Posted inଜାତୀୟ

ହସ୍ପିଟାଲଗୁଡ଼ିକରେ ମକ୍‌ ଡ୍ରିଲ୍‌ ଆରମ୍ଭ: ସ୍ବାସ୍ଥ୍ୟମନ୍ତ୍ରୀ ନିଜେ କରୁଛନ୍ତି ସମୀକ୍ଷା

ନୂଆଦିଲ୍ଲୀ,୨୭ା୧୨:ଚାଇନା ସମେତ ବିଭିନ୍ନ ଦେଶରେ କୋଭିଡ୍‌ ସଂକ୍ରମଣ ବଢ଼ୁଥିବାବେଳେ ଭାରତରେ ଏହାର ମୁକାବିଲା ଲାଗି ଜୋର୍‌ଦାର ପ୍ରସ୍ତୁତି ଆରମ୍ଭ ହୋଇଛି। ପ୍ରସ୍ତୁତି ସୁନିଶ୍ଚିତ କରିବା ଲାଗି କେନ୍ଦ୍ର ସରକାରଙ୍କ ପରାମର୍ଶକ୍ରମେ ମଙ୍ଗଳବାର ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ଥିବା ହସ୍ପିଟାଲଗୁଡ଼ିକରେ ମକ୍‌ ଡ୍ରିଲ୍‌ ଆରମ୍ଭ ହୋଇଛି। କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମାନସୁଖ ମାଣ୍ଡବ୍ୟ ସମସ୍ତ ଡାକ୍ତରଖାନା ପରିଦର୍ଶନ କରୁଛନ୍ତି।
ସବୁ ଜିଲା ହସ୍ପିଟାଲଗୁଡ଼ିକର ସାମର୍ଥ୍ୟ, ଆଇସୋଲେଶନ ବେଡ୍‌, ଅକ୍ସଜେନ୍‌-ସପୋର୍ଟେଡ ବେଡ୍‌, ଆଇସିୟୁ ବେଡ୍‌, ଭେଣ୍ଟିଲେଟର ସୁବିଧା, ଡାକ୍ତର, ନର୍ସ ଏବଂ ପାରାମେଡିକ୍‌ କର୍ମଚାରୀ, ଆୟୁଷ ଡାକ୍ତର ଓ ଆଗଧାଡ଼ିର କର୍ମଚାରୀମାନଙ୍କ ସଂଖ୍ୟା ଯାଞ୍ଚ କରାଯିବ। ଏଥିସହିତ କୋଭିଡ୍‌ ପରିଚାଳନା ଲାଗି କେତେଜଣ ସ୍ବାସ୍ଥ୍ୟ କର୍ମଚାରୀଙ୍କୁ ତାଲିମ ଦିଆଯାଇଛି, ଗୁରୁତର ରୋଗୀଙ୍କ କ୍ଷେତ୍ରରେ ଭେଣ୍ଟିଲେଟର ପରିଚାଳନା ସମ୍ପର୍କରେ କେତେଜଣ ପ୍ରଶିକ୍ଷଣ ନେଇଛନ୍ତି, ପିଏସ୍‌ଏ ପ୍ଲାଣ୍ଟ ଇତ୍ୟାଦିକୁ ଚଳାଇବା ଲାଗି ସ୍ବାସ୍ଥ୍ୟକର୍ମୀ ତାଲିମ ନେଇଛନ୍ତି କି ନାହିଁ, ତାହାର ସମୀକ୍ଷା କରାଯିବ। ସେହିପରି ହସ୍ପିଟାଲରେ ବେସିକ୍‌ ଲାଇଫ୍‌ ସପୋର୍ଟ ଆମ୍ବୁଲାନ୍ସ, ପରୀକ୍ଷା ଉପକରଣ, ଜରୁରୀ ଔଷଧ କେତେ ଉପଲବ୍ଧ ଅଛି ତାହାର ଅନୁଧ୍ୟାନ କରାଯିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଇରାନର ବଡ଼ ଦାବି, ମିଶାଇଲ୍ ଆଟାକରେ ଦୁଇଖଣ୍ଡ ହେଲା ଆମେରିକାର AWACS

ନୂଆଦିଲ୍ଲୀ,୨୯।୩: ଇରାନ ରବିବାର ଦିନ ସାଉଦି ଆରବରେ ଥିବା ଏକ ଆମେରିକୀୟ ଏୟାରବେସ୍ ଉପରେ ମିଶାଇଲ୍ ଏବଂ ଡ୍ରୋନ ଆଟାକ୍ କରିଛି । ଏହି ଆକ୍ରମଣରେ ଆମେରିକୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri