Posted inଜାତୀୟ

ଦେଶରେ ପୁଣି ମୋଦି ୩.୦ ଯୁଗ ଆରମ୍ଭ: କ୍ୟାବିନେଟ୍‌ରେ ସ୍ଥାନ ପାଇଲେ ଏସବୁ ଏମ୍‌ପି

ନୂଆଦିଲ୍ଲୀ,୯।୬: ତୃତୀୟ ଇନିଂସ ଆରମ୍ଭ କରିଛନ୍ତି ନରେନ୍ଦ୍ର ଦାମୋଦର ଦାସ ମୋଦି। ଦେଶର ପ୍ରଧାନମନ୍ତ୍ରୀ ଭାବରେ ପୁଣି ଥରେ ଶପଥ ନେଇଛନ୍ତି। ରାଷ୍ଟ୍ରପତି ଭବନରେ ଭବ୍ୟ ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।
ନୂଆଦିଲ୍ଲୀ,୯।୬: ତୃତୀୟ ଇନିଂସ ଆରମ୍ଭ କରିଛନ୍ତି ନରେନ୍ଦ୍ର ଦାମୋଦର ଦାସ ମୋଦି। ଦେଶର ପ୍ରଧାନମନ୍ତ୍ରୀ ଭାବରେ ପୁଣି ଥରେ ଶପଥ ନେଇଛନ୍ତି। ରାଷ୍ଟ୍ରପତି ଭବନରେ ଭବ୍ୟ ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।
ଲୋକ ସଭା ନିର୍ବାଚନର ଫଳାଫଳ ଘୋଷଣା ହେବାର ପାଞ୍ଚ ଦିନ ପରେ ଭାରତ ଏକ ନୂତନ ସରକାର ପାଇଛି। ଲଗାତାର ତୃତୀୟ ଥର ପାଇଁ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ମୋଦିଙ୍କ ପରେ ରାଜନାଥ ସିଂ ଶପଥ ନେଇଥିଲେ। ଶପଥ ଗ୍ରହଣ କରିବାକୁ ଅମିତ ଶାହା ତିନି ନମ୍ବରରେ ପହଞ୍ଚିଥିଲେ। ୨୦୧୯ରେ ମଧ୍ୟ ଶପଥ ଗ୍ରହଣ କରିବାର କ୍ରମ ସମାନ ଥିଲା। ଏହାପରେ ନୀତିନ ଗଡକରୀ, ଜେପି ନଡ୍ଡା, ନିର୍ମଳା ସିତାରମଣ, ଏସ୍‌ ଜୟଶଙ୍କର, ଶିବରାଜ ସିଂ ଚୌହାନ, ମନୋହରଲାଲ ଖଟ୍ଟର, ଏଚ୍‌ଡି କୁମାରସ୍ବାମୀ, ପିୟୁଷ ଗୋଏଲ, ଧର୍ମେନ୍ଦ୍ର ପ୍ରଧାନ, ଜିତନ ରାମ ମାନଝୀ, ରାଜୀବ ରଞ୍ଜନ ସିଂ, ସର୍ବାନ୍ଦ ସୋନଓ୍ବାଲ,ବୀରେନ୍ଦ୍ର କୁମାର,କେ.ରାମମୋହନ ନାଇଡୁ,ପ୍ରହ୍ଲାଦ ଯୋଶୀ, ଜୁଏଲ ଓରାମ, ଗିରିରାଜ ସିଂ, ଅଶ୍ୱିନୀ ବୈଷ୍ଣବ, ଜ୍ୟୋତିରାଦିତ୍ୟ ସିନ୍ଧିଆ, ଭୂପେନ୍ଦ୍ର ଯାଦବ, ଗନ୍ଦ୍ରେ ସିଂ ଶେଖାଓ୍ବତ, ଅର୍ନପୂର୍ଣ୍ଣା ଦେବୀ, କିରନ୍‌ ରିଜିଜୁ, ହରଦୀପ ସିଂ ପୁରୀ, ମନସୁଖ ମାଣ୍ଡବ୍ୟ,ଜି କିଷନ ରେଡ୍ଡୀ, ଚିରାଗ ପାଶଓ୍ବାନ୍‌, ସି.ଆର୍‌ ପାଟିଲ, ଇନ୍ଦ୍ରଜିତ୍‌ ସିଂ, ଜିତେନ୍ଦ୍ର ସିଂ ଶପଥ ନେଇଛନ୍ତି।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ମୋଟ ୭୨ ମନ୍ତ୍ରୀ ଶପଥ ଗ୍ରହଣ କରୁଛନ୍ତି। ଏଥିମଧ୍ୟରେ ୩୦ ଜଣ କ୍ୟାବିନେଟ ମନ୍ତ୍ରୀ, ୫ ରାଜ୍ୟ ମନ୍ତ୍ରୀ (ସ୍ବତନ୍ତ୍ର ପ୍ରଭାର) ଏବଂ ୩୬ ଜଣ ରାଜ୍ୟ ମନ୍ତ୍ରୀ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ ବଡ଼ କଥା କହିଦେଲେ ମୋଦି; LPGକୁ ପ୍ରାଥମିକତା, ତେଲକୁ ନେଇ କହିଲେ…

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଲୋକସଭାରେ ଅଭିଭାଷଣ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଅଭିଭାଷଣରେ କହିଛନ୍ତି, ପଶ୍ଚିମ ଏସିଆରେ…

ନନ୍ଦପୁର ପୋଲିସକୁ ସଫଳତା, ସମ୍ବାଇ ଜଙ୍ଗଲରୁ ମିଳିଲା ଗୁଣ୍ଠାପୁଟରୁ ଚୋରି ବୋଲେରୋ

ନନ୍ଦପୁର,୨୩।୩(ତୁଷାର କାନ୍ତ ମହାନ୍ତି): ଗାଡ଼ି ଚୋରି ଘଟଣାରେ କୋରାପୁଟ ଜିଲା ନନ୍ଦପୁର ଥାନା ପୋଲିସକୁ  ସଫଳତା ମିଳିଛି । ଗତ ୧୫ ତାରିଖ ରବିବାର ରାତ୍ର ଗୁଣ୍ଠାପୁଟ…

ଘରେ ବିଲେଇ ରଖିବାକୁ ନେଇ ଘରେ ହେଉଥିଲା ଯୁକ୍ତିତର୍କ, ଜିଦିରେ ଜୀବନ ହାରିଦେଲେ ଡାକ୍ତର

ନୂଆଦିଲ୍ଲୀ,୨୩।୩: ହାଇଦ୍ରାବାଦର ଆଲୱାଲ ଅଞ୍ଚଳରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଯେଉଁଠାରେ ଜଣେ ୨୩ ବର୍ଷୀୟା ଏମବିବିଏସ ଡାକ୍ତର ବିଲେଇ ପାଇଁ ଆତ୍ମହତ୍ୟା କରିଛନ୍ତି ।…

ଉତ୍କଟ ହେବାକୁ ଯାଉଛି ଗ୍ୟାସ ସଙ୍କଟ, ୧୪.୨ କିଲୋଗ୍ରାମ ସିଲିଣ୍ଡରରେ ଆଗକୁ ମିଳିବ ମାତ୍ର ଏତିକି କିଲୋ ଗ୍ୟାସ! ପ୍ରସ୍ତୁତ ହେଲାଣି ‘ପ୍ଲାନ ବି’

ନୂଆଦିଲ୍ଲୀ,୨୩।୩: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ହେତୁ ହର୍ମୁଜ ପ୍ରଣାଳୀ ଅବରୋଧ ହେବା ଯୋଗୁ ଭାରତର ତୈଳ ଏବଂ ଗ୍ୟାସ ଯୋଗାଣ ଗୁରୁତର ଭାବରେ ବାଧାପ୍ରାପ୍ତ…

ଭାଜପାରେ ଯୋଗଦେବେ କି ରାଘବ ଚଢା: ସବୁ ଖୋଲି କହିଦେଲେ ସଂଜୟ ସିଂହ

ନୂଆଦିଲ୍ଲୀ,୨୩।୩: ଆମ ଆଦମୀ ପାର୍ଟି (ଆପ)ର ଏମ୍‌ପି ରାଘବ ଚଢା ଦଳ ଛାଡ଼ିବେ ବୋଲି ଜୋରସୋରରେ ଚର୍ଚ୍ଚା ଛାଲିଛି। ଦଳୀୟ କାର୍ଯ୍ୟକ୍ରମଗୁଡ଼ିକରେ ତାଙ୍କର ଦୀର୍ଘ ଅନୁପସ୍ଥିତି, ମଦ…

ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଫୁଲବାଣୀ,୨୩।୩ (ରାକେଶ କୁମାର ରାଉତ): ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ । ତାଙ୍କୁ ପ୍ରଥମେ ଖଜୁରୀପଡା ମେଡିକାଲରେ ଭର୍ତ୍ତି କରାଯିବା ପରେ ଫୁଲବାଣୀ ଜିଲା…

୨୮ ଯାଏ ଝଡ଼ବର୍ଷା: ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୩ା୩ (ବନ୍ଦନା ସେଠୀ):ଗତ କିଛିଦିନ ଧରି ବିଭିନ୍ନ ସ୍ଥାନରେ ଲାଗି ରହିଥିବା ଝଡ଼ବର୍ଷାର ପ୍ରଭାବ କମିଥିଲେ ହେଁ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା…

ରେଳ ଲାଇନ ପାର୍ ହେଉଥିବା ବେଳେ ମହିଳାଙ୍କୁ ପିଟିଦେଲା ଟ୍ରେନ, ତାପରେ…

କୋରାପୁଟ,୨୩।୩ ( ଅମିତାଭ ବେହେରା ): କୋରାପୁଟ ସହରର ଉପକଣ୍ଠରେ ସୋମବାର ସକାଳେ ଏକ ଦୁଃଖଦ ଘଟଣା ଘଟିଛି । ରେଳ ଧକ୍କାରେ ଜଣେ ମହିଳାଙ୍କ ଜୀବନ ଚାଲିଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri