ବନ କର୍ମଚାରୀଙ୍କୁ ମିଳିବ ଆଧୁନିକ ଅସ୍ତ୍ରଶସ୍ତ୍ର

ଭୁବନେଶ୍ୱର,୨୩ା୬(ଅନିଲ ଦାସ): ଶିମିଳିପାଳ ଅଭୟାରଣ୍ୟରେ ୨ ଜଣ ବନ କର୍ମଚାରୀଙ୍କୁ ଶିକାରୀମାନେ ହତ୍ୟା କରିବା ଘଟଣାକୁ ରାଜ୍ୟ ସରକାର ଗୁରୁତ୍ୱର ସହ ନେଇଛନ୍ତି। ଅଭୟାରଣ୍ୟର ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିବାକୁ ନିଷ୍ପତ୍ତି ନିଆଯାଇଛି। ଅଭୟାରଣ୍ୟର ଆଖପାଖ ଗ୍ରାମଗୁଡ଼ିକରେ ବେଆଇନ ଅସ୍ତ୍ରଶସ୍ତ୍ର ଉତ୍ପାଦନ ୟୁନିଟ୍‌କୁ ଜବତ କରିବା ସହ ସମ୍ପୃକ୍ତ ସମସ୍ତ ଅଭିଯୁକ୍ତଙ୍କୁ ଧରିବା ପାଇଁ ନିୟମିତ କମ୍ବିଂ ଅପରେଶନ କରାଯିବ। ଗୋଇନ୍ଦା ନେଟ୍‌ୱର୍କକୁ ସୁଦୃଢ଼ କରାଯିବ। ଏଥିପାଇଁ ଜିଲା ପୋଲିସ ଓ ବନ ବିଭାଗ ମିଳିତ ଭାବେ ସ୍ପେଶାଲ ଅପରେଟିଂ ପ୍ରୋସିଜିଓର(ଏସ୍‌ଓପି) ବିକଶିତ କରିବେ। ଜଙ୍ଗଲ ବିଭାଗ ଓ ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟ କର୍ତ୍ତୃପକ୍ଷ ଏ ଦିଗରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବେ। ଆଗ୍ନେୟାସ୍ତ୍ରର ବ୍ୟବହାର ସମ୍ପର୍କରେ ମୟୂରଭଞ୍ଜ ଜିଲା ପୋଲିସ ତରଫରୁ ବନ କର୍ମଚାରୀଙ୍କୁ ନିୟମିତ ପ୍ରଶିକ୍ଷଣ ଦିଆଯିବ। ପୁରୁଣା ଅସ୍ତ୍ରଶସ୍ତ୍ର ବଦଳରେ ଜିଲା ପୋଲିସ ସହିତ ପରାମର୍ଶ କରାଯାଇ ଜଙ୍ଗଲ ବିଭାଗ କର୍ମଚାରୀଙ୍କୁ ଆଧୁନିକ ଅସ୍ତ୍ରଶସ୍ତ୍ର ପ୍ରଦାନ କରାଯିବ। ଗୁରୁବାର ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ପ୍ରଧାନ ମୁଖ୍ୟ ବନ ସଂରକ୍ଷକ (ବନ୍ୟପ୍ରାଣୀ) ଏବଂ ମୁଖ୍ୟ ବନ୍ୟପ୍ରାଣୀ ୱାର୍ଡେନ୍‌ ଯୋଗଦେଇ ନିକଟରେ ସଶସ୍ତ୍ର ଶିକାରୀଙ୍କ ଦ୍ୱାରା ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟରେ ୨ ଜଣ ବନ କର୍ମଚାରୀଙ୍କ ମୃତ୍ୟୁ ସମ୍ପର୍କରେ ଅବଗତ କରାଇଥିଲେ। ଏହି ଅଭୟାରଣ୍ୟର ସୁରକ୍ଷା ପାଇଁ ଉଭୟ ସ୍ବଳ୍ପ ଏବଂ ଦୀର୍ଘମିଆଦୀ ଭିତ୍ତିରେ ଅଧିକ ପଦକ୍ଷେପ ଗ୍ରହଣ କରିବା ଆବଶ୍ୟକ ବୋଲି କହିିଥିଲେ। ପ୍ରଧାନ ମୁଖ୍ୟ ବନ ସଂରକ୍ଷକ ଦେବୀଦତ୍ତ ବିଶ୍ୱାଳ କହିଥିଲେ, ବନରକ୍ଷୀ(ଫରେଷ୍ଟ ଗାର୍ଡ)ଏବଂ ଫରେଷ୍ଟର ପଦବୀ ପୂରଣ ପାଇଁ ନିଯୁକ୍ତି ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବାକୁ ଓଡ଼ିଶା ସବ୍‌ଅର୍ଡିନେଟ୍‌ ଷ୍ଟାଫ୍‌ ସିଲେକ୍ସନ କମିଶନ( ଓଏସ୍‌ଏସ୍‌ଏସ୍‌ସି)କୁ ଅନୁରୋଧ କରାଯାଇଛି। ନୂତନ ନିଯୁକ୍ତି ମିଳିବା ପର୍ଯ୍ୟନ୍ତ ବିଭାଗର ଅନ୍ୟ ଶାଖାରେ ଥିବା ମାନବ ସମ୍ବଳକୁ ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟରେ ମୁତୟନ କରାଯାଉଛି। ଏସ୍‌ଟିଆର ସୁରକ୍ଷା ପାଇଁ ଉଭୟ ଜଙ୍ଗଲ ଓ ପୋଲିସକୁ ନେଇ ଏକ ସ୍ବତନ୍ତ୍ର ଯୁଗ୍ମ ଟାସ୍କଫୋର୍ସ ଗଠନ କରିବାକୁ ଡିଜିପି ପରାମର୍ଶ ଦେଇଛନ୍ତି । ବନ ବିଭାଗ ଓ ପୋଲିସକୁ ନେଇ ଏହା ଗଠନ କରାଯିବ। ଏହା କ୍ଷେତ୍ର ନିର୍ଦ୍ଦେଶକ, ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟ, ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ (ଏସ୍‌ଟିଆର୍‌ ତଥା ଆର୍‌ସିସିଏଫ୍‌) ବାରିପଦାଙ୍କ ତତ୍ତ୍ୱାବଧାନରେ ରହିବ। ଦୃଢ଼ ଗୋଇନ୍ଦା ନେଟ୍‌ୱର୍କକୁ ଭିତ୍ତି କରି ବେଆଇନ ଅସ୍ତ୍ରଶସ୍ତ୍ର ରଖିବା ଏବଂ ଉତ୍ପାଦନ ୟୁନିଟ୍‌ଗୁଡ଼ିକରେ ଚଢ଼ାଉ କରିବା ପାଇଁ ନିୟମିତ କମ୍ବିଂ ଅପରେଶନ କରିବା ଏବଂ ସମସ୍ତ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଏହି ବୈଠକରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ସୁନୀଲ କୁମାର ବଂଶଲଙ୍କ ସମେତ ବନ ବିଭାଗ, ପୋଲିସ ପ୍ରଶାସନର ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri