ଆଜବେଷ୍ଟସ ଭାଙ୍ଗି ଲକ୍ଷାଧିକ ଟଙ୍କାର ଦାମୀ ମୋବାଇଲ, ନଗଦ ଟଙ୍କା ଲୁଟ୍‌

କୋକସରା,୩।୧୧(ଡି.ଏନ୍‌.ଏ.): କୋକସରା ବସ୍‌ଷ୍ଟାଣ୍ଡରେ ଥିବା ମହାପାତ୍ର ଫେନ୍ସି ଦୋକାନ ଆଜବେଷ୍ଟସ ଭାଙ୍ଗି ବୁଧବାର ବିଳମ୍ବିତ ରାତିରେ କଳାକନା ବୁଲାଇଛନ୍ତି ଦୁର୍ବୃତ୍ତ। ଦୁର୍ବୃତ୍ତମାନେ ଲକ୍ଷାଧିକ ଟଙ୍କାର ମୋବାଇଲ ଫୋନ ସହ ନଗଦ ଟଙ୍କା ଲୁଟି ନେଇଛନ୍ତି। ଏହି ଦୃଶ୍ୟ ସିସିଟିଭିରେ କଏଦ ହୋଇଛି।

ମିଳିଥିବା ସୂଚନା ମୁତାବକ, ୨୬ ନମ୍ବର ଜାତୀୟ ରାଜପଥ କୋକସରା ସହରର ମୁଖ୍ୟ ବସ୍‌ଷ୍ଟାଣ୍ଡରେ ଥିବା ତ୍ରିଲୋଚନ ମହାପାତ୍ର ବୁଧବାର ରାତିରେ ଦୋକାନ ବନ୍ଦ କରି ଘରକୁ ଯାଇଥିଲେ। ହେଲେ ବିଳମ୍ବିତ ରାତିରେ କେତେକ ମୁଖାପିନ୍ଧା ଦୁର୍ବୃତ୍ତ ଦୋକାନ ଛାତ ଆଜବେଷ୍ଟସ ଭାଙ୍ଗି ଭିତରକୁ ପଶିଥିଲେ। ପରେ ଦୋକାନରୁ ଲକ୍ଷାଧିକ ଟଙ୍କାର ମୋବାଇଲ ଫୋନ ସହ ନଗଦ ଟଙ୍କା ନେଇଯାଇଥିବା ଜଣାଡିଛି। ଏନେଇ ଦୋକାନ ମାଲିକ ମହାପାତ୍ର କୋକସରା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗପତ୍ରରେ ସେ ଦୋକାନରୁ ୧୬ଟି ଦାମୀ ମୋବାଇଲ ଫୋନ ଯାହାର ଆନୁମାନିକ ମୂଲ୍ୟ ୨ଲକ୍ଷ ୨୦ ହଜାର ଏବଂ ନଗଦ ୫ ହଜାର ଟଙ୍କା ଚୋରି ହୋଇଥିବା ଉଲ୍ଲେଖ କରିଛନ୍ତି। ଏନେଇ କୋକସରା ଥାନା ପୋଲିସ ଏକ ମାମଲା (ନଂ.୨୬୯/ ୨୨) ରୁଜୁ କରି ସିସିଟିଭି ଫୁଟେଜ ଆଧାରରେ ତଦନ୍ତ ଆରମ୍ଭ କରିଛି। ଅନ୍ୟପକ୍ଷେ ପୋଲିସ ପାଟ୍ରୋଲିଂରେ ଢିଲା ଯୋଗୁ ଏ ଭଳି ଆପରାଧିକ କାର୍ଯ୍ୟ ଅଞ୍ଚଳରେ ବୃଦ୍ଧି ପାଉଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ଏନେଇ କୋକସରା ଥାନା ଅଧିକାରୀ ପ୍ରସନ୍ନ କୁମାର ବେହେରାଙ୍କୁ ପଚାରିବାରୁ ପୋଲିସ ଘଟଣାର ତଦନ୍ତ କରୁଥିବା କହିଛିି।


Enter your email to get our daily news in your inbox.

All Right Reserved By Dharitri.Com

ଗଣେଶ ବିସର୍ଜନ ବେଳେ ଅଘଟଣ! ଜେନେରେଟରରେ ତେଲ ଢାଳୁ ଢାଳୁ ଲାଗିଲା ନିଆଁ, ଯୁବକ…

ଝରିଗାଁ, ୧୬।୯ (କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ସାନଟେମେରା ଗ୍ରାମରେ ଗଣେଶ ମୂର୍ତ୍ତି ବିସର୍ଜନ ଶୋଭାଯାତ୍ରା ସମୟରେ ଏକ ଅଭାବନୀୟ ଘଟଣା…

ଅଲଟୋ କାର୍ ଭିତରେ ଗଞ୍ଜେଇର ପାହାଡ଼! ଧରାପଡ଼ିଲେ ଗୌରୀଶଙ୍କର, ସହଯୋଗୀ ଫେରାର

ପୁରୁଷୋତ୍ତମପୁର,୧୬।୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସକୁ ମିଳିଛି ବଡ଼ ସଫଳତା। ଗଞ୍ଜେଇ ଚାଲାଣ ବେଳେ ପୋଲିସ ଚଢ଼ଉ କରି ୯୫ କେଜି ଗଞ୍ଜେଇ ସହ ଏକ…

ବୀରମିତ୍ରପୁର ଅଞ୍ଚଳରେ ଲଜ୍ଜା; ଜଙ୍ଗଲରେ ୨ନାବାଳିକାଙ୍କୁ ଗଣ ବଳାତ୍କାର, ୫ ଜଣ…

କୁଆଁରମୁଣ୍ଡା,୧୬।୯(ମହେନ୍ଦ୍ର କୁମାର ସାହୁ) : ବୀରମିତ୍ରପୁର ଥାନା ଅଞ୍ଚଳରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ୨ ଜଣ ନାବାଳିକାଙ୍କୁ ଏକ ଜଙ୍ଗଲରେ ୫ ଜଣ…

ଦିଗପହଣ୍ଡିରେ ମଧୁବୈଶ୍ଯ ସମାଜର ବାର୍ଷିକ ସମ୍ମିଳନୀ ; ପାରମ୍ପରିକ ବ୍ୟବସାୟର ପ୍ରଚାର ପ୍ରସାର ଉପରେ ବିଧାୟକଙ୍କ ଗୁରୁତ୍ୱ

ଦିଗପହଣ୍ଡି,୧୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ହାଟତୋଟା ସ୍ଥିତ ଗୁପ୍ତେଶ୍ବର ଶୈବପୀଠ ପରିସରରେ ବଡଖେମୁଣ୍ଡି ତାଲୁକା ମଧୁବୈଶ୍ଯ (ଗୁଡିଆ) ସମାଜର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି…

ଥୁଆମୂଳ ରାମପୁରରେ ମା’ ମାଣିକେଶ୍ୱରୀଙ୍କ ବାଲିଯାତ୍ରା ଓ ଦଶହରା ପୂଜାସୂଚୀ ପ୍ରକାଶିତ, ଝାମୁଯାତ୍ରା…

ଥୁଆମୂଳ ରାମପୁର,୧୬।୯(ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲାର ପ୍ରସିଦ୍ଧ ଆଧ୍ୟାତ୍ମିକ ପୀଠ ଇଷ୍ଟଦେବୀ ହେଉଛନ୍ତି ମା’ ମାଣିକେଶ୍ୱରୀ । ଥୁଆମୂଳ ରାମପୁର ଠାରେ ଚଳିତ ୨୦୨୬ ବର୍ଷର…

ବାପାଙ୍କ ଛୁରାମାଡ଼ରେ ପୁଅଙ୍କ ଚାଲିଗଲା ଜୀବନ, ନୂଆଁଖାଇରେ ହୋଇଥିଲା ରକ୍ତପାତ

ଝରିଗାଁ,୧୬।୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ କୁସୁମପାଣି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଗତ ମଙ୍ଗଳବାର ରାତିରେ ବାପାର ଛୁରା ମାଡ଼ରେ…

ଛତ୍ରପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର ନୂଆ କର୍ମକର୍ତ୍ତା: ଭୁବନେଶ୍ୱର ରାଲିରେ ଯୋଗ ଦେବାକୁ ଆହ୍ବାନ

ଛତ୍ରପୁର,୧୬ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ (ଏକ୍ସ-କ୍ୟାଡର)ର ଏକ ଜରୁରୀ ବୈଠକ ବୁଧବାର ଯଜ୍ଞଶାଳା କଳ୍ପବଟ ଆଶ୍ରମ ପରିସରରେ ସଂଘର…

ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଅଘଟଣ; ନଦୀରେ ବୁଡ଼ି ୨ ଛାତ୍ରଙ୍କ ମୃତ୍ୟୁ, ପ୍ରଶାସନକୁ ଘେରିଲା କଂଗ୍ରେସ

ହିଞ୍ଜିଳିକାଟୁ, ୧୬।୯(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁରେ ବୁଧବାର ପୂର୍ବାହ୍ନରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଘଟିଛି ଅଘଟଣ। ହିଞ୍ଜିଳିକାଟୁ ନିକଟ ଘୋଡ଼ାହାଡ଼ ନଦୀରେ ବୁଡ଼ି ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?