Posted inଜାତୀୟ

ମୁଣ୍ଡ ନୁଆଇଁ, ହାତଯୋଡି କୃଷକଙ୍କ ସହ କଥା ହେବାକୁ ପ୍ରସ୍ତୁତ ସରକାର: ମୋଦି

ନୂଆଦିଲ୍ଲୀ,୧୮ ।୧୨: କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ନେଇ ଲଗାତାର ୨୩ ଦିନ ହେବ କୃଷକଙ୍କ ଆନ୍ଦୋଳନ ଜାରି ରହିଛି । ଇତିମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନସିଂ ଜରିଆରେ ଶୁକ୍ରବାର ମଧ୍ୟପ୍ରଦେଶର କୃଷକମାନଙ୍କ ସହ କଥା ହୋଇଛନ୍ତି । ବିରୋଧୀକୁ ଟାର୍ଗେଟ କରି ମୋଦି କହିଛନ୍ତି ଯେଉଁ କାମ ୨୫ ବର୍ଷ ପୂର୍ବରୁ ହେବାର ଥିଲା ତାହା ଏବେ କରାଯାଇଛି । କୃଷକଙ୍କ ସେହି ଦାବିକୁ ପୂରଣ କରାଯାଇଛି ଯାହା ବର୍ଷ ବର୍ଷ ହେଲା ପଡି ରହିଥିଲା । ପ୍ରଧାନମନ୍ତ୍ରୀ କହିଛନ୍ତି ଯେଉଁମାନଙ୍କର ରାଜନୈତିକ ପୃଷ୍ଠଭୂମି ଭୂଷୁଡି ପଡିଛି ସେମାନେ ଆଜି କୃଷକଙ୍କୁ ଭୟଭୀତ କରାଉଛନ୍ତି । ସେ କହିଛନ୍ତି ଆମେ କୃଷକଙ୍କୁ ଦେଢଗୁଣା ଏମ୍‌ଏସ୍‌ପି ଦେଇଛୁ ହେଲେ କଂଗ୍ରେସ ଦ୍ୱାରା କରାଯାଇଥିବା ଋଣଛାଡ ଏକ ପ୍ରହସନ ଥିଲା । ଏହାର ଫାଇଦା କେବଳ କଂଗ୍ରେସର ଭାଇବନ୍ଧୁ ଓ ପାଖଲୋକଙ୍କୁ ମିଳିଥିଲା । ମୋଦି ଆହୁରି ମଧ୍ୟ କହିଛନ୍ତି ବିରୋଧୀଙ୍କୁ ଏଥିପାଇଁ କଷ୍ଟ ହେଉଛି ଯେ ମୋଦି କେମିତି କୃଷି ଆଇନରେ ସୁଧାର ଆଣିପାରିଲେ । ଆପଣ ମୋତେ କ୍ରେଡିଟ ନ ଦିଅନ୍ତୁ, ହେଲେ ମୁଁ କେବଳ କୃଷକଙ୍କ ଭଲ ଚାହୁଁଛି । କିନ୍ତୁ କୃଷକଙ୍କ କାନ୍ଧରେ ବନ୍ଧୁକ ରଖି ଶିକାର କରାଯାଉଛି । ଯଦି ଏବେବି କୃଷକ ଭାଇଙ୍କ ମନରେ କିଛି ଆଶଙ୍କା ରହିଛି, ତେବେ ସରକାର ମୁଣ୍ଡ ନୁଆଇଁ, ହାଇଯୋଡି ସବୁ ବିଷୟକୁ ନେଇ କଥା ହେବାକୁ ପ୍ରସ୍ତୁତ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଉପ-ନିର୍ବାଚନକୁ ନେଇ ମମତାଙ୍କୁ ବଡ଼ ଆଶ୍ୱସ୍ତି; ଏହି ଆସନରେ ହେଲା ଟୁଇଷ୍ଟ

କୋଲକାତା,୧୯।୯: ରେଜିନଗର ବିଧାନସଭା ଉପ-ନିର୍ବାଚନ ପାଇଁ ମମତା ବାନାର୍ଜୀଙ୍କ ଶିବିରର ପ୍ରାର୍ଥୀ ରବିଉଲ ଆଲାମ ଚୌଧୁରୀଙ୍କ ନାମାଙ୍କନକୁ ନେଇ ଶନିବାର ଏକ ନୂଆ ରାଜନୈତିକ ମୋଡ଼ ସାମ୍ନାକୁ…

ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା…

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ…

୨୦୦୦ରୁ ଅଧିକ UPI ପେମେଣ୍ଟ ବନ୍ଦ? ପେଟ୍ରୋଲ ପମ୍ପ ଆଗରେ ଝୁଲିଲା ନୋଟିସ, ବଢ଼ିଲା ହଟଚମଟ!

ନୂଆଦିଲ୍ଲୀ,୧୯।୯: ଯଦି ଆପଣଙ୍କ ପକେଟରେ ମଧ୍ୟ କ୍ୟାସ (ନଗଦ ଟଙ୍କା) ରହୁନାହିଁ ଏବଂ ଆପଣ ୫ ଟଙ୍କାର ଚା’ଠାରୁ ଆରମ୍ଭ କରି ୫୦୦୦ ଟଙ୍କାର ସପିଂ କିମ୍ୱା…

ବଡ଼ ଦୁର୍ଘଟଣା: ବାଗଳାମୁଖୀରୁ ଫେରୁଥିବା ବେଳେ ନାଳରେ ଭାସିଯାଇ ୭ ଓଡ଼ିଆ ଶ୍ରଦ୍ଧାଳୁଙ୍କ ସମେତ ୮ମୃତ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶର ନାଲଖେଡା ସ୍ଥିତ ମା’ ବଗଳାମୁଖୀ ମନ୍ଦିର ନିକଟରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ କାରକୁ ଏକ ନାଳ ଭସାଇ ନେଇଥିଲା। ଏହି ଘଟଣାରେ କାରରେ…

Video: ଭାବ ବିହ୍ବଳ ହୋଇ ଖୁବ କାନ୍ଦିଲେ ଚରାଗ ପାଶଓ୍ବାନ

ମୁମ୍ବାଇ,୧୯।୯: ଭକ୍ତମାନଙ୍କ ପାଇଁ ଗଣପତି ବାପ୍ପାଙ୍କୁ ବିଦାୟ ଦେବାର ମୁହୂର୍ତ୍ତଟି ଅତ୍ୟନ୍ତ ଭାବପୂର୍ଣ୍ଣ ହୋଇଥାଏ। କେନ୍ଦ୍ରମନ୍ତ୍ରୀ ତଥା ଲୋକ ଜନଶକ୍ତି ପାର୍ଟି (ରାମ ବିଳାସ)ର ନେତା ଚିରାଗ…

ଦିଲ୍ଲୀ ଗଣବଳାତ୍କାରକୁ ନେଇ ବର୍ଷିଲେ ରାହୁଲ-ପ୍ରିୟଙ୍କା, ପୋଲିସକୁ ଟାର୍ଗେଟ୍‌ କରି କହିଲେ ପ୍ରତିଦିନ…

ନୂଆଦିଲ୍ଲୀ,୧୯ା୯: ଦିଲ୍ଲୀର ସ୍ବରୂପ ନଗରରେ ଜଣେ ନାବାଳିକାଙ୍କୁ ପ୍ରଥମେ ବଳାତ୍କାର ଏବଂ ପରେ ନିର୍ମମ ଭାବରେ ହତ୍ୟା କରାଯାଇଛି। ଏହି ମାମଲାରେ ପୋଲିସ ୧୯ ବର୍ଷୀୟ ଯୁବକ…

ଜଳବାୟୁ ସମ୍ମିଳନୀରେ ବଡ଼ ବାର୍ତ୍ତା ଦେଲେ ମୋଦି, କହିଲେ, ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ବଡ଼ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ନୂଆଦିଲ୍ଲୀରେ ‘ପରିବେଶ ଏବଂ ଜଳବାୟୁ ଗତିଶୀଳତାର ଭବିଷ୍ୟତ’ (The Future of Environment and Climate Dynamics) ବିଷୟ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?