ଅନ୍‌ଲାଇନ ପାଠପଢାରେ ବାଧା ସାଜିଛି ମୋବାଇଲ ନେଟୱାର୍କ: ପରୀକ୍ଷାରୁ ବଞ୍ଚିତ ହେଉଛନ୍ତି ଛାତ୍ରୀଛାତ୍ର 

ପୁରୁଷୋତ୍ତମପୁର,୨୦।୮(ଡି.ଏନ.ଏ.): ସମଗ୍ର ବିଶରେ ମାରାତ୍ମକ ମହାମାରୀ କରୋନାର ପ୍ରକୋପ ଜାରି ରହିଥିବା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ମୋବାଇଲ ନେଟୱାର୍କ କମ୍ପାନୀ ଛାତ୍ରୀଛାତ୍ରଙ୍କ ଉପରେ ଦାଉ ସାଧୁଛନ୍ତି। ଯାହାଦ୍ୱାରା ଶିିିକ୍ଷାଦାନ ସହ ପରୀକ୍ଷାରୁ ବଞ୍ଚିତ ହେଉଛନ୍ତି ଛାତ୍ରୀଛାତ୍ରମାନେ। କରୋନା ଯୋଗୁ ବିଦ୍ୟାଳୟ ଖୋଲି ନ ଥିବାରୁ ଶିକ୍ଷାଦାନ ସମ୍ପୁର୍ଣ୍ଣ ରୁପେ ଠପ୍‌ ହୋଇଯାଇଛି। ଫଳରେ ସରକାର ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି ଅନ୍‌ଲାଇନ ମାଧ୍ୟମରେ ମୋବାଇଲ ଫୋନ ସାହାଯ୍ୟରେ ଶିକ୍ଷାଦାନ ସକାଶେ ନିର୍ଦ୍ଦେଶ ଦେଇଛନ୍ତି। ମାତ୍ର ପୁରୁଷୋତ୍ତମପୁର ଅଞ୍ଚଳରେ ଥିବା ନେଟୱାର୍କ ଠିକ୍‌ ଭାବେ କାର୍ଯ୍ୟ କରୁନାହିଁ। ଯାହାଦ୍ୱାରା ଇଣ୍ଟରନେଟ ସେବା ସମ୍ପୁର୍ଣ୍ଣ ରୁପେ ବିପର୍ଯ୍ୟସ୍ତ ହୋଇପଡିଛି। ଏଥିଯୋଗୁ ଛାତ୍ରୀଛାତ୍ରମାନେ ଶିକ୍ଷା ଦାନରୁ ବଞ୍ଚିତ ହେଉଥିବା ଅଭିଯୋଗ ହୋଇଛି। ଅପରପକ୍ଷରେ ବିଭିନ୍ନ ବିଦ୍ୟାଳୟମାନଙ୍କ ପକ୍ଷରୁ ବର୍ତ୍ତମାନ ଅନ୍‌ଲାଇନ ମାଧ୍ୟମରେ ପରୀକ୍ଷା ଚାଲିଥିବା ବେଳେ ଇଣ୍ଟରନେଟ୍‌ ବାଧାପ୍ରାପ୍ତ ଯୋଗୁ ଛାତ୍ରୀଛାତ୍ରମାନେ ପରୀକ୍ଷା ଦେଇପାରୁନାହାନ୍ତି। ସେହିପରି ଗରିବ ଶ୍ରେଣୀର ପିଲାଙ୍କ ପାଖରେ ସ୍ମାର୍ଟ ଫୋନ ନ ଥିବା ହେତୁ ସେମାନେ ମଧ୍ୟ ପାଠପଢ଼ାରୁ ବଞ୍ଚିତ ହେଉଛନ୍ତି। ଏନେଇ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ମାନସିକ ଚାପ ସୃଷ୍ଟି ହେବା ସହ ଅସନ୍ତୋଷ ପ୍ରକାଶ ପାଇଛି। ତେଣୁ ଏଥିପ୍ରତି ସରକାର ଓ ପ୍ରଶାସନ ଗୁରୁତ୍ୱ ଦେବା ସହ ମୋବାଇଲ ନେଟୱାର୍କ କମ୍ପାନୀମାନଙ୍କୁ ଠିକ୍‌ ଭାବେ କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଦେବା ଲାଗି ଅଭିଭାବକମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଭିଜିଲାନ୍ସ ଜାଲରେ କିରାଣି

ବୌଦ୍ଧ,୧୯ା୪(ଅଜିତ ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବୌଦ୍ଧ...

ପୋଲିସ ଅଧିକାରୀଙ୍କୁ ଭର୍ତ୍ତୃହରିଙ୍କ ଦୁର୍ବ୍ୟବହାର ମାମଲା: କୋର୍ଟରେ ହାଜର ହେଲେ ଅମିତାଭ

କଟକ,୧୯।୪(କାର୍ତ୍ତିକ ସାହୁ): କଟକ ଏମ୍‌ପି ଭର୍ତ୍ତୃହରି ମହତାବ ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର କରିବା ମାମଲା ପୁଣି ଉଠିଛି। କଟକ ଜେଏମ୍‌ଏଫ୍‌ସି ଅଦାଲତରେ ଶୁକ୍ରବାର ସାକ୍ଷ୍ୟ ଗ୍ରହଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri