ଆଜବେଷ୍ଟସ ଭାଙ୍ଗି ଲକ୍ଷାଧିକ ଟଙ୍କାର ଦାମୀ ମୋବାଇଲ, ନଗଦ ଟଙ୍କା ଲୁଟ୍‌

କୋକସରା,୩।୧୧(ଡି.ଏନ୍‌.ଏ.): କୋକସରା ବସ୍‌ଷ୍ଟାଣ୍ଡରେ ଥିବା ମହାପାତ୍ର ଫେନ୍ସି ଦୋକାନ ଆଜବେଷ୍ଟସ ଭାଙ୍ଗି ବୁଧବାର ବିଳମ୍ବିତ ରାତିରେ କଳାକନା ବୁଲାଇଛନ୍ତି ଦୁର୍ବୃତ୍ତ। ଦୁର୍ବୃତ୍ତମାନେ ଲକ୍ଷାଧିକ ଟଙ୍କାର ମୋବାଇଲ ଫୋନ ସହ ନଗଦ ଟଙ୍କା ଲୁଟି ନେଇଛନ୍ତି। ଏହି ଦୃଶ୍ୟ ସିସିଟିଭିରେ କଏଦ ହୋଇଛି।

ମିଳିଥିବା ସୂଚନା ମୁତାବକ, ୨୬ ନମ୍ବର ଜାତୀୟ ରାଜପଥ କୋକସରା ସହରର ମୁଖ୍ୟ ବସ୍‌ଷ୍ଟାଣ୍ଡରେ ଥିବା ତ୍ରିଲୋଚନ ମହାପାତ୍ର ବୁଧବାର ରାତିରେ ଦୋକାନ ବନ୍ଦ କରି ଘରକୁ ଯାଇଥିଲେ। ହେଲେ ବିଳମ୍ବିତ ରାତିରେ କେତେକ ମୁଖାପିନ୍ଧା ଦୁର୍ବୃତ୍ତ ଦୋକାନ ଛାତ ଆଜବେଷ୍ଟସ ଭାଙ୍ଗି ଭିତରକୁ ପଶିଥିଲେ। ପରେ ଦୋକାନରୁ ଲକ୍ଷାଧିକ ଟଙ୍କାର ମୋବାଇଲ ଫୋନ ସହ ନଗଦ ଟଙ୍କା ନେଇଯାଇଥିବା ଜଣାଡିଛି। ଏନେଇ ଦୋକାନ ମାଲିକ ମହାପାତ୍ର କୋକସରା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗପତ୍ରରେ ସେ ଦୋକାନରୁ ୧୬ଟି ଦାମୀ ମୋବାଇଲ ଫୋନ ଯାହାର ଆନୁମାନିକ ମୂଲ୍ୟ ୨ଲକ୍ଷ ୨୦ ହଜାର ଏବଂ ନଗଦ ୫ ହଜାର ଟଙ୍କା ଚୋରି ହୋଇଥିବା ଉଲ୍ଲେଖ କରିଛନ୍ତି। ଏନେଇ କୋକସରା ଥାନା ପୋଲିସ ଏକ ମାମଲା (ନଂ.୨୬୯/ ୨୨) ରୁଜୁ କରି ସିସିଟିଭି ଫୁଟେଜ ଆଧାରରେ ତଦନ୍ତ ଆରମ୍ଭ କରିଛି। ଅନ୍ୟପକ୍ଷେ ପୋଲିସ ପାଟ୍ରୋଲିଂରେ ଢିଲା ଯୋଗୁ ଏ ଭଳି ଆପରାଧିକ କାର୍ଯ୍ୟ ଅଞ୍ଚଳରେ ବୃଦ୍ଧି ପାଉଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ଏନେଇ କୋକସରା ଥାନା ଅଧିକାରୀ ପ୍ରସନ୍ନ କୁମାର ବେହେରାଙ୍କୁ ପଚାରିବାରୁ ପୋଲିସ ଘଟଣାର ତଦନ୍ତ କରୁଥିବା କହିଛିି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ତାରିଣୀ ପୀଠର ବିକାଶ ପାଇଁ କଲେ ବଡ଼ ଘୋଷଣା

କେନ୍ଦୁଝର,୭ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଏକ ସ୍ବତନ୍ତ୍ର ହେଲିକପ୍ଟରରେ ଭୁବନେଶ୍ୱରରୁ ଆସି ଘଟଗାଁରେ ପହଞ୍ଚିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ...

ରେକର୍ଡ ଭାଙ୍ଗୁଛି ଶୀତ, ରାଜ୍ୟର ସବୁଠୁ ଥଣ୍ଡା ସହର ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୭ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଶୀତର ଲହରି ରେକର୍ଡ ଭାଙ୍ଗିଛି। ଦିନକୁ ଦିନ ତାପମାତ୍ରା ହ୍ରାସ ପାଇ ରବିବାର ସକାଳ ସୁଦ୍ଧା ୭.୫...

ବିଦ୍ୟାଳୟରେ ପାଇଖାନା ନ ଥିବା ଘଟଣାକୁ ସହୃଦୟର ସହ ନେଲେ ବିଡିଓ, କହିଲେ ୩ ମାସରେ…

ଦାରିଙ୍ଗବାଡି,୭।୧୨ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ସ୍ଥାପନ ହେବାର ଏହାରି ମଧ୍ୟରେ ୬...

୬୫ ବର୍ଷ ବିଦ୍ୟାଳୟରେ ପାଇଖାନା କି ମୌଳିକ ସୁବିଧା ନାହିଁ:  ପିଲାଙ୍କ ପାଇଁ ପାହାଡ ଜଙ୍ଗଲ ହିଁ ଭରସା 

ଦାରିଙ୍ଗବାଡି,୮।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ସ୍ଥାପନ ହେବାର ଏହାରି ମଧ୍ୟରେ...

ମୋବାଇଲ ଆପ ସତର୍କ ସଙ୍କେତରେ ଛାତ୍ରଙ୍କ ସଫଳତା

ନୂଆପଡ଼ା,୮ା୧୨ (ମକାରୁ ବେମାଲ): ଭାରତ ସରକାରଙ୍କ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ ଦ୍ୱାରା ପରିଚାଳିତ ଅଟଳ ଟିଙ୍କରୀଙ୍କ ଲ୍ୟାବମାନଙ୍କର ଅନ୍‌ଲାଇନ ମାଧ୍ୟମରେ ଓସିଏସି ଦ୍ୱାରା...

Featured Video Play Icon

ଧରିତ୍ରୀ, ଆଦିତ୍ୟ ବିର୍ଲା ସନ୍‌ଲାଇଫ୍‌ ମ୍ୟୁଚୁଆଲ ଫଣ୍ଡ୍‌ର ‘ଶିକ୍ଷିତ ନିବେଶକ ବିକଶିତ ଭାରତ’ କର୍ମଶାଳା

କଟକ,୭ା୧୨(କାର୍ତ୍ତିକ ସାହୁ): ଭବିଷ୍ୟତ ଆବଶ୍ୟକତାକୁ ଦୃଷ୍ଟିରେ ରଖି ନିଜର ଅର୍ଜିତ ଅର୍ଥକୁ ଖର୍ଚ୍ଚ କରିବା ଜରୁରୀ। ବିଶେଷକରି ପ୍ରଥମେ ସଞ୍ଚୟ ଏବଂ ପରେ ଖର୍ଚ୍ଚ କରିବା...

ସ୍ତ୍ରୀଙ୍କ ମୁଣ୍ଡରେ ଟ୍ୟୁମର: ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ

ନୂଆପଡ଼ା,୮ା୧୨(ମକାରୁ ବେମାଲ): ସ୍ତ୍ରୀଙ୍କ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ । ଶେଷରେ ଅସହାୟ ହୋଇ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି ସ୍ବାମୀ । ଏଭଳି ଘଟଣା...

ଜଣଙ୍କାକୁ ନୁହେଁ ଏକାବେଳକେ ଚାରି ଚାରି ଜଣଙ୍କୁ ଧକ୍କା ଦେଲା କାର :୨ ମୃତ, ୨ ଗୁରୁତର

ଖଜୁରୀପଡ଼ା,୮ା୧୨(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ଅନ୍ତର୍ଗତ ସମ୍ବେପଦରଠାରେ ଏକ ଅଜଣା ଗାଡ଼ି ଧକ୍କାରେ ୨ଜଣଙ୍କ ମୃତ୍ୟୁ ହୋଇଛି। ଜଣେ ସମ୍ବେପଦର ଗ୍ରାମର ବିଦ୍ୟାଧର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri