Posted inଜାତୀୟ

ଅନ୍‌ଲକ୍‌ ୨.୦: କ’ଣ କ’ଣ ଘୋଷଣା କରିପାରନ୍ତି ମୋଦି

ନୂଆଦିଲ୍ଲୀ,୩୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଅପରାହ୍ନ ୪ରେ ଅନ୍‌ଲକ୍‌ ୨.୦କୁ ନେଇ ଦେଶକୁ ସମ୍ବାଧନ କରିବାର କାର୍ଯ୍ୟକ୍ରମ ରହିଛି। ଭାରତ-ଚାଇନା ସୀମା ବିବାଦ, ୫୯ ଚାଇନା ଆପ୍‌ ଉପରେ ଲାଗିଥିବା ପ୍ରତିବନ୍ଧକ ପରେ ପ୍ରଧାନମନ୍ତ୍ରୀଙ୍କ ଏହି ସମ୍ବୋଧନ ବେଶ୍‌ ଗୁରୁତ୍ୱ ରଖେ ବୋଲି କୁହାଯାଉଛି। ଅନ୍ୟପଟେ ଜୁଲାଇ ୧ରୁ ଅନ୍‌ଲକ୍‌ ୨.୦ ଗାଇଡ୍‌ଲାଇନ୍‌ ଜାରି କରାଯିବାକୁ ନେଇ ଚର୍ଚ୍ଚା ହେଉଛି। କରୋନା ଭାଇରସ ସଂକ୍ରମଣକୁ ନେଇ ଯେଉଁ ଗାଇଡ୍‌ଲାଇନ୍‌ ଜାରି କରାଯାଇଥିଲା ସେଥିରେ ଏପର୍ଯ୍ୟନ୍ତ କିଛି ଗତିବିଧି ଉପରେ କଟକଣା ଲାଗି ରହିଛି। ଏମିତି କାହିଁକ କରାଯାଇଛି ଏହାର ଉଦ୍ଦେଶ୍ୟ କ’ଣ ସେ ସମ୍ପର୍କରେ ମଧ୍ୟ କହିବେ ବୋଲି ଅନୁମାନ କରାଯାଉଛି। ଅନ୍ୟପଟେ ଦେଶରେ କରୋନା ସଂକ୍ରମଣ ବଢି ଚାଲିଥିବା ବେଳେ ସାମାଜିକ ଦୂରତା ଓ ମାସ୍କ ବ୍ୟବହାର କେତେ ଜରୁରୀ ତାହା ମଧ୍ୟ ଅତୀତରେ ମୋଦି କରି ସାରିଛନ୍ତି। ତେଣୁ କରୋନାଠାରୁ ଦୂରେଇ ରହିବାକୁ ହେଲେ ଭ୍ୟାକ୍ସିନ ନ ଆସିବା ପର୍ଯ୍ୟନ୍ତ ଆମକୁ ସତର୍କ ରହିବାକୁ ପଡିବ ବୋଲି ମୋଦି ହୁଏତ ତାଙ୍କ ସମ୍ବୋଧନରେ କହିପାରନ୍ତି। ଚାଇନା ଆପ୍‌ ବ୍ୟାନ୍‌ ନିଷ୍ପତ୍ତିକୁ ନେଇ ମଧ୍ୟ ମୋଦି କିଛି କହିପାରନ୍ତି। ଏବେ ସବୁପ୍ରକାର ଶିକ୍ଷାନୁଷ୍ଠାନ ବନ୍ଦ ଥିବାରୁ ଘରେ ରହି କିପରି ପାଠ ପଢିହେବ ସେ ସମ୍ପର୍କରେ ମଧ୍ୟ ମୋଦି ପିଲାମାନଙ୍କ ଉତ୍ସାହ ବଢାଇବେ। ବିମାନ, ରେଳ ଚଳାଚଳ, ଆରୋଗ୍ୟ ସେତୁ ଆପ୍‌ ଆଦି ସମ୍ପର୍କରେ ମଧ୍ୟ ସେ ଆଲୋଚନା କରିପାରନ୍ତି। ଚାଇନା ଆପ୍‌ ବନ୍ଦ ହେବା ପରେ ଏହାର ପ୍ରଭାବ ଯୁବବର୍ଗରେ ଅଧିକ ପଡୁଥିବାରୁ ମୋଦି ଯୁବବର୍ଗଙ୍କୁ କିଛି ସ୍ବତନ୍ତ୍ର ବାର୍ତ୍ତା ଦେଇପାରନ୍ତି ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକୀୟ ଗଣମାଧ୍ୟମ ବିରୋଧରେ ଟ୍ରମ୍ପଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ; ଲଗାଇଲେ କଟକଣା

ଓ୍ବାଶିଂଟନ,୧୯।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହ୍ବାଇଟ ହାଉସରେ CNN, Politico ଏବଂ MSNBC ଉପରେ କଟକଣା ଲଗାଇବାକୁ ଘୋଷଣା କରିଛନ୍ତି। ‘ଟ୍ରୁଥ ସୋସିଆଲ’ (Truth Social)…

ଚାକିରିଆଙ୍କ ପାଇଁ ବଡ଼ ଖବର: କମିଯିବ In-Hand Salary! PF ର ନୂଆ ନିୟମ ଜାଣିରଖନ୍ତୁ

ନୂଆଦିଲ୍ଲୀ,୧୯।୯: କର୍ମଚାରୀଙ୍କ ପାଇଁ PF ସମ୍ପର୍କିତ ନିୟମରେ ବଡ଼ ପରିବର୍ତ୍ତନ ହୋଇଛି। EPFOର ବେତନ ସୀମାକୁ ମାସିକ ୧୫,୦୦୦ରୁ ବଢ଼ାଇ ୨୫,୦୦୦ କରାଯାଇଛି। ୧୬ ସେପ୍ଟେମ୍ବର ୨୦୨୪ରେ…

ବିଧାୟକ ନିରଞ୍ଜନ ପୂଜାରୀଙ୍କ କାର୍‌କୁ ଅଣ୍ଡାମାଡ଼

ସୋନପୁର,୧୯ା୯(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ କାର୍‌ ଉପରକୁ ଶୁକ୍ରବାର ସନ୍ଧ୍ୟାରେ ଅଣ୍ଡାମାଡ଼ ହୋଇଛି। ପ୍ରଥମେ ତରଭା ବ୍ଲକର ଦେଉଳପଦର ଛକରେ…

କଦଳୀ ଭେଳାରେ ମା’ ମନସାଙ୍କୁ ପୂଜା କରନ୍ତି ବଙ୍ଗୀୟ ସମ୍ପ୍ରଦାୟ, ଏହା ପଛର କାରଣ ଜାଣିଲେ…

ମହାକାଳପଡ଼ା, ୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଧି ଓ ପରମ୍ପରା ଅନୁସାରେ ବଙ୍ଗୀୟ ଶ୍ରଦ୍ଧାଳୁମାନେ କଦଳୀ ଭେଳାରେ ମା’ ମନସା ଦେବୀଙ୍କୁ ପୂଜା କଲେ ସନ୍ତୁଷ୍ଟ ହୋଇ ସର୍ପ…

ପାର୍ବଣ ପୂର୍ବରୁ ମହଙ୍ଗା ମାଡ଼: ୮ ଟଙ୍କା ବଢ଼ିପାରେ କ୍ଷୀର ମୂଲ୍ୟ! ରାଜ୍ୟ ସରକାରଙ୍କୁ ୩ ଦିନିର ଅଲ୍ଟିମେଟମ ଦେଲେ…

ନୂଆଦିଲ୍ଲୀ,୧୯।୯: କର୍ନାଟକରେ ପାର୍ୱଣ ଋତୁ ପୂର୍ୱରୁ ଲୋକଙ୍କୁ ଆଉ ଏକ ବଡ଼ ଝଟକା ଲାଗିପାରେ। ଏଠାରେ ଖୁବ ଶୀଘ୍ର କ୍ଷୀର ଦରରେ ବଡ଼ ଧରଣର ବୃଦ୍ଧି ଦେଖିବାକୁ…

ମମତାଙ୍କ କୋଳ ଶୂନ୍ୟ କରିଦେଲା ଋଷିକୁଲ୍ୟା: ଖେଳିଗଲା ଶୋକର ଛାୟା

ପୁରୁଷୋତ୍ତମପୁର,୧୯।୯ (ସବିତା ମିଶ୍ର): ଗଣେଶ ମୂର୍ତ୍ତି ବିସର୍ଜନବେଳେ ଋଷିକୁଲ୍ୟା ନଦୀରେ ଭାସିଯାଇ ନିଖୋଜ ହୋଇଥିବା ଛାତ୍ର ସୁମିତ କୁମାର ମିଶ୍ରଙ୍କ ମୃତଦେହ ଶନିବାର ଉଦ୍ଧାର ହୋଇଛି। ପୁରୁଷୋତ୍ତମପୁର…

ଭାରତ ପାଇଁ ଡେବ୍ୟୁ କଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ପ୍ରଥମ ମ୍ୟାଚ୍‌ରେ କଲେ ଏମିତି କାରନାମା

ରାଜକୋଟ,୧୯।୯: ବାପାଙ୍କ ଭଳି କ୍ରିକେଟ ମଇଦାନରେ ପାଦ ଥାପିବାର ଆର୍ଯ୍ୟବୀର ସେହ୍ବାଗଙ୍କ ଅପେକ୍ଷା ଶେଷ ହୋଇଛି। ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷରେ ରାଜକୋଟରେ ଖେଳାଯାଇଥିବା ମ୍ୟାଚ୍‌ରେ ସେ ପ୍ରଥମଥର…

ଗଞ୍ଜାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଶହ ଶହ ରୋଗୀ ନିର୍ଭରଶୀଳ: ମାତ୍ର ୨ଟି ବେଡ୍‌ରେ ଚାଲିଛି ଚିକିତ୍ସା

ଗଞ୍ଜାମ,୧୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ସହର ବଡ଼ବଜାରସ୍ଥିତ ବହୁ ପୁରାତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ଦାବି ଜୋର ଧରିଛି। ରାଜପଥ ପାର୍ଶ୍ୱରେ ଅବସ୍ଥିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?