କ୍ଲାସରୁମରେ ଶିକ୍ଷକଙ୍କୁ ମୋବାଇଲ ମନା!

ଭୁବନେଶ୍ୱର,୧।୧(ବ୍ୟୁରୋ): କ୍ଲାସରୁମରେ ଶିକ୍ଷକଙ୍କୁ ମୋବାଇଲ ମନା। ଶ୍ରେଣୀକୁ ଯିବା ସମୟରେ ଶିକ୍ଷକ ମୋବାଇଲ ନେଇପାରିବେନି। ଯଦି ନେବେ ତେବେ ଫୋନ ସୁଇଚ ଅଫ କରିବେ। ପିଲାଙ୍କ ପାଠପଢ଼ା ବେଳେ ଶିକ୍ଷକଙ୍କ ମୋବାଇଲ ଫୋନ ବନ୍ଦ ରହିବ । ପିଲାଙ୍କ ପାଠପଢ଼ାକୁ ନେଇ ଏମିତି କିଛି ନିୟମ ଆଣିବାକୁ ରାଜ୍ୟ ସରକାର ବିଚାର କରୁଛନ୍ତି । ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ନୂଆବର୍ଷ ଅଭିନନ୍ଦନ ଜଣାଇବା ସହ ମନ୍ତ୍ରୀ ଶିକ୍ଷକଙ୍କୁ କ୍ଲାସରୁମକୁ ଫୋନ ନେବା ଅନୁଚିତ ବୋଲି କହିଛନ୍ତି । କ୍ଲାସରୁମକୁ ଶିକ୍ଷକ ମୋବାଇଲ ନେଇ ଯାଇପାରିବେନି ବୋଲି ସମ୍ବଲପୁର ଡିଇଓ ନିର୍ଦ୍ଦେଶ ଦେଇଛନ୍ତି । ଏହାକୁ ନେଇ ମନ୍ତ୍ରୀ କହିଛନ୍ତି, ‘ସମ୍ବଲପୁର ଡିଇଓ ଯେଉଁ ନିଷ୍ପତ୍ତି ନେଇଛନ୍ତି, ତାହା ଭଲ। ଆଗମୀ ଦିନରେ ଏହା ସାରା ରାଜ୍ୟରେ ଲାଗୁ କରିବାକୁ ବିଚାରବିମର୍ଶ ଚାଲିଛି। ବିଦ୍ୟାଳୟକୁ ଫୋନ ନେବାକୁ ମନା ନାହିଁ, ହେଲେ କ୍ଲାସରୁମକୁ ନୁହେଁ। କ୍ଲାସରୁମକୁ ଫୋନ ନେବାର କିଛି ଆବଶ୍ୟକତା ନାହିଁ। ପାଠପଢ଼ା ସମୟରେ ଫୋନ ଆସିବା ଦ୍ବାରା ଶିକ୍ଷାଦାନ ବ୍ୟାଘାତ ହେଉଛି ବୋଲି ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

ପାଣି ଡ୍ରମ ଭିତରେ କୁଣ୍ଡଳୀ ମାରି ବସିଥିଲା ବିରାଟକାୟ ଅଜଗର, ପରିବାର ଲୋକଙ୍କ ମଧ୍ୟରେ ଖେଳିଗଲା ଆତଙ୍କ, ତା’ ପରେ…

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଶିକରପାଇ ଅଞ୍ଚଳରେ ଏକ ବିଶାଳ ଅଜଗର ସାପ ଉଦ୍ଧାର ହେବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ସୂର୍ଯ୍ୟ-କେତୁ ଆଣିବେ ବଡ଼ ସଙ୍କଟ! ଆଗାମୀ ୨୬ ଦିନ ୩ ରାଶି ପାଇଁ ବଢିବ ଅଯଥା ଟେନସନ୍, ହୋଇଯାଆନ୍ତୁ ସାବଧାନ…

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ ଦେବତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ନେତୃତ୍ୱର କାରକ ଭାବରେ ବିବେଚନା କରାଯାଏ । ସମାନକ୍ରମରେ ପାପି କେତୁଙ୍କୁ ଏକ ଛାୟା ଗ୍ରହ…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

ତୃତୀୟ ଦିନରେ ଶ୍ରୀଲଙ୍କାର ଲଢ଼ୁଆ ବ୍ୟାଟିଂ, ଭାରତର ନିୟନ୍ତ୍ରଣରେ ଦ୍ୱିତୀୟ ଟେଷ୍ଟ

କଲମ୍ବୋ,୨୫ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ତୃତୀୟ ଦିନ ଶେଷ ସୁଦ୍ଧା ଭାରତ ନିୟନ୍ତ୍ରଣରେ ରହିଛି। ପ୍ରଥମ ଇନିଂସ୍‌ରେ ଭାରତ ୫୦୩/୯ ସ୍କୋର କରିଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri