Posted inଜାତୀୟ

ସରକାରୀ କାର୍ଯ୍ୟାଳୟରେ ମୋବାଇଲ ଫୋନ୍‌ ବନ୍ଦ ହେବା ଆବଶ୍ୟକ: ହାଇକୋର୍ଟ…

ଚେନ୍ନାଇ, ୧୫।୩ : ସରକାରୀ କର୍ମଚାରୀଙ୍କୁ ଅଫିସ ସମୟରେ ମୋବାଇଲ ଫୋନ ବ୍ୟବହାର କରିବାକୁ ଦିଆଯିବା ଉଚିତ ନାହିଁ ବୋଲି ମାଡ୍ରାସ ହାଇକୋର୍ଟ କହିଛନ୍ତି। ଜଷ୍ଟିସ ଏସ.ଏମ. ସୁବ୍ରମଣ୍ୟମଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ତାମିଲନାଡୁ ରାଜ୍ୟ ସରକାରଙ୍କୁ ଏହି ବିଷୟରେ ନିୟମ ପ୍ରସ୍ତୁତ କରିବାକୁ ଏବଂ ଉଲ୍ଲଂଘନକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଖଣ୍ଡପୀଠ କହିଛନ୍ତି ଯେ ’ଯଦି ଜରୁରୀକାଳୀନ କଲ ଥାଏ, ତେବେ ସିନିୟରଙ୍କ ଅନୁମତି ନେଇ ଅଫିସ ବାହାରକୁ ଯାଇ ଏହାକୁ ରିସିଭ୍‌ ଯାଇପାରିବ। ଏହା ବ୍ୟତୀତ, ଯେକୌଣସି ପରିସ୍ଥିତିରେ, ମୋବାଇଲ ଫୋନ ସୁଇଚ ଅଫ କିମ୍ବା ସାଇଲେଣ୍ଟ୍‌ କିମ୍ବା ଭାଇବ୍ରେଶନ ମୋଡରେ ରଖିବା ଉଚିତ।

ଏହି ପ୍ରସଙ୍ଗରେ ମନ୍ତବ୍ୟ ଦେଇ ଖଣ୍ଡପୀଠ କହିଛନ୍ତି ଯେ ସରକାରୀ କାର୍ଯ୍ୟାଳୟରେ ଅନୁଶାସନ ରହିବା ଜରୁରୀ। ଖଣ୍ଡପୀଠ ଏହା ମଧ୍ୟ କହିଛନ୍ତି ଯେ ଅଫିସରେ ମୋବାଇଲ ଫୋନ ବ୍ୟବହାର ମାମଲା ବୃଦ୍ଧି ପାଉଛି। ଏହା କାର୍ଯ୍ୟ ଉପରେ ପ୍ରଭାବ ପକାଉଛି। ଏହି ମାମଲାକୁ ଗମ୍ଭୀରତାର ସହ ଗ୍ରହଣ କରି ସରକାର ଏକ ସର୍କୁଲାର ଜାରି କରିବା ଆବଶ୍ୟକ ବୋଲି ଖଣ୍ଡପୀଠ କହିଛନ୍ତି।

ଜଣେ କର୍ମଚାରୀ ତାଙ୍କ ସାଥୀଙ୍କ ଭିଡିଓ ପ୍ରସ୍ତୁତ କରୁଥିବାରୁ ନିଲମ୍ବିତ ହୋଇଥିବା ଏକ ପିଟିଶନର ଶୁଣାଣି ବେଳେ ହାଇକୋର୍ଟ ଏହି ମନ୍ତବ୍ୟ ଦେଇଛନ୍ତି। ସୂଚନାଯୋଗ୍ୟ ଯେ ଗତ ବର୍ଷ ମହାରାଷ୍ଟ୍ର ସରକାର ମଧ୍ୟ କହିଥିଲେ ଯେ କର୍ମଚାରୀମାନେ ଅଫିସରେ ଅତି କମ ସମୟ ମୋବାଇଲ ଫୋନ ବ୍ୟବହାର କରିବା ଉଚିତ। ସରକାର ଏହା ମଧ୍ୟ କହିଥିଲେ ଯେ ଲ୍ୟାଣ୍ଡଲାଇନ ଫୋନ କଥା ହେବା ପାଇଁ ବ୍ୟବହାର କରାଯାଇପାରିବ।

ମହାରାଷ୍ଟ୍ର ଜେନେରାଲ ଆଡମିନିଷ୍ଟ୍ରେସନ ବିଭାଗ ଦ୍ୱାରା ଜାରି କରାଯାଇଥିବା ଏକ ଆଦେଶରେ କୁହାଯାଇଥିଲା ଯେ ଅଫିସ ସମୟରେ ମୋବାଇଲ ଫୋନ ବ୍ୟବହାର କରିବା ସରକାରଙ୍କ ଭାବମୂର୍ତ୍ତିକୁ କ୍ଷୁର୍ଣ୍ଣ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

ପାଇଲଟ ସ୍ମିତ୍‌ ମଚ୍ଛର ଆକ୍ରମଣର ତଦନ୍ତ କରିବ ଏନ୍‌ଆଇଏ

ନୂଆଦିଲ୍ଲୀ, ୧୦ା୧୦ : ସେପ୍ଟେମ୍ବର ୩୦ରେ ଫ୍ଲାଇଦୁବାଇ ବିମାନର କକ୍‌ପିଟ ଭିତରେ ଭାରତୀୟ ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛରଙ୍କୁ ହୋଇଥିବା ଆକ୍ରମଣର ତଦନ୍ତ ପାଇଁ ଜାତୀୟ ତଦନ୍ତକାରୀ…

ମୁମ୍ବାଇରେ ବଲିଉଡ ଅଭିନେତା ଇମ୍ରାନ ଖାନ୍‌ ଅଟକ

ମୁମ୍ବାଇ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ମୁମ୍ବାଇରେ ଆନ୍ଦୋଳନ ବେଳେ ଶନିବାର ବଲିଉଡ ଅଭିନେତା ଇମ୍ରାନ ଖାନ୍‌ଙ୍କୁ ପୋଲିସ ଅଟକ ରଖିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?