Posted inଜାତୀୟ

କୋର୍ଟ ରୁମ୍‌ରେ ରିଙ୍ଗ୍‌ ହେଲା ମୋବାଇଲ୍‌, ଫୋନ୍‌ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଜବତ କଲେ ହାଇକୋର୍ଟ…

ଗାନ୍ଧିନଗର,୧।୧୨: କୋର୍ଟ ରୁମ୍‌ରେ ଶୁଣାଣି ଚାଲିଥିବା ସମୟରେ ଜଣେ ବ୍ୟକ୍ତିଙ୍କ ମୋବାଇଲ୍‌ ଫୋନ୍‌ ରିିଙ୍ଗ୍‌ ହେବାରୁ ସେ ବସିବା ସ୍ଥାନରୁ ଉଠି ଚାଲିଯାଇଥିଲେ। ଏନେଇ ଉପସ୍ଥିତ ଥିବା ମୁଖ୍ୟ ବିଚାରପତି ଅରବିନ୍ଦ କୁମାର ସମ୍ପୃକ୍ତ ବ୍ୟକ୍ତିଙ୍କଠାରୁ ମୋବାଇଲ୍‌ ଫୋନ୍‌ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଜବତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଏଭଳି ଘଟଣା ଗୁଜରାଟ ହାଇକୋର୍ଟରେ ଘଟିଛି। କୋର୍ଟ ରୁମ୍‌ରେ ମୁଖ୍ୟ ବିଚାରପତିଙ୍କ ସମେତ ବିଚାରପତି ଆଶୁତୋଷ ଜେ. ଶାସ୍ତ୍ରୀ ମଧ୍ୟ ଉପସ୍ଥିତ ଥିଲେ। କୋର୍ଟ ରୁମ୍‌ର କାର୍ଯ୍ୟ ବାଧା ନ ଉପୁଜିବା ଲାଗି ପ୍ରବେଶ ପୂର୍ବରୁ ମୋବାଇଲ୍‌କୁ ସୁଇଚ୍‌ ଅଫ୍‌ କରିବା ଲାଗି ସୂଚନା ଲଗାଯାଇଥିଲେ ବି ଏହାକୁ ସମ୍ପୃକ୍ତ ବ୍ୟକ୍ତି ଅଣଦେଖା କରିଥିବା ଦର୍ଶାଇ ଖଣ୍ଡପୀଠ ଏଭଳି ଆଦେଶ ଦେଇଛନ୍ତି।

ଏସମ୍ପର୍କରେ ରେଜିଷ୍ଟାର ଜେନେରାଲଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ତେବେ ସତ୍ୟପାଠ କରିବାକୁ ଆସିଥିବା ସମ୍ପୃକ୍ତ ବ୍ୟକ୍ତିଙ୍କ ମାନସିକ ସ୍ଥିତି ଖରାପ ଥିବାରୁ ମୁଖ୍ୟ ବିଚାରପତି ଜରିମାନା ଆଦାୟ କରିବାକୁ ମନା କରିଛନ୍ତି। ଏହା ସହିତ ମୁଖ୍ୟ ବିଚାରପତି କହିଛନ୍ତି ଯେ, କୋର୍ଟ ରୁମ୍‌ରେ ମୋବାଇଲ୍‌ ରିଙ୍ଗ୍‌ ହେଲେ ପ୍ରଥମେ ତାଗିଦ୍‌ ପାଇଁ ୧୦୦ ଟଙ୍କା ଜରିମାନା ଦେବାକୁ ପଡ଼ିବ। ଏଭଳି ଭୁଲ୍‌ ଦ୍ୱିତୀୟ ଥର ହେଲେ ୫୦୦ ଟଙ୍କା ଜରିମାନା ଦାଖଲ କରିବାକୁ ପଡ଼ିବ। ଯଦି ତୃତୀୟ ଥର ଲାଗି ଏହା ହୁଏ ତେବେ ୧୦୦୦ ଟଙ୍କା ଜରିମାନା ଦେବାକୁ ପଡ଼ିବ ବୋଲି ମୁଖ୍ୟ ବିଚାରପତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri