ଚିଛି। ୨୦୧୫ ମେ ଶେଷରେ, ଦେଶରେ ସମୁଦାୟ ଟେଲିଫୋନ ସଂଯୋଗ ସଂଖ୍ୟା ଏକ ବିଲିୟନ ମାର୍କ ଅତିକ୍ରମ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

ଚାଇନାକୁ ଅଲ୍ଟିମେଟମ ଦେଲା ଆମେରିକା: ଟ୍ରମ୍ପ କହିଲେ, ନଜର ପକାଇଲେ ଛାଡ଼ିବୁନି

ଓ୍ବାଶିଂଟନ୍‌,୨।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ପାନାମା କେନାଲ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ମନ୍ତବ୍ୟ ଦେଇଛନ୍ତି ଯେ, ଆମେରିକା କେବେବି…

ବାପା ହେବା ପରେ ନିଜକୁ ‘ଗେ’ ବୋଲି କହିଲେ ସ୍ୱାମୀ, ତାଜୁବ ହୋଇଗଲେ ସ୍ତ୍ରୀ…

ନୂଆଦିଲ୍ଲୀ, ୨ା୭: ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେଉଥିବା ଏକ ଭିଡିଓ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଭିଡିଓରେ ଜଣେ ମହିଳା ନିଜ ବୈବାହିକ ଜୀବନର…

IMD କଲା ଆଲର୍ଟ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲିଠୁ ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ, ୨ା୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଜି ଦେଶର ୧୯ଟି ରାଜ୍ୟରେ ମୂଷଳଧାରାରେ ବର୍ଷା ହେବ। ଆଜି ଦିଲ୍ଲୀ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ବିହାର,…

ପଡ଼ୋଶୀ ଦେଶରେ ପେଟ୍ରୋଲ-ଡିଜେଲ ଶସ୍ତା! LPG ସିଲିଣ୍ଡର ଦାମ ୧୦୦ ଟଙ୍କା କମିଲା…

ନୂଆଦିଲ୍ଲୀ, ୨ା୭: ଜୁଲାଇ ପହିଲାରେ ଭାରତରେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ ପାଇଥିବା ବେଳେ, ପଡ଼ୋଶୀ ଦେଶ ନେପାଳର ଲୋକମାନଙ୍କୁ ମଧ୍ୟ ଏକ ବଡ଼ ଆଶ୍ୱସ୍ତି…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri