ବନ୍ୟା-ବାତ୍ୟା ବିପର୍ଯ୍ୟୟ ପରିଚାଳନା ପାଇଁ ଦାରିଙ୍ଗବାଡ଼ିରେ ମକ୍‌ଡ୍ରିଲ୍‌, ମହିଳା ଶିଖିଲେ ଗ୍ୟାସ ଟାଙ୍କିରେ ନିଆଁ ଲାଗିଲେ…

ଦାରିଙ୍ଗବାଡି, ୧୮।୬ (ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ବୁଧବାର ପ୍ରଶାସନ ପକ୍ଷରୁ ବିପର୍ଯ୍ୟୟ ପରିଚାଳନା ପାଇଁ ମକଡ୍ରିଲ ଅନୁଷ୍ଠିତ ହୋଇଯାଇଛି। ବନ୍ୟା, ବାତ୍ୟା ତଥା ବିପତ୍ତି ସମୟରେ ବିପନ୍ନଙ୍କୁ କିଭଳି ଉଦ୍ଧାର କରାଯିବ, ଆହତଙ୍କୁ ସ୍ବାସ୍ଥ୍ୟକେନ୍ଦ୍ର ନିଆଯିବ, ରାସ୍ତା କିମ୍ବା ଘର ଉପରେ ପଡିଥିବା ଗଛକୁ କିଭଳି ହଟାଯିବ ସେ ସବୁକୁ ସାଧାରଣ ଲୋକଙ୍କ ସାମ୍ନାରେ ଅଗ୍ନିଶମ ବିଭାଗର ଅଫିସର, କର୍ମଚାରୀଙ୍କ ଦ୍ୱାରା ପ୍ରଦର୍ଶନ କରାଯାଇଥିଲା। ଏବେଠାରୁ ଅକ୍ଟୋବର ପର୍ଯ୍ୟନ୍ତ ରାଜ୍ୟକୁ ପ୍ରାୟ ବନ୍ୟା, ବାତ୍ୟା ଭଳି ବିପତ୍ତିର ଭୟ ରହିଛି। ଏଥିରେ କିଭଳି ଗୋଟିଏ ମଧ୍ୟ ଜୀବନ ନଷ୍ଟ ହେବନାହିଁ, ଲୋକଙ୍କ ସୁରକ୍ଷା କିଭଳି କରାଯିବା ଦରକାର ସେନେଇ ଲୋକଙ୍କୁ ତାଲିମ ଦିଆଯିବା ସହ ଅଭ୍ୟାସ କରାଯାଇଥିଲା। ବିପତ୍ତି ସମୟରେ ଉପସ୍ଥିତି ବୁଦ୍ଧି ଖଟାଇ ବିପନ୍ନଙ୍କୁ କିଭଳି ଉଦ୍ଧାର କରାଯିବା ସହ ସମସ୍ତେ ନିରାପଦ ସ୍ଥାନକୁ ଆସି ନିଜ ଜୀବନ ବଞ୍ଚାଇ ପାରିବେ ସେନେଇ ଅଗ୍ନିଶମ ଅଧିକାରୀମାନେ ଶିଖାଇଥିଲେ ଓ ଅଭ୍ୟାସ କରାଇଥିଲେ। ସେହିପରି ରନ୍ଧନ ଗ୍ୟାସ ଟାଙ୍କିରେ ଅଚାନକ କୌଣସି ପ୍ରକାରେ ନିଆଁ ଲାଗିଲେ ମହିଳାମାନେ ଭୟଭୀତ ନ ହୋଇ ତାକୁ ଲିଭାଇ ପାରିବେ ସେ କୌଶଳକୁ ଅଗ୍ନିଶମ ବିଭାଗ ଶିଖାଇବା ସହ ଉପସ୍ଥିତ ମହିଳାଙ୍କୁ ଅଭ୍ୟାସ କରାଇଥିଲେ। ବିପର୍ଯ୍ୟୟ ସମୟରେ ସମସ୍ତ ବିଭାଗ କିଭଳି ସମନ୍ବୟ ରଖି କାର୍ଯ୍ୟ କରିବେ, ଗାଁରେ କୌଣସି ବିପତ୍ତି ଘଟିଲେ ଅଗ୍ନିଶମ ବିଭାଗକୁ ସୂଚନା ଦେବେ ଏସବୁ ନେଇ ମକ୍‌ଡ୍ରିଲ ମାଧ୍ୟମରେ ଉପସ୍ଥିତ ଲୋକଙ୍କୁ ସଚେତନ କରାଯାଇଥିଲା। କାର୍ଯ୍ୟକ୍ରମକୁ ବିଡିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ ପରିଚାଳନା କରାଯାଇଥିବା ବେଳେ ତହସିଲଦାର ଧୀରୋଜ ପାତ୍ର, ଏପିଓ କେଦାର ଚନ୍ଦ୍ର ପଣ୍ଡା, ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ସୁରେଶ ପଣ୍ଡାଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ, ଅଙ୍ଗନୱାଡି କର୍ମୀ ପ୍ରମୁଖ ଉପସ୍ଥିତ ଥିଲେ। ଅଗ୍ନିଶମ ବିଭାଗର ଅଧିକାରୀ ଧବଳେଶ୍ୱର ପ୍ରଧାନ ଓ ତାଙ୍କ ଦଳ ଏହି ମକ ଡ୍ରିଲ କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ପୋଲିସକୁ ଖୋଲା ଚ୍ୟାଲେଞ୍ଜ: ଗୋଟିଏ ରାତିରେ ଛତ୍ରପୁରର ୪ ମନ୍ଦିରରୁ ଚୋରି

ଛତ୍ରପୁର, ୨୦ା୧୨(ଦିଲୀପ ସାମଲ)- ପୁଣି ମନ୍ଦିରଗୁଡିକ ଉପରେ ଦୁର୍ବୃତ୍ତଙ୍କ ନଜର ପଡିଛି । ପୋଲିସ କଲୋନୀ ନିକଟରେ ଥିବା ୪ଟି ମନ୍ଦିରରୁ ଚୋରି କରି ପୋଲିସକୁ...

ଧକ୍କା ଦେଇ ଚାଲିଗଲା ଡାଲା ଅଟୋ: ଚାନ୍ଦପୁର ଗ୍ରାମର ୨ ଯୁବକ…

ଦିଗପହଣ୍ଡି, ୨୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଗାଡ଼ି ଧକ୍କାରେ...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଓଡ଼ିଶାରେ ପେଟ୍ରୋଲ ମନା

ଭୁବନେଶ୍ୱର,୨୦।୧୨: ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ (STA) ପକ୍ଷରୁ ଶନିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ପ୍ରଦୂଷଣ ପ୍ରମାଣପତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri