ଅନ୍‌ଲାଇନ ପାଠପଢାରେ ବାଧା ସାଜିଛି ମୋବାଇଲ ନେଟୱାର୍କ: ପରୀକ୍ଷାରୁ ବଞ୍ଚିତ ହେଉଛନ୍ତି ଛାତ୍ରୀଛାତ୍ର 

ପୁରୁଷୋତ୍ତମପୁର,୨୦।୮(ଡି.ଏନ.ଏ.): ସମଗ୍ର ବିଶରେ ମାରାତ୍ମକ ମହାମାରୀ କରୋନାର ପ୍ରକୋପ ଜାରି ରହିଥିବା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ମୋବାଇଲ ନେଟୱାର୍କ କମ୍ପାନୀ ଛାତ୍ରୀଛାତ୍ରଙ୍କ ଉପରେ ଦାଉ ସାଧୁଛନ୍ତି। ଯାହାଦ୍ୱାରା ଶିିିକ୍ଷାଦାନ ସହ ପରୀକ୍ଷାରୁ ବଞ୍ଚିତ ହେଉଛନ୍ତି ଛାତ୍ରୀଛାତ୍ରମାନେ। କରୋନା ଯୋଗୁ ବିଦ୍ୟାଳୟ ଖୋଲି ନ ଥିବାରୁ ଶିକ୍ଷାଦାନ ସମ୍ପୁର୍ଣ୍ଣ ରୁପେ ଠପ୍‌ ହୋଇଯାଇଛି। ଫଳରେ ସରକାର ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି ଅନ୍‌ଲାଇନ ମାଧ୍ୟମରେ ମୋବାଇଲ ଫୋନ ସାହାଯ୍ୟରେ ଶିକ୍ଷାଦାନ ସକାଶେ ନିର୍ଦ୍ଦେଶ ଦେଇଛନ୍ତି। ମାତ୍ର ପୁରୁଷୋତ୍ତମପୁର ଅଞ୍ଚଳରେ ଥିବା ନେଟୱାର୍କ ଠିକ୍‌ ଭାବେ କାର୍ଯ୍ୟ କରୁନାହିଁ। ଯାହାଦ୍ୱାରା ଇଣ୍ଟରନେଟ ସେବା ସମ୍ପୁର୍ଣ୍ଣ ରୁପେ ବିପର୍ଯ୍ୟସ୍ତ ହୋଇପଡିଛି। ଏଥିଯୋଗୁ ଛାତ୍ରୀଛାତ୍ରମାନେ ଶିକ୍ଷା ଦାନରୁ ବଞ୍ଚିତ ହେଉଥିବା ଅଭିଯୋଗ ହୋଇଛି। ଅପରପକ୍ଷରେ ବିଭିନ୍ନ ବିଦ୍ୟାଳୟମାନଙ୍କ ପକ୍ଷରୁ ବର୍ତ୍ତମାନ ଅନ୍‌ଲାଇନ ମାଧ୍ୟମରେ ପରୀକ୍ଷା ଚାଲିଥିବା ବେଳେ ଇଣ୍ଟରନେଟ୍‌ ବାଧାପ୍ରାପ୍ତ ଯୋଗୁ ଛାତ୍ରୀଛାତ୍ରମାନେ ପରୀକ୍ଷା ଦେଇପାରୁନାହାନ୍ତି। ସେହିପରି ଗରିବ ଶ୍ରେଣୀର ପିଲାଙ୍କ ପାଖରେ ସ୍ମାର୍ଟ ଫୋନ ନ ଥିବା ହେତୁ ସେମାନେ ମଧ୍ୟ ପାଠପଢ଼ାରୁ ବଞ୍ଚିତ ହେଉଛନ୍ତି। ଏନେଇ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ମାନସିକ ଚାପ ସୃଷ୍ଟି ହେବା ସହ ଅସନ୍ତୋଷ ପ୍ରକାଶ ପାଇଛି। ତେଣୁ ଏଥିପ୍ରତି ସରକାର ଓ ପ୍ରଶାସନ ଗୁରୁତ୍ୱ ଦେବା ସହ ମୋବାଇଲ ନେଟୱାର୍କ କମ୍ପାନୀମାନଙ୍କୁ ଠିକ୍‌ ଭାବେ କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଦେବା ଲାଗି ଅଭିଭାବକମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri