ବନ୍ୟା-ବାତ୍ୟା ବିପର୍ଯ୍ୟୟ ପରିଚାଳନା ପାଇଁ ଦାରିଙ୍ଗବାଡ଼ିରେ ମକ୍‌ଡ୍ରିଲ୍‌, ମହିଳା ଶିଖିଲେ ଗ୍ୟାସ ଟାଙ୍କିରେ ନିଆଁ ଲାଗିଲେ…

ଦାରିଙ୍ଗବାଡି, ୧୮।୬ (ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ବୁଧବାର ପ୍ରଶାସନ ପକ୍ଷରୁ ବିପର୍ଯ୍ୟୟ ପରିଚାଳନା ପାଇଁ ମକଡ୍ରିଲ ଅନୁଷ୍ଠିତ ହୋଇଯାଇଛି। ବନ୍ୟା, ବାତ୍ୟା ତଥା ବିପତ୍ତି ସମୟରେ ବିପନ୍ନଙ୍କୁ କିଭଳି ଉଦ୍ଧାର କରାଯିବ, ଆହତଙ୍କୁ ସ୍ବାସ୍ଥ୍ୟକେନ୍ଦ୍ର ନିଆଯିବ, ରାସ୍ତା କିମ୍ବା ଘର ଉପରେ ପଡିଥିବା ଗଛକୁ କିଭଳି ହଟାଯିବ ସେ ସବୁକୁ ସାଧାରଣ ଲୋକଙ୍କ ସାମ୍ନାରେ ଅଗ୍ନିଶମ ବିଭାଗର ଅଫିସର, କର୍ମଚାରୀଙ୍କ ଦ୍ୱାରା ପ୍ରଦର୍ଶନ କରାଯାଇଥିଲା। ଏବେଠାରୁ ଅକ୍ଟୋବର ପର୍ଯ୍ୟନ୍ତ ରାଜ୍ୟକୁ ପ୍ରାୟ ବନ୍ୟା, ବାତ୍ୟା ଭଳି ବିପତ୍ତିର ଭୟ ରହିଛି। ଏଥିରେ କିଭଳି ଗୋଟିଏ ମଧ୍ୟ ଜୀବନ ନଷ୍ଟ ହେବନାହିଁ, ଲୋକଙ୍କ ସୁରକ୍ଷା କିଭଳି କରାଯିବା ଦରକାର ସେନେଇ ଲୋକଙ୍କୁ ତାଲିମ ଦିଆଯିବା ସହ ଅଭ୍ୟାସ କରାଯାଇଥିଲା। ବିପତ୍ତି ସମୟରେ ଉପସ୍ଥିତି ବୁଦ୍ଧି ଖଟାଇ ବିପନ୍ନଙ୍କୁ କିଭଳି ଉଦ୍ଧାର କରାଯିବା ସହ ସମସ୍ତେ ନିରାପଦ ସ୍ଥାନକୁ ଆସି ନିଜ ଜୀବନ ବଞ୍ଚାଇ ପାରିବେ ସେନେଇ ଅଗ୍ନିଶମ ଅଧିକାରୀମାନେ ଶିଖାଇଥିଲେ ଓ ଅଭ୍ୟାସ କରାଇଥିଲେ। ସେହିପରି ରନ୍ଧନ ଗ୍ୟାସ ଟାଙ୍କିରେ ଅଚାନକ କୌଣସି ପ୍ରକାରେ ନିଆଁ ଲାଗିଲେ ମହିଳାମାନେ ଭୟଭୀତ ନ ହୋଇ ତାକୁ ଲିଭାଇ ପାରିବେ ସେ କୌଶଳକୁ ଅଗ୍ନିଶମ ବିଭାଗ ଶିଖାଇବା ସହ ଉପସ୍ଥିତ ମହିଳାଙ୍କୁ ଅଭ୍ୟାସ କରାଇଥିଲେ। ବିପର୍ଯ୍ୟୟ ସମୟରେ ସମସ୍ତ ବିଭାଗ କିଭଳି ସମନ୍ବୟ ରଖି କାର୍ଯ୍ୟ କରିବେ, ଗାଁରେ କୌଣସି ବିପତ୍ତି ଘଟିଲେ ଅଗ୍ନିଶମ ବିଭାଗକୁ ସୂଚନା ଦେବେ ଏସବୁ ନେଇ ମକ୍‌ଡ୍ରିଲ ମାଧ୍ୟମରେ ଉପସ୍ଥିତ ଲୋକଙ୍କୁ ସଚେତନ କରାଯାଇଥିଲା। କାର୍ଯ୍ୟକ୍ରମକୁ ବିଡିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ ପରିଚାଳନା କରାଯାଇଥିବା ବେଳେ ତହସିଲଦାର ଧୀରୋଜ ପାତ୍ର, ଏପିଓ କେଦାର ଚନ୍ଦ୍ର ପଣ୍ଡା, ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ସୁରେଶ ପଣ୍ଡାଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ, ଅଙ୍ଗନୱାଡି କର୍ମୀ ପ୍ରମୁଖ ଉପସ୍ଥିତ ଥିଲେ। ଅଗ୍ନିଶମ ବିଭାଗର ଅଧିକାରୀ ଧବଳେଶ୍ୱର ପ୍ରଧାନ ଓ ତାଙ୍କ ଦଳ ଏହି ମକ ଡ୍ରିଲ କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାକୁ ଜଙ୍ଗଲକୁ ନେଇ କରିଥିଲେ ବଳାତ୍କାର, ଏବେ କୋର୍ଟ ଶୁଣାଇଲେ ସଜା, ଅଭିଯୁକ୍ତଙ୍କୁ…

କଟକ,୨୨।୬(ପ୍ରଭୁ କଲ୍ୟାଣ ପାଲ୍‌): ନୃଶଂସତାର ସୀମା ପାର୍‌ । ଗାଁ ଟିୱେଲ ମୂଳରୁ ଟେକି ନେଇ ଜଙ୍ଗଲରେ ବଳାତ୍କାର। ନାବାଳିକାକୁ ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ସଜା ଶୁଣାଇଲେ…

ଇଞ୍ଜିନିଅରିଂ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ପ୍ରଥମ ଥର ପ୍ରତିକ୍ରିୟା ରଖିଲେ ମନ୍ତ୍ରୀ, କହିଲେ…

ଭୁବନେଶ୍ୱର,୨୨।୬: ଇଞ୍ଜିନିଅରିଂ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ମଙ୍ଗଳବାର ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ମନ୍ତ୍ରୀ ପ୍ରତିକ୍ରିୟାରେ କହିଛନ୍ତି,…

କେନ୍ଦ୍ର ସରକାରଙ୍କ ୧୨ ବର୍ଷ , ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ: ଏହି ବିଷୟ ଉପରେ କଲେ ଆଲୋଚନା

ରାଇକିଆ,୨୨।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ହରି ଓମ କଲ୍ୟାଣ ମଣ୍ଡପ ଠାରେ ସୋମବାର କେନ୍ଦ୍ର ସରକାରଙ୍କ ୧୨ ବର୍ଷ ଓ ରାଜ୍ୟ ସରକାରଙ୍କ ୨ ବର୍ଷ…

ପ୍ରକାଶ ପାଇଲା UG ପ୍ରଥମ ରାଉଣ୍ଡ ମେରିଟ୍‌ ଲିଷ୍ଟ, ରେଭେନ୍ସା ଆଗରେ

କଟକ,୨୨।୬: ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୋମବାର UG ପ୍ରଥମ ରାଉଣ୍ଡ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇଛି। ଏଥିରେ ରେଭେନ୍‌ଶା ବିଶ୍ବବିଦ୍ୟାଳୟ ଆଗରେ ରହିଛି। ରେଭେନ୍‌ଶାରେ କଳା(ରାଜନୀତି ବିଜ୍ଞାନ)…

ଜିଅନ୍ତା ଜଳିଗଲେ ସ୍ତ୍ରୀ, ସ୍ବାମୀ ଗୁରୁତର, ହତ୍ୟା ଅଭିଯୋଗ ଆଣି ବାପଘର ଲୋକେ କହିଲେ…

ଖଲ୍ଲିକୋଟ,୨୨।୬(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ମଥୁରା ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ନିଆଁରେ ପୋଡ଼ି ହୋଇ ସ୍ତ୍ରୀ,…

ବାଲିଘାଟରେ ହତ୍ୟାକାଣ୍ଡ ଅଭିଯୋଗ: ଉତ୍ୟକ୍ତ ଲୋକଙ୍କ ରାସ୍ତାରୋକ, ଦ୍ୱିତୀୟ ଦିନରେ ବି ଉତ୍ତେଜନା..

ଦେବଗଡ଼, ୨୨/୬ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ସିଙ୍ଗଶାଳ-ଚଟିଆପାଲି ବାଲିଘାଟରେ ଜଣେ ଯୁବକଙ୍କୁ ହତ୍ୟା କରି ଶବକୁ ବାଲି ଭିତରେ ପୋତି…

ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ସହାୟତା ଘୋଷଣା

ଭୁବନେଶ୍ୱର,୨୨।୬: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ୍‌ ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।…

୪୪ ଜଣ ନିଖୋଜ ବ୍ୟକ୍ତିଙ୍କୁ ଉଦ୍ଧାର କଲା ଗଞ୍ଜାମ ପୋଲିସ

ଛତ୍ରପୁର, ୨୨/୬ (ଦିଲ୍ଲୀପ ସାମଲ): ଗଞ୍ଜାମ ପୋଲିସ ଜିଲାର ବିଭିନ୍ନ ଥାନାର ତ୍ୱରିତ ଏବଂ ସମନ୍ୱିତ ପ୍ରୟାସ ଫଳରେ ୧୫ ଜୁନ ୨୦୨୬ରୁ ୨୧ ଜୁନ ୨୦୨୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri