ଆରମ୍ଭ ହେଲା ମୋବାଇଲ ଟାୱାର କାମ

ସେମିଳିଗୁଡ଼ା/ସୁନାବେଡା, ୧୬ା୩(ସ୍ବ.ପ୍ର.): ସେମିଳିଗୁଡ଼ା ବ୍ଲକ କାଣ୍ଟି ପଞ୍ଚାୟତ ଅଞ୍ଚଳରେ ମୋବାଇଲ ଟାଓ୍ବାର ନ ଥିବାରୁ ଲୋକେ ବହୁ ଅସୁବିଧାର ସମ୍ମୁଖୀନ ହେଉଥିଲେ। ଏ ନେଇ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ କାମ ଆରମ୍ଭ ହୋଇଛି। ଉପର କାଣ୍ଟି ଗାଁରେ ପ୍ରାୟ ୨୦୦ ପରିବାରର ୮୦୦ ରୁ ଅଧିକ ଲୋକ ବସବାସ କରୁଛନ୍ତି। ଏଠାରେ ମୋବାଇଲ ନେଟୱାର୍କ ଆସୁ ନ ଥିବାରୁ ଲୋକେ ଜରୁରୀ ସମୟରେ ହଇରାଣ ହରକତ ହେଉଥିଲେ। ଏପରିକି ଦେଓମାଳି ବୁଲି ଆସୁଥିବା ପର୍ଯଟକମାନେ ମଧ୍ୟ ନାନା ଅସୁବିଧାର ସମ୍ମୁଖୀନ ହେଉଥିଲେ। ରାଜ୍ୟ ବାହାରର ପର୍ଯ୍ୟଟକମାନେ ଏଠାକୁ ଆସି ସମ୍ପର୍କୀୟଙ୍କ ସହ କଥାବାର୍ତ୍ତା କରିବା ସମ୍ଭବ ହେଉ ନ ଥିଲା। ସ୍ଥାନୀୟ ଅଞ୍ଚଳର ଲୋକଙ୍କୁ ଆବଶ୍ୟକସ୍ଥଳେ କଥା ହେବା ପାଇଁ ମୋବାଇଲ ଫୋନ୍‌ ଧରି ୩ କି.ମି.ପାହାଡ ଉପରକୁ ଯିବାକୁ ପଡୁଥିଲା। ଏହାର ସ୍ଥାୟୀ ସମାଧାନ ପାଇଁ ବିଭିନ୍ନ ସମୟରେ ଦାବି ହୋଇ ଆସୁଥିଲା। ଏହାକୁ ହୃଦବୋଧ କରି ପ୍ରଶାସନ ପକ୍ଷରୁ କାଣ୍ଟି ପଞ୍ଚାୟତ କାର୍ଯ୍ୟାଳୟ ବୋଲାଉଥିବା ରାଜୀବଗାନ୍ଧୀ ବାତ୍ୟା ଆଶ୍ରୟସ୍ଥଳୀ ପଛପଟେ ଜିଓ ଏବଂ ବିଏସ୍‌ଏନଏଲ ଦୁଇଟି ମୋବାଇଲ ସେବା ପ୍ରଦାନକାରୀ ସଂସ୍ଥା ପକ୍ଷରୁ୍‌ ଟାଓ୍ବାର ସ୍ଥାପନ ଲାଗି ପାରିପାଶର୍‌ବିକ ସ୍ଥିତି ଓ ମାଟି ପରୀକ୍ଷା କରାଯାଇଛି। ଆଗାମୀ ଦିନରେ ଏଠାରେ ୨ଟି ମୋବାଇଲ ଟାୱାର୍‌ ବସିବ ବୋଲି ସ୍ଥାନୀୟ ସରପଞ୍ଚ ସୂଚନା ଦେଇଛନ୍ତି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳବାସୀ ଖୁସି ବ୍ୟକ୍ତ କରିଛନ୍ତି।

ସୂଚନାଯୋଗ୍ୟ, କରୋନା ସମୟରେ ଅନଲାଇନ ମାଧ୍ୟମରେ ପାଠ ପଢିବାକୁ ଏଠାକାର ଛାତ୍ରୀଛାତ୍ରଙ୍କୁ ପାହାଡ଼ ଶିଖର ତଥା ଗଛ ଉପରକୁ ଚଢିବାକୁ ପଡୁଥିଲା। ଟାଓ୍ବାର ନିର୍ମାଣ ପରେ ସମସ୍ୟା ସମାଧାନ ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri