ବନ କର୍ମଚାରୀଙ୍କୁ ମିଳିବ ଆଧୁନିକ ଅସ୍ତ୍ରଶସ୍ତ୍ର

ଭୁବନେଶ୍ୱର,୨୩ା୬(ଅନିଲ ଦାସ): ଶିମିଳିପାଳ ଅଭୟାରଣ୍ୟରେ ୨ ଜଣ ବନ କର୍ମଚାରୀଙ୍କୁ ଶିକାରୀମାନେ ହତ୍ୟା କରିବା ଘଟଣାକୁ ରାଜ୍ୟ ସରକାର ଗୁରୁତ୍ୱର ସହ ନେଇଛନ୍ତି। ଅଭୟାରଣ୍ୟର ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିବାକୁ ନିଷ୍ପତ୍ତି ନିଆଯାଇଛି। ଅଭୟାରଣ୍ୟର ଆଖପାଖ ଗ୍ରାମଗୁଡ଼ିକରେ ବେଆଇନ ଅସ୍ତ୍ରଶସ୍ତ୍ର ଉତ୍ପାଦନ ୟୁନିଟ୍‌କୁ ଜବତ କରିବା ସହ ସମ୍ପୃକ୍ତ ସମସ୍ତ ଅଭିଯୁକ୍ତଙ୍କୁ ଧରିବା ପାଇଁ ନିୟମିତ କମ୍ବିଂ ଅପରେଶନ କରାଯିବ। ଗୋଇନ୍ଦା ନେଟ୍‌ୱର୍କକୁ ସୁଦୃଢ଼ କରାଯିବ। ଏଥିପାଇଁ ଜିଲା ପୋଲିସ ଓ ବନ ବିଭାଗ ମିଳିତ ଭାବେ ସ୍ପେଶାଲ ଅପରେଟିଂ ପ୍ରୋସିଜିଓର(ଏସ୍‌ଓପି) ବିକଶିତ କରିବେ। ଜଙ୍ଗଲ ବିଭାଗ ଓ ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟ କର୍ତ୍ତୃପକ୍ଷ ଏ ଦିଗରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବେ। ଆଗ୍ନେୟାସ୍ତ୍ରର ବ୍ୟବହାର ସମ୍ପର୍କରେ ମୟୂରଭଞ୍ଜ ଜିଲା ପୋଲିସ ତରଫରୁ ବନ କର୍ମଚାରୀଙ୍କୁ ନିୟମିତ ପ୍ରଶିକ୍ଷଣ ଦିଆଯିବ। ପୁରୁଣା ଅସ୍ତ୍ରଶସ୍ତ୍ର ବଦଳରେ ଜିଲା ପୋଲିସ ସହିତ ପରାମର୍ଶ କରାଯାଇ ଜଙ୍ଗଲ ବିଭାଗ କର୍ମଚାରୀଙ୍କୁ ଆଧୁନିକ ଅସ୍ତ୍ରଶସ୍ତ୍ର ପ୍ରଦାନ କରାଯିବ। ଗୁରୁବାର ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ପ୍ରଧାନ ମୁଖ୍ୟ ବନ ସଂରକ୍ଷକ (ବନ୍ୟପ୍ରାଣୀ) ଏବଂ ମୁଖ୍ୟ ବନ୍ୟପ୍ରାଣୀ ୱାର୍ଡେନ୍‌ ଯୋଗଦେଇ ନିକଟରେ ସଶସ୍ତ୍ର ଶିକାରୀଙ୍କ ଦ୍ୱାରା ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟରେ ୨ ଜଣ ବନ କର୍ମଚାରୀଙ୍କ ମୃତ୍ୟୁ ସମ୍ପର୍କରେ ଅବଗତ କରାଇଥିଲେ। ଏହି ଅଭୟାରଣ୍ୟର ସୁରକ୍ଷା ପାଇଁ ଉଭୟ ସ୍ବଳ୍ପ ଏବଂ ଦୀର୍ଘମିଆଦୀ ଭିତ୍ତିରେ ଅଧିକ ପଦକ୍ଷେପ ଗ୍ରହଣ କରିବା ଆବଶ୍ୟକ ବୋଲି କହିିଥିଲେ। ପ୍ରଧାନ ମୁଖ୍ୟ ବନ ସଂରକ୍ଷକ ଦେବୀଦତ୍ତ ବିଶ୍ୱାଳ କହିଥିଲେ, ବନରକ୍ଷୀ(ଫରେଷ୍ଟ ଗାର୍ଡ)ଏବଂ ଫରେଷ୍ଟର ପଦବୀ ପୂରଣ ପାଇଁ ନିଯୁକ୍ତି ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବାକୁ ଓଡ଼ିଶା ସବ୍‌ଅର୍ଡିନେଟ୍‌ ଷ୍ଟାଫ୍‌ ସିଲେକ୍ସନ କମିଶନ( ଓଏସ୍‌ଏସ୍‌ଏସ୍‌ସି)କୁ ଅନୁରୋଧ କରାଯାଇଛି। ନୂତନ ନିଯୁକ୍ତି ମିଳିବା ପର୍ଯ୍ୟନ୍ତ ବିଭାଗର ଅନ୍ୟ ଶାଖାରେ ଥିବା ମାନବ ସମ୍ବଳକୁ ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟରେ ମୁତୟନ କରାଯାଉଛି। ଏସ୍‌ଟିଆର ସୁରକ୍ଷା ପାଇଁ ଉଭୟ ଜଙ୍ଗଲ ଓ ପୋଲିସକୁ ନେଇ ଏକ ସ୍ବତନ୍ତ୍ର ଯୁଗ୍ମ ଟାସ୍କଫୋର୍ସ ଗଠନ କରିବାକୁ ଡିଜିପି ପରାମର୍ଶ ଦେଇଛନ୍ତି । ବନ ବିଭାଗ ଓ ପୋଲିସକୁ ନେଇ ଏହା ଗଠନ କରାଯିବ। ଏହା କ୍ଷେତ୍ର ନିର୍ଦ୍ଦେଶକ, ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟ, ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ (ଏସ୍‌ଟିଆର୍‌ ତଥା ଆର୍‌ସିସିଏଫ୍‌) ବାରିପଦାଙ୍କ ତତ୍ତ୍ୱାବଧାନରେ ରହିବ। ଦୃଢ଼ ଗୋଇନ୍ଦା ନେଟ୍‌ୱର୍କକୁ ଭିତ୍ତି କରି ବେଆଇନ ଅସ୍ତ୍ରଶସ୍ତ୍ର ରଖିବା ଏବଂ ଉତ୍ପାଦନ ୟୁନିଟ୍‌ଗୁଡ଼ିକରେ ଚଢ଼ାଉ କରିବା ପାଇଁ ନିୟମିତ କମ୍ବିଂ ଅପରେଶନ କରିବା ଏବଂ ସମସ୍ତ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଏହି ବୈଠକରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ସୁନୀଲ କୁମାର ବଂଶଲଙ୍କ ସମେତ ବନ ବିଭାଗ, ପୋଲିସ ପ୍ରଶାସନର ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri