Posted inଜାତୀୟ

ଚଳିତ ସପ୍ତାହ ଶେଷ ସୁଦ୍ଧା ଭାରତରେ ପହଞ୍ଚିପାରେ ମର୍ଡନା ଭ୍ୟାକ୍ସିନ

ନୂଆଦିଲ୍ଲୀ,୫ ।୭: କରୋନା ମହାମାରୀ ସହ ଲଢିବାକୁ ଏବେ ଟିକାକରଣକୁ ବେଶ୍ ଗୁରୁତ୍ୱ ଦିଆଯାଉଛି । ବିଶ୍ୱର ପ୍ରାୟ ସମସ୍ତ ଦେଶରେ ଟିକାକରଣ ଅଭିଯାନକୁ ଦ୍ରୁତ ଗତିରେ ଆଗକୁ ନିଆଯାଉଛି । ଏହି କ୍ରମରେ ଆମେରିକା କମ୍ପାନୀ ମର୍ଡନା ଦ୍ୱାରା ପ୍ରସ୍ତୁତ କରୋନା ଟିକା ଚଳିତ ସପ୍ତାହରେ ଭାରତରେ ପହଞ୍ଚିବ ବୋଲି କୁହାଯାଉଛି । କୋଭିସିଲ୍ଡ, କୋଭାକ୍ସିନ ଓ ସ୍ପୁଟନିକ ପରେ ମର୍ଡନା ଦେଶରେ ଉପଲବ୍ଧ ହେବାକୁ ଯାଉଥିବା ଚତୁର୍ଥ ଭ୍ୟାକ୍ସିନ ହେବାକୁ ଯାଉଛି । ମିଳିଥିବା ସୂଚନାରୁ ଜଣାପଡିଛି କି ଡିସିଜିଆଇ ଡ୍ରଗ୍ସ ଆଣ୍ଡ କସମେଟିକ୍ସଆକ୍ଟ ୧୯୪୦ ଆଧାରରେ ନୂଆ ଔଷଧ ଏବଂ କ୍ଲିନିକାଲ ପରୀକ୍ଷଣ ନିୟମ, ୨୦୧୯ ଅନୁଯାୟୀ, ସିପ୍ଲାକୁ ଦେଶରେ ସୀମିତ ଜରୁରୀକାଳିନ ଉପଯୋଗ ପାଇଁ ମର୍ଡନାର କୋଭିଡ-୧୯ ଟିକାକୁ ଆମଦାନି କରିବାକୁ ଅନୁମତି ପ୍ରଦାନ କରିଛି । ଏବେ ସାରା ବିଶ୍ୱରେ କରୋନାର ଡେଲ୍ଟା ପ୍ଲସ ଭାରିଏଣ୍ଟ ତାଣ୍ଡବ ରଚିବାକୁ ଯାଉଥିବା ବେଳେ ମର୍ଡନାର ଏହି ଟିକା ଭଲ କାମ କରିବ ବୋଲି କୁହାଯାଉଛି । କାରଣ ଏହା ଆମେରିକାରେ କ୍ଲିନିକାଲ ଟ୍ରାଏଲ ସମୟରେ ୯୪ ପ୍ରତିଶତ କାମ କରିବ ବୋଲି ସ୍ପଷ୍ଟ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

ଜାଭେଲିନ ଫାଇନାଲରେ ଏହି ୩ ଭାରତୀୟ

ଗ୍ଲାସ୍‌ଗୋ,୩୦ା୭: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ନୀରଜ ଚୋପ୍ରାଙ୍କ ସମେତ ୩ ଭାରତୀୟ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପୁରୁଷ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୮…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri