ତାଗିଦ ସତ୍ତ୍ୱେ କରୁଥିଲେ କୋଭିଡ ନିୟମ ଉଲ୍ଲଂଘନ: ସିଲ୍‌ ହେଲା ମୋବାଇଲ୍‌ ଦୋକାନ

ଗଞ୍ଜାମ,୧୩।୮(ଡି.ଏନ୍‌.ଏ. ): ଗଞ୍ଜାମ ଜିଲାରେ କରୋନା ସ୍ଥିତି ଅସମ୍ଭାଳ ହୋଇ ପଡିଥିବା ବେଳେ ଗଞ୍ଜାମ ସହରର କିଛି ବ୍ୟବସାୟୀ କୋଭିଡ ନିୟମ ମାନୁନାହାନ୍ତି । ଫଳରେ ପ୍ରଶାସନ ବାଧ୍ୟ ହୋଇ କଡା ପଦକ୍ଷେପ ଗ୍ରହଣ କରୁଛି । ବଡ଼ ବଜାରଠାରେ ଥିବା ମୂର୍ତ୍ତି ମୋବାଇଲ ଦୋକାନର ମାଲିକ ବାରମ୍ବାର କୋଭିଡ ନିୟମ ତଥା ସାମାଜିକ ଦୂରତା ଉଲଘଂନ କରୁଥିବା ଅଭିଯୋଗରେ ଗୁରୁବାର ତହସିଲଦାର ଅବନୀ କୁମାର ସାହୁ ଉକ୍ତ ଦୋକାନକୁ ସିଲ କରିଥିଲେ। ଏଥିସହିତ ଏନ୍‌ଏସି ସମୁଖ ବଳିଆ ପରିବା ଦୋକାନ ଓ ସୁର ପାତ୍ର ପରିବା ଦୋକାନୀଙ୍କୁ ତହସିଲଦାର ସାହୁ ତାଗିଦ କରିବା ସହ ଚେତାବନୀ ଦେଇଥିଲେ । ଦୋକାନ ସିଲ୍‌ ବେଳେ ଗଞ୍ଜାମ ଥାନା ସେକେଣ୍ଡ ଅଫିସର ଶ୍ରୀଚନ୍ଦନ ବେହେରା, ମହିଳା ଏସଆଇ ଉର୍ମିଳା ସେଠୀ ପ୍ରମୁଖ ଉପସ୍ଥିତ ଥିଲେ ।

ସୂଚନାଯୋଗ୍ୟ, ଗଞ୍ଜାମ ଏନ୍‌ଏସି ଅଞ୍ଚଳରେ କରୋନା ମୁକାବିଲା ପାଇଁ ତହସିଲଦାରଙ୍କ ସମେତ ଏନ୍‌ଏସି ଇଓ ପ୍ରଭୁ କଲ୍ୟାଣ ଦାସ, ଥାନା ଆଇଆଇସି ଦିଲ୍ଲୀପ କୁମାର ସାହୁ, ଏସଆଇ ନାରାୟଣ କହର, ସୁକାନ୍ତ ପ୍ରଧାନ ପ୍ରମୁଖ ଦିନ ରାତି ଏକ କରି ଲୋକଙ୍କୁ ସଚେତନତା କରେଇ ଆସିଛନ୍ତି । ଯାହା ଫଳରେ ଏହି ଏନ୍‌ଏସି ରେ କରୋନା ଆକ୍ରାନ୍ତ ସଂଖ୍ୟା ଦୁଇ ଅଙ୍କରେ ସୀମିତ ରହିଛି । ବର୍ତମାନ ଏଠାରେ ୪୫ ଜଣ ଆକ୍ରାନ୍ତ ମଧ୍ୟରୁ ୩୪ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୦ ଆକ୍ଟିଭ ଅଛନ୍ତି ବୋଲି ଏନ୍‌ଏସି ପ୍ରଶାସନ ପକ୍ଷରୁ କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭୁଶୁଡିଯିବ ବୈତରଣୀ ସେତୁ

ରାମଚନ୍ଦ୍ରପୁର,୨୦।୪(ଗଣେଶ୍ୱର ସା)କେନ୍ଦୁଝର ଜିଲା ଘସିପୁରା ବ୍ଲକ୍‌ ଅନ୍ତର୍ଗତ ବାତୋଠା ଆମ୍ବୋକୁ ସଂଯୋଗୀକରଣ ହେଉଥିବା ବୈତରଣୀ ନଦୀର ସେତୁ ନିକଟରୁ ବେଧଡ଼କ ବାଲି ଚୋରାଚାଲାଣ ହେଉଛି। ସେହିପରି...

ମତ୍ସ୍ୟଜୀବୀଙ୍କୁ ମିଳୁନି ମୌଳିକ ସୁବିଧା

କାଳିପଦା, ୨୦।୪(ରାଜଶ୍ରୀ ପାଣିଗ୍ରାହୀ)ନିର୍ବାଚନ ପୂର୍ବରୁ ସବୁବର୍ଗର ଲୋକଙ୍କୁ ଖୁସି କରିବା ଲାଗି ବିଭିନ୍ନ ଲୋଭନୀୟ ଯୋଜନା ମାଧ୍ୟମରେ ସରକାର ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି।...

ଖରାରେ ଖଟୁଛନ୍ତି ଶ୍ରମିକ

ବାରିପଦା,୨୦ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ପ୍ରଚଣ୍ଡ ରୌଦ୍ରତାପକୁ ନେଇ ନିଦ୍ଦିଷ୍ଟ ସମୟ ମଧ୍ୟରେ ଶ୍ରମିକମାନେ କାର୍ଯ୍ୟ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶନାମା ଜାରି କରିଥିବା ବେଳେ ମୟୂରଭଞ୍ଜ ଜିଲାରରେ...

ଗଞ୍ଜାମ ଜିଲାରେ ମହିଳାଙ୍କୁ ପ୍ରାର୍ଥୀ କରିନି ଭାଜପା

ବ୍ରହ୍ମପୁର,୨୦ା୪(ନରସିଂହ ସାହୁ)ମହିଳା ଭୋଟରଙ୍କୁ ନଜରରେ ରଖି ଭାଜପାର ନିର୍ବାଚନୀ ଇସ୍ତାହାରରେ ନାରୀ ଶକ୍ତି ବନ୍ଧନକୁ ଗୁରୁତ୍ୱ ଦିଆଯାଇଛି। ତେବେ ଗଞ୍ଜାମ ଜିଲାର ୧୩ ବିଧାନସଭା ନିର୍ବାଚନ...

ବଢ଼ୁଛି ଖରା, ପିଇବାକୁ ପାଣି ନାହିଁ

କେନ୍ଦ୍ରାପଡ଼ା, ୨୦ା୪ (ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲାରେ ଉତ୍ତାପ ୪୨ ଡିଗ୍ରୀ ଉପରେ ଅଛି। ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ସିଷ୍ଟମ୍‌ରେ ଥିବା ୭ ନଦୀ ଶୁଖିଲା...

ଖଣି ବିଭାଗର ଡ୍ରୋନ୍‌ କ୍ୟାମେରାରେ ମାପଚୁପ

ଯାଜପୁର,୨୦।୪ (ହର୍ଷବର୍ଦ୍ଧନ ବେହେରା)ଦ୍ରୁତ ଶିଳ୍ପାୟନ ରାଜ୍ୟର ଆର୍ଥିକ ଅଭିବୃଦ୍ଧି ସହ ଅଧିକରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ବୋଲି ରାଜ୍ୟ ସରକାର ଦାବି କରୁଛନ୍ତି।...

ଛାତ୍ରୀଛାତ୍ରଙ୍କ ଦୁର୍ଦ୍ଦଶାର ହେଉନି ଅନ୍ତ

ଡେରାବିଶ, ୨୦ା୪ (ବେବର୍ତ୍ତା ଅଜୟ ଦାସ)କେନ୍ଦ୍ରାପଡ଼ା ଜିଲା ଅନ୍ତର୍ଗତ ଡେରାବିଶ ବ୍ଲକ କୁରୁଜଙ୍ଗାଠାରେ ୨୦୨୨ରେ ଖୋଲାଯାଇଥିବା ଆଦର୍ଶ ବିଦ୍ୟାଳୟ ଏବେ ବି ସମସ୍ୟା ଘେରରେ। ଏହି...

୬ ମାସ ହେବ ପାନୀୟ ଜଳ ପ୍ରକଳ୍ପ ଅଚଳ

ନାଉଗାଁ ,୨୦ା୪(ସୁଧା ବେହୁରା)ଗ୍ରୀଷ୍ମ ପ୍ରବାହ ଦିନକୁ ଦିନ ବୃଦ୍ଧି ପାଇ ଚାଲିଥିବାବେଳେ ସକାଳ ୯ଟା ପରେ ଘରୁ ବାହାରିବା କଷ୍ଟସାଧ୍ୟ ହୋଇପଡୁଛି। ଏନେଇ ପାନୀୟ ଜଳର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri