ଆରମ୍ଭ ହେଲା ମୋବାଇଲ ଟାୱାର କାମ

ସେମିଳିଗୁଡ଼ା/ସୁନାବେଡା, ୧୬ା୩(ସ୍ବ.ପ୍ର.): ସେମିଳିଗୁଡ଼ା ବ୍ଲକ କାଣ୍ଟି ପଞ୍ଚାୟତ ଅଞ୍ଚଳରେ ମୋବାଇଲ ଟାଓ୍ବାର ନ ଥିବାରୁ ଲୋକେ ବହୁ ଅସୁବିଧାର ସମ୍ମୁଖୀନ ହେଉଥିଲେ। ଏ ନେଇ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ କାମ ଆରମ୍ଭ ହୋଇଛି। ଉପର କାଣ୍ଟି ଗାଁରେ ପ୍ରାୟ ୨୦୦ ପରିବାରର ୮୦୦ ରୁ ଅଧିକ ଲୋକ ବସବାସ କରୁଛନ୍ତି। ଏଠାରେ ମୋବାଇଲ ନେଟୱାର୍କ ଆସୁ ନ ଥିବାରୁ ଲୋକେ ଜରୁରୀ ସମୟରେ ହଇରାଣ ହରକତ ହେଉଥିଲେ। ଏପରିକି ଦେଓମାଳି ବୁଲି ଆସୁଥିବା ପର୍ଯଟକମାନେ ମଧ୍ୟ ନାନା ଅସୁବିଧାର ସମ୍ମୁଖୀନ ହେଉଥିଲେ। ରାଜ୍ୟ ବାହାରର ପର୍ଯ୍ୟଟକମାନେ ଏଠାକୁ ଆସି ସମ୍ପର୍କୀୟଙ୍କ ସହ କଥାବାର୍ତ୍ତା କରିବା ସମ୍ଭବ ହେଉ ନ ଥିଲା। ସ୍ଥାନୀୟ ଅଞ୍ଚଳର ଲୋକଙ୍କୁ ଆବଶ୍ୟକସ୍ଥଳେ କଥା ହେବା ପାଇଁ ମୋବାଇଲ ଫୋନ୍‌ ଧରି ୩ କି.ମି.ପାହାଡ ଉପରକୁ ଯିବାକୁ ପଡୁଥିଲା। ଏହାର ସ୍ଥାୟୀ ସମାଧାନ ପାଇଁ ବିଭିନ୍ନ ସମୟରେ ଦାବି ହୋଇ ଆସୁଥିଲା। ଏହାକୁ ହୃଦବୋଧ କରି ପ୍ରଶାସନ ପକ୍ଷରୁ କାଣ୍ଟି ପଞ୍ଚାୟତ କାର୍ଯ୍ୟାଳୟ ବୋଲାଉଥିବା ରାଜୀବଗାନ୍ଧୀ ବାତ୍ୟା ଆଶ୍ରୟସ୍ଥଳୀ ପଛପଟେ ଜିଓ ଏବଂ ବିଏସ୍‌ଏନଏଲ ଦୁଇଟି ମୋବାଇଲ ସେବା ପ୍ରଦାନକାରୀ ସଂସ୍ଥା ପକ୍ଷରୁ୍‌ ଟାଓ୍ବାର ସ୍ଥାପନ ଲାଗି ପାରିପାଶର୍‌ବିକ ସ୍ଥିତି ଓ ମାଟି ପରୀକ୍ଷା କରାଯାଇଛି। ଆଗାମୀ ଦିନରେ ଏଠାରେ ୨ଟି ମୋବାଇଲ ଟାୱାର୍‌ ବସିବ ବୋଲି ସ୍ଥାନୀୟ ସରପଞ୍ଚ ସୂଚନା ଦେଇଛନ୍ତି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳବାସୀ ଖୁସି ବ୍ୟକ୍ତ କରିଛନ୍ତି।

ସୂଚନାଯୋଗ୍ୟ, କରୋନା ସମୟରେ ଅନଲାଇନ ମାଧ୍ୟମରେ ପାଠ ପଢିବାକୁ ଏଠାକାର ଛାତ୍ରୀଛାତ୍ରଙ୍କୁ ପାହାଡ଼ ଶିଖର ତଥା ଗଛ ଉପରକୁ ଚଢିବାକୁ ପଡୁଥିଲା। ଟାଓ୍ବାର ନିର୍ମାଣ ପରେ ସମସ୍ୟା ସମାଧାନ ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଅସହାୟ ପରିବାର ପାଖରେ ପହଞ୍ଚିଲା ‘ଯୁବ ଶକ୍ତି ଥୁଆମୂଳ ରାମପୁର’

ଥୁଆମୂଳ ରାମପୁର,୧୭।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ପଞ୍ଚାୟତ ଭାଟିଫାସ ଗ୍ରାମର ଦାଦନ ଶ୍ରମିକ ସ୍ବର୍ଗତ ସିବା ମାଝୀଙ୍କ ଅକାଳ ବିୟୋଗ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri