Posted inଜାତୀୟ

‘ଆଧୁନିକ ଶିକ୍ଷା ଦ୍ୱାରା ଚରିତ୍ର ଗଠନ ହୋଇପାରିବ ନାହିଁ’

ହାଇଦ୍ରାବାଦ, ୨୩ା୧୧: ଆଧୁନିକ ଶିକ୍ଷାର ପ୍ରକୃତି ଉପଯୋଗିତା ଯୋଗ୍ୟ। କିନ୍ତୁ ଏହା ପିଲାଙ୍କ ଚରିତ୍ର ଗଠନ କିମ୍ବା ନୈତିକ ମୂଲ୍ୟବୋଧ ପ୍ରଦାନ ଦିଗରେ ଉପଯୁକ୍ତ ନୁହେଁ। ପ୍ରକୃତ ଶିକ୍ଷାରେ ବ୍ୟକ୍ତିର ସାମଗ୍ରିକ ବିକାଶ ଅନ୍ତର୍ଭୂକ୍ତ ହେବା ଉଚିତ ବୋଲି ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏନ୍‌. ଭି. ରମନା କହିଛନ୍ତି।

ସୋମବାର ଆନ୍ଧ୍ରପ୍ରଦେଶସ୍ଥିତ ଶ୍ରୀ ସତ୍ୟସାଇ ଇନ୍‌ଷ୍ଟିଚ୍ୟୁଟର ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ଜଷ୍ଟିସ୍‌ ରମନା କହିଛନ୍ତି, ଆଧୁନିକ ଶିକ୍ଷା କେବଳ ଉପଯୋଗ କେନ୍ଦ୍ରିକ। ପ୍ରକୃତ ଶିକ୍ଷା ଧୈର୍ଯ୍ୟ, ବୁଝାମଣା, କ୍ଷମା, ପରସ୍ପରକୁ ସମ୍ମାନ, ମାନବିକତା, ନିଃସ୍ବାର୍ଥପରତା ଆଦି ଶିଖାଇଥାଏ। ହେଲେ ଆଜି ପିଲାଙ୍କୁ ଏସବୁ ସହ ସାମାଜିକ ଚେତନା ଏବଂ ଦାୟିତ୍ୱବାନ ହେବାର ଶିକ୍ଷା ପ୍ରଦାନ କରା ନ ଯିବା ଦୁର୍ଭାଗ୍ୟଜନକ। ଶିକ୍ଷା ନିଶ୍ଚିତ ଭାବରେ ଚରିତ୍ର ଗଠନ ଏବଂ ଚିନ୍ତାଧାରାକୁ ବିସ୍ତାର କରିବା ଆବଶ୍ୟକ। ଜୀବନରେ କଠିନ ସମୟର ସମ୍ମୁଖୀନ ହେବାବେଳେ ଏହା ଠିକ୍‌ ନିଷ୍ପତ୍ତି ନେବାକୁ ସକ୍ଷମ କରିବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପରିବାରକୁ ଶେଷ କରିବାକୁ ସୁପାରି ଦେଇଥିଲେ ପୁଅ, ହେଲେ ଭୁଲରେ ଅତିଥିଙ୍କୁ ମାରିଲେ କିଲର, ଜାଣନ୍ତୁ ମର୍ଡର ମିଷ୍ଟ୍ରି

ବେଙ୍ଗାଲୁରୁ,୨୩।୪: କର୍ନାଟକର ଜଣେ କାଳିଯୁଗ ପୁଅର ହୃଦୟ ବିଦାରକ କାର୍ଯ୍ୟ ସାମ୍ନାକୁ ଆସିଛି। ତାଙ୍କ ମାତାପିତା ଏବଂ ସାବତ ଭାଇଙ୍କ ହତ୍ୟା ପାଇଁ ସେ ୬୫...

ମୁର୍ଖ ନ ଥିଲେ ନେହେରୁ-ଇନ୍ଦିରା, କାହିଁକି ଏମିତି କହିଲେ ଶାନ୍ତିଶ୍ରୀ ପଣ୍ଡିତ

ନୂଆଦିଲ୍ଲୀ,୨୩।୪: ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନୟୁ) କୁଳପତି ପ୍ରଫେସର ଶାନ୍ତିଶ୍ରୀ ପଣ୍ଡିତ କହିଛନ୍ତି ଯେ ଧର୍ମ, ଭାଷା ଏବଂ ‘ଡ୍ରେସ କୋଡ’ରେ ସମାନତା ଦେଶରେ କାମ...

୯୦ ସେକେଣ୍ଡର ଭାଷଣ କଂଗ୍ରେସ ଦଳ ଏବଂ ଇଣ୍ଡିଆ ମେଣ୍ଟରେ ଆତଙ୍କ ସୃଷ୍ଟି କରିଛ: ମୋଦି

ଜୟପୁର,୨୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରାଜସ୍ଥାନର ଟୋଙ୍କାରେ ଏକ ସାଧାରଣ ସଭାରେ ଉଦବୋଧନ ଦେଇ କହିଛନ୍ତି ଯେ ମୋର ୯୦ ସେକେଣ୍ଡର ଭାଷଣ କଂଗ୍ରେସ...

ଚିରାଗ ପାସଓ୍ବାନଙ୍କୁ ନିର୍ବାଚନ ପୂର୍ବରୁ ଝଟ୍‌କା! ବିଏସପିରେ ସାମିଲ ହେଲେ ପୂର୍ବତନ ଏମପି

ପାଟନା,୨୩।୪: ଲୋକ ସଭା ନିର୍ବାଚନରେ ଟିକେଟ ଦାବିରେ ଚିରାଗ ପାସୱାନଙ୍କଠାରୁ ଅଲଗା ହୋଇଥିବା ପୂର୍ବତନ ଏମପି ଅରୁଣ କୁମାର ବହୁଜନ ସମାଜ ପାର୍ଟିରେ ଯୋଗ ଦେଇଛନ୍ତି।...

ହାଇକୋର୍ଟର ମୁଖ୍ୟ ବିଚାରପତି କାହିଁକି କହିଲେ ଘୁଞ୍ଚାଇ ଦିଆଯାଉ ନିର୍ବାଚନ ତାରିଖ

କୋଲକାତା,୨୩।୪: ମଙ୍ଗଳବାର କୋଲାକାତା ହାଇକୋର୍ଟ ଚେତାବନୀ ଦେଇଛନ୍ତି ଯେ ପଶ୍ଚିମବଙ୍ଗର ସେହି ଲୋକ ସଭା ନିର୍ବାଚନମଣ୍ଡଳୀରେ ମତଦାନ ଅନୁମତି ଦିଆ ନ ଯାଉ ଯେଉଁଠାରେ ରାମ...

ଅରବିନ୍ଦ କେଜରିଓ୍ବାଲ, କେ. କବିତାଙ୍କୁ କୋର୍ଟରୁ ମିଳିଲା ଝଟ୍‌କା

ନୂଆଦିଲ୍ଲୀ,୨୩।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ଜାତୀୟ ସଂଯୋଜକ ଅରବିନ୍ଦ କେଜରିୱାଲ ମଙ୍ଗଳବାର ଏକ୍ସାଇଜ ପଲିସି ସ୍କାମ ସହ ଜଡିତ ମନି ଲଣ୍ଡରିଂ...

ପତଞ୍ଜଳି ଉପରେ ବର୍ଷିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୩।୪: ପତଞ୍ଜଳିର ବିଭ୍ରାନ୍ତିକର ବିଜ୍ଞାପନ ମାମଲାର ଶୁଣାଣି ଆଜି ସୁପ୍ରିମକୋର୍ଟରେ ହୋଇଥିଲା। ଏହି ସମୟରେ ଯୋଗ ଗୁରୁ ରାମଦେବ ଏବଂ ଆଚାର୍ଯ୍ୟ ବାଲକ୍ରିଷ୍ଣା ଉପସ୍ଥିତ ଥିଲେ।...

କଂଗ୍ରେସ ସମର୍ଥନରେ ପଚାର ମଇଦାନକୁ ଓହ୍ଲାଇଲେ ପୁଷ୍ପା! ଜାଣନ୍ତୁ ଭାଇରାଲ ଭିଡିଓର ସତ୍ୟତା

ନୂଆଦିଲ୍ଲୀ,୨୩।୪: କିଛି ଦିନ ଧରି ଭାରତରେ ଡିପ୍‌ଫେକ ସମସ୍ୟା ଗମ୍ଭୀର ହୋଇପଡ଼ିଛି। ଅନେକ ତାରକା ଡିପ୍‌ଫେକ ଭିଡିଓର ଶିକାର ହୋଉଛନ୍ତି ଏବଂ ଏହା ଏ ପର୍ଯ୍ୟନ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri