ନିଷ୍ପତ୍ତି ବଦଳାଇଲେ ସରକାର, ବିଧାନସଭାରେ ହଟିଲା ମୋବାଇଲ କଟକଣା

ଭୁବନେଶ୍ୱର,୧୨ା୩: ବିଧାନସଭାରେ ସାମ୍ବାଦିକଙ୍କ ଉପରେ ଲାଗିଥିବା ମୋବାଇଲ କଟକଣା ଇତିମଧ୍ୟରେ ହଟାଇ ଦିଆଯାଇଛି। ସାମ୍ବାଦିକମାନେ ଆନ୍ଦୋଳନ କରିବା ପରେ ସରକାର ଏହି ନିଷ୍ପତ୍ତିରେ ପରିବର୍ତ୍ତନ କରିଛନ୍ତି। ମୋବାଇଲ କଟକଣା ହଟିଥିବା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇ କହିଛନ୍ତି। କଟକଣା ଉଠିଥିଲେ ମଧ୍ୟ ମିଡିଆ ଗ୍ୟାଲେରୀରେ ଫଟୋଗ୍ରାଫି ଓ ଭିଡିଓ ରେକର୍ଡିଂ ମନା ହୋଇଛି।

ମଙ୍ଗଳବାର ଗୃହରେ ଜୟନାରାୟଣ ମିଶ୍ର ଓ ତାରା ବାହିନୀପତି ହାତାହାତି ହୋଇଥିଲେ।  କାଲିର ଘଟଣା ପରେ ସାମ୍ବାଦିକଙ୍କୁ ମୋବାଇଲ ବାରଣ କରାଯାଇଥିଲା।ଗୃହରେ ବିଶୃଙ୍ଖଳିତ ଆଚରଣ ପାଇଁ କଂଗ୍ରେସ ନେତା ତାରା ବାହିନୀପତିଙ୍କୁ ସସପେଣ୍ଡ କରିଛନ୍ତି ବାଚସ୍ପତି ସୁରମା ପାଢୀ।  ବିଧାନସଭା ପ୍ରଶ୍ନୋତ୍ତର ଚାଲିଥିବା ବେଳେ ଦୁଇ ବିଧାୟକ ହାତାହାତି ହୋଇଥିଲେ । ଏନେଇ ତାରାଙ୍କୁ ୭ ଦିନ ପାଇଁ ଗୃହରୁ ସସପେଣ୍ଡ କରାଯାଇଛି।

ଏନେଇ ମୁହଁ ଖୋଲିଛନ୍ତି ତାରା। ସେ କହିଛନ୍ତି, ରାତି ସାରା ପ୍ରତିବାଦ କରିବୁ । ଗାନ୍ଧି ମୂର୍ତ୍ତି ତଳେ ବସି ରାତି ସାରା ପ୍ରତିବାଦ କରିବୁ। ବିଧାନସଭାରେ ଅଶାନ୍ତ ପରିବେଶ ନେଇ ବାଚସ୍ପତିଙ୍କୁ ଜଣାଇଥିଲୁ ହେଲେ ଆମ କଥା ଶୁଣିଲେନି। ଗଣତନ୍ତ୍ରକୁ ହତ୍ୟା କରାଯାଇଛି। ଜୟନାରାୟଣ ମୋର କଲର୍‌ ଧରିଲେ, ବାବୁ ସିଂ ଧକ୍କା ମାରିଲେ। ଏନେଇ ଲେଖିକି ଜଣାଇଲୁ ହେଲେ ବାଚସ୍ପତି ଶୁଣିଲେନି। ମୁଁ ସରକାରଙ୍କ ବିରୋଧରେ କହୁଛି ବୋଲି ସେମାନେ ଡରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘୁମୁସର ବନଖଣ୍ଡକୁ ଜଗିବ ଏଆଇ କ୍ୟାମେରା: କାଠମାଫିଆ, ଶିକାରୀ ହେବେ ସାବାଡ଼

ଭଞ୍ଜନଗର,୨୩।୩(ବାବୁଲା ପ୍ରଧାନ): ବନ୍ୟପ୍ରାଣୀ ଶିକାର ଏବଂ କାଠଚୋରି ରୋକିବା ପାଇଁ ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ବୈଷୟିକ ଜ୍ଞାନ କୌଶଳର ସହାୟତା...

ମହିଳାଙ୍କ ଅଶ୍ଳୀଳ ଫଟୋ ଭିଡିଓ ଭାଇରାଲ ଅଭିଯୋଗ: ନାଇଜେରୀୟ ନାଗରିକ ଗିରଫ

କଟକ, ୨୩।୩: କଟକର ଜଣେ ମହିଳାଙ୍କ ଅଶ୍ଳୀଳ ଫଟୋ ଭିଡିଓ ଭାଇରାଲ ମାମଲାରେ କମିଶନରେଟ୍ ପୋଲିସ ଜଣେ ନାଇଜେରୀୟ ନାଗରିକଙ୍କୁ ଗିରଫ କରିଛି। ଦିଲ୍ଲୀରେ ରହୁଥିବା...

ବହି ଗୋଦାମରେ ବିସ୍ଫୋରଣରୁ ଅଗ୍ନିକାଣ୍ଡ: ଜଳିଗଲା ଲକ୍ଷାଧିକ ଟଙ୍କାର ବହି

ଜଗତସିଂହପୁର,୨୩।୩: ଜଗତସିଂହପୁର ଜନତା କୋଠି ଛକରେ ଥିବା ବହି ଗୋଦାମରେ ବିସ୍ଫୋରଣ ହେବା ସହ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ବହି ଏବଂ...

ବିଜେଡିକୁ ଭାଜପାର କଡ଼ା ଭର୍ତ୍ସନା: ଆଇନମନ୍ତ୍ରୀ କହିଲେ ଆମକୁ କାହାର…

ଭୁବନେଶ୍ୱର,୨୩ା୩: ମହାନଦୀ ଜଳ ବିବାଦ ନେଇ ବିଜେଡିକୁ କଡ଼ା ଭର୍ତ୍ସନା କରିଛି ଭାଜପା। ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, ବିଜେଡି ଶାସନରେ ଥିଲା ବେଳେ ସମାଧାନ...

କ୍ଷୟକ୍ଷତି ଆକଳନ ପାଇଁ ଯାଇଥିଲେ ଦୁଇ ମନ୍ତ୍ରୀ, ରୋଷ ଝାଡ଼ିଲେ ଲୋକେ, ଫିଙ୍ଗିଲେ ଢେଲାପଥର

ବାରିପଦା,୨୩ା୩: କ୍ଷୟକ୍ଷତି ଆକଳନ ପାଇଁ ଯାଇଥିବା ଦୁଇ ମନ୍ତ୍ରୀଙ୍କୁ ଲୋକେ ପ୍ରବଳ ବିରୋଧ କରିଛନ୍ତି। କାହିଁକି ମନ୍ତ୍ରୀ ଆମ ଅଞ୍ଚଳକୁ ଆସିଲେନି ବୋଲି କହି ରୋଷ...

ଭଉଣୀ ଘରକୁ ଆସିଥିଲେ, ପୋଖରୀରେ ବୁଡ଼ି ଚାଲିଗଲା ଭାଇର ଜୀବନ

କେନ୍ଦୁଝର,୨୩।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ନରଣପୁର ଗ୍ରାମରେ ରବିବାର ସକାଳେ ଜଣେ ନାବାଳକ ପୋଖରୀରେ ବୁଡି ମୃତ୍ୟୁ ଘଟଣା ଚର୍ଚ୍ଚାର ବିଷୟ...

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହି ୩ ଜିଲାରେ ବଢୁଛି ବାଲି ଚୋରା ଚାଲାଣ ମାମଲା, ୨୭ ଜିଲାରେ ନାହିଁ

ଭୁବନେଶ୍ୱର,୨୩।୩:  ରାଜଧାନୀ ଉପକଣ୍ଠ ସମେତ କଟକ, ବ୍ରହ୍ମପୁର, ଗଞ୍ଜାମ, କୋରାପୁଟ, ବାଲେଶ୍ୱର ଆଦି ଜିଲାରେ ବାଲି ଚୋରି ପ୍ରବଳ ମାତ୍ରାରେ ଚାଲିଛି। ଏହାକୁ ନେଇ ଅଧିକାଂଶ...

କାଳବୈଶାଖୀ କ୍ଷୟକ୍ଷତି ସମୀକ୍ଷା: ମନ୍ତ୍ରୀ କହିଲେ ଆଜି ମିିଳିବ ଟଙ୍କା, ଜାଣନ୍ତୁ କାହାକୁ କେମିତି ମିଳିବ…

ବାରିପଦା,୨୩ା୩: ମୟୂରଭଞ୍ଜ ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ବ୍ୟାପକ କ୍ଷୟକ୍ଷତି ଘଟାଇଛି। ରାଜସ୍ବ ମନ୍ତ୍ରୀସୁରେଶ ପୂଜାର ବାଙ୍ଗିରିପୋଷିରେ କ୍ଷୟକ୍ଷତି ସମୀକ୍ଷା କରିଛନ୍ତି।...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri