ବିପର୍ଯ୍ୟୟ ପରିଚାଳନା ପାଇଁ ମକ୍‌ଡ୍ରିଲ୍‌

ଗଞ୍ଜାମ,୧୯ା୬(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ କଣ୍ଟିଆ ଗଡ଼ ବାତ୍ୟା ଆଶ୍ରୟସ୍ଥଳୀଠାରେ ସେଲଟରସ୍ତରୀୟ ମକ୍‌ଡ୍ରିଲ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ଏଥିରେ ଡେପୁଟି କଲେକ୍ଟର ଅଭିଷେକ ସାହୁ, ବିଡିଓ ଅଚ୍ୟୁତାନନ୍ଦ ଯାନୀ, ତହସିଲଦାର ସୁକାନ୍ତ ଚନ୍ଦ୍ର ମିଶ୍ର, ସିଡିପିଓ ସଲୀଳା ପ୍ରଧାନ, ସରପଞ୍ଚ ସଂଯୁକ୍ତା ପ୍ରଧାନ, ରାଜ୍ୟସ୍ତରୀୟ ବିପର୍ଯ୍ୟୟ ପର୍ଯ୍ୟବେକ୍ଷକ, ହୁମା ଫାଣ୍ଡି ପୋଲିସ, ଓଡିଆର୍‌ଏଫ୍‌ କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ। ପ୍ରାକୃତିକ ବନ୍ୟାବାତ୍ୟା ସମୟରେ କିଭଳି ଲୋକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯିବ ତାହା ଉପସ୍ଥିତ ଲୋକମାନଙ୍କୁ ଅଗ୍ନିଶମ କର୍ମଚାରୀ ବୁଝାଇଥିଲେ। ଅଗ୍ନି ବିପନ, ଗର୍ଭବତୀମାନଙ୍କୁ କିଭଳି ସୁରକ୍ଷିତ ଭାବେ ମେଡିକାଲକୁ ନିଆଯିବ ତାହା ରଣକୌଶଳ ଶିଖାଯାଇଥିଲା।ଘଡ଼ଘଡ଼ି ଓ ବିଜୁଳି ପବନ ବର୍ଷା ସମୟରେ ଘରୁ ପଦାକୁ ନ ବାହାରିବା, ପୂର୍ବରୁ ସୁରକ୍ଷିତ ସ୍ଥାନକୁ ଚାଲିଯିବା, ଗାଁରେ ବିପଦ ପଡ଼ିଲେ ସଙ୍ଗେ ସଙ୍ଗେ ଅଗ୍ନିଶମ ବିଭାଗକୁ ଖବର ଦେବା ଆଦି ଲୋକମାନଙ୍କୁ ପ୍ରଶାସନ ପକ୍ଷରୁ ସଚେତନତା କରାଯାଇଥିଲା। କାମଧେନୁ ସେବା ସମବାୟ ସମିତି ସମ୍ପାଦକ ଟୁନା ମହାରଣା, ପାଳିବନ୍ଧ ପିଇଓ କେ. ପୋଟୁଡୁ, ଅଙ୍ଗନଓ୍ବାଡ଼ି କର୍ମୀ ଅନିତା ମହାରଣାଙ୍କ ସମେତ ଅନ୍ୟାନ୍ୟ କର୍ମଚାରୀ, ଗ୍ରାମବାସୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗର ୨୧ ଚୋରଙ୍କୁ ବାନ୍ଧିଲା ଭଞ୍ଜନଗର ପୋଲିସ, ବିଦେଶୀ ଲିଙ୍କ୍‌ର ହେବ ଖୋଳତାଡ଼, ପାଖରୁ ମିଳିଲା…

ଭଞ୍ଜନଗର,୩୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଆନ୍ତଃରାଜ୍ୟ ଚୋର ଗ୍ୟାଙ୍ଗର ୨୧ ଜଣକୁ ଗିରଫ କରିବାରେ ସକ୍ଷମ ହୋଇଛି। ଏଥିସହ ସେମାନଙ୍କଠାରୁ ୧୦୬୬ଟି…

ଭୟଙ୍କର ଦୁର୍ଘଟଣା: ହଳଦିଆପଦର ଓଭରବ୍ରିଜରେ ଟ୍ରକ ଧକ୍କାରେ ୫ମୃତ, ଜଣେ ଗୁରୁତର 

ବ୍ରହ୍ମପୁର,୩୧।୧(ସୁବାସ ଚନ୍ଦ୍ର ପାଢ଼ୀ): ସଡ଼କ ଦୁର୍ଘଟଣା ହ୍ରାସ  ପାଇଁ ଅନେକ ଯୋଜନା କରାଯାଉଛି। ତାହାସତ୍ତ୍ବେ ଦୁର୍ଘଟଣା ଜନିତ ମୃତ୍ୟୁ ଘଟିବାରେ ଲାଗିଛି। ଶନିବାର ମଧ୍ୟାହ୍ନରେ ହଳଦିଆପଦର ଓଭରବ୍ରିଜରେ…

ଗଞ୍ଜାମବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର: ପଲ୍ଲୀଶ୍ରୀ ମେଳାକୁ ବୃଦ୍ଧି କରି କହିଲେ…

ଛତ୍ରପୁର,୩୧ା୧(ଦିଲ୍ଲୀପ ସାମଲ): ଗଞ୍ଜାମବାସୀଙ୍କ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶତାଧିକ କୋଟିର ପ୍ରକଳ୍ପ ସହିତ ଆଉ ଏକ ବଡ଼ ଉପହାର ଦେଇଛନ୍ତି। ଗୋପାଳପୁର ବେଳାଭୂମି…

ପଥରରେ ପିଟି ହୋଇ ଖାଲକୁ ଖସିପଡ଼ିଲା ପୋଲିସ ଗାଡ଼ି, ମହିଳା ଏସ୍‌ଆଇଙ୍କ ସମେତ…

ଖଲ୍ଲିକୋଟ,୩୧ା୧(ପ୍ରଶାନ୍ତ କୁମାର ମିଶ୍ର): ଘନକୁହୁଡ଼ି ଯୋଗୁ ୧୬ ନମ୍ବର ଜାତୀୟ ରାଜପଥରେ ଶନିବାର ଏକ ଦୁର୍ଘଟଣା ଘଟିଛି। ରାସ୍ତା ଉପରେ ପଡ଼ିଥିବା ଗୋଟିଏ ପଥରରେ ପିଟି ହୋଇ…

ଫୁଲ ତୋଳିବା ପାଇଁ ଯାଇଥିଲେ ବୃଦ୍ଧା, ବାଟରେ ଘଟିଲା ବଡ଼ ଅଘଟଣ

ଦିଗପହଣ୍ଡି,୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ନିକଟରେ ଶନିବାର ଭୋର୍‌ ସମୟରେ ବାଇକ ଧକ୍କାରେ ଜଣେ ବୃଦ୍ଧାଙ୍କର ମୃତ୍ୟୁ ହୋଇଛି। ବୃଦ୍ଧା ଜଣଙ୍କ…

ଅନ୍ତର୍ଜାତୀୟ କ୍ରୀଡ଼ାବିତ୍‌ ଭି. ରମେଶଙ୍କୁ ସମ୍ମାନିତ କଲେ ମୁଖ୍ୟମନ୍ତ୍ରୀ, ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୩୧।୧(ଦିଲ୍ଲୀପ ସାମଲ): ଭିନ୍ନକ୍ଷମ ହେଲେବି ସେ ସକ୍ଷମ । କ୍ରୀଡା କ୍ଷେତ୍ରରେ ବେଶ ସଫଳତା ହାସଲ କରି ଦେଶ ବିଦେଶରେ ସୁନାମ ଅର୍ଜନ କରିଥିବା ଅନ୍ତର୍ଜାତୀୟ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

ଦିଗପହଣ୍ଡିରେ ମାତିଛି ଗୋଠଛଡ଼ା ହାତୀ: ଭୟଭୀତ ଅଞ୍ଚଳବାସୀ, ସନ୍ଧ୍ୟା ହେଲେ ପଡୁଛି ତାଟି କବାଟ…

ଦିଗପହଣ୍ଡି,୩୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ଜିଲା ସୀମାନ୍ତରେ ଗତ ୪ ଦିନ ହେବ ଗୋଟିଏ ଗୋଠଛଡ଼ା ହାତୀ ଘୁରି ବୁଲୁଛି। ସା ହେଲେ ହାତୀଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri