ନିଷ୍ପତ୍ତି ବଦଳାଇଲେ ସରକାର, ବିଧାନସଭାରେ ହଟିଲା ମୋବାଇଲ କଟକଣା

ଭୁବନେଶ୍ୱର,୧୨ା୩: ବିଧାନସଭାରେ ସାମ୍ବାଦିକଙ୍କ ଉପରେ ଲାଗିଥିବା ମୋବାଇଲ କଟକଣା ଇତିମଧ୍ୟରେ ହଟାଇ ଦିଆଯାଇଛି। ସାମ୍ବାଦିକମାନେ ଆନ୍ଦୋଳନ କରିବା ପରେ ସରକାର ଏହି ନିଷ୍ପତ୍ତିରେ ପରିବର୍ତ୍ତନ କରିଛନ୍ତି। ମୋବାଇଲ କଟକଣା ହଟିଥିବା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇ କହିଛନ୍ତି। କଟକଣା ଉଠିଥିଲେ ମଧ୍ୟ ମିଡିଆ ଗ୍ୟାଲେରୀରେ ଫଟୋଗ୍ରାଫି ଓ ଭିଡିଓ ରେକର୍ଡିଂ ମନା ହୋଇଛି।

ମଙ୍ଗଳବାର ଗୃହରେ ଜୟନାରାୟଣ ମିଶ୍ର ଓ ତାରା ବାହିନୀପତି ହାତାହାତି ହୋଇଥିଲେ।  କାଲିର ଘଟଣା ପରେ ସାମ୍ବାଦିକଙ୍କୁ ମୋବାଇଲ ବାରଣ କରାଯାଇଥିଲା।ଗୃହରେ ବିଶୃଙ୍ଖଳିତ ଆଚରଣ ପାଇଁ କଂଗ୍ରେସ ନେତା ତାରା ବାହିନୀପତିଙ୍କୁ ସସପେଣ୍ଡ କରିଛନ୍ତି ବାଚସ୍ପତି ସୁରମା ପାଢୀ।  ବିଧାନସଭା ପ୍ରଶ୍ନୋତ୍ତର ଚାଲିଥିବା ବେଳେ ଦୁଇ ବିଧାୟକ ହାତାହାତି ହୋଇଥିଲେ । ଏନେଇ ତାରାଙ୍କୁ ୭ ଦିନ ପାଇଁ ଗୃହରୁ ସସପେଣ୍ଡ କରାଯାଇଛି।

ଏନେଇ ମୁହଁ ଖୋଲିଛନ୍ତି ତାରା। ସେ କହିଛନ୍ତି, ରାତି ସାରା ପ୍ରତିବାଦ କରିବୁ । ଗାନ୍ଧି ମୂର୍ତ୍ତି ତଳେ ବସି ରାତି ସାରା ପ୍ରତିବାଦ କରିବୁ। ବିଧାନସଭାରେ ଅଶାନ୍ତ ପରିବେଶ ନେଇ ବାଚସ୍ପତିଙ୍କୁ ଜଣାଇଥିଲୁ ହେଲେ ଆମ କଥା ଶୁଣିଲେନି। ଗଣତନ୍ତ୍ରକୁ ହତ୍ୟା କରାଯାଇଛି। ଜୟନାରାୟଣ ମୋର କଲର୍‌ ଧରିଲେ, ବାବୁ ସିଂ ଧକ୍କା ମାରିଲେ। ଏନେଇ ଲେଖିକି ଜଣାଇଲୁ ହେଲେ ବାଚସ୍ପତି ଶୁଣିଲେନି। ମୁଁ ସରକାରଙ୍କ ବିରୋଧରେ କହୁଛି ବୋଲି ସେମାନେ ଡରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri