Posted inଜାତୀୟ

ଦେଶବାସୀଙ୍କୁ ସମ୍ବୋଧିତ କଲେ ମୋଦି, କହିଲେ ବିରୋଧୀ ନାରୀଙ୍କ ଆତ୍ମସମ୍ମାନକୁ…

ନୂଆଦିଲ୍ଲୀ,୧୮ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ରାତିରେ ଦେଶକୁ ସମ୍ବୋଧିତ କରିଛନ୍ତି। ନାରୀଶକ୍ତିକୁ କିପରି ରୋକାଯାଉଛି ଦେଶବାସୀ ଦେଖିଲେ ବୋଲି ପ୍ରଧାନମନ୍ତ୍ରୀ ସମ୍ବୋଧିତ କରି କହିଛନ୍ତି। ଏପରିକି ବିରୋଧୀ କଂଗ୍ରେସ, ଡିଏମ୍‌କେ, ଟିଏମ୍‌ସି ଏବଂ ସମାଜବାଦୀ ପାର୍ଟିକୁ ଟାର୍ଗେଟ କରିଛନ୍ତି।

ବିରୋଧୀ ନାରୀଙ୍କ ଆତ୍ମସମ୍ମାନ ଉପରେ ଆଞ୍ଚ ଆଣିଛନ୍ତି। ମହିଳା ସବୁ ଭୁଲି ପାରିବେ, ହେଲେ ଅସମ୍ମାନକୁ ଭୁଲିପାରିବେ ନାହିଁ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ନାରୀ ଶକ୍ତି ବନ୍ଦନ ଅଧିନିୟମ କାଟ ଖାଇଲା ବେଳେ ବିରୋଧୀ ଖୁସି ମନାଇଲେ। ବିରୋଧୀ ଯେଉଁ ପାପ କରିଛନ୍ତି, ତାହାର ସଜା ଭୋଗିବେ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

ସୂଚନା ଯୋଗ୍ୟ, ସରକାର ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ସହିତ ଜଡ଼ିତ ୧୩୧ତମ ସଂଶୋଧନ ବିଲ ପାସ କରିବାରେ ବିଫଳ ହୋଇଥିଲେ। ଏହା ସଂସଦରେ ଆସନ ସଂଖ୍ୟା ୫୪୩ରୁ ୮୫୦କୁ ବୃଦ୍ଧି କରିବା ପାଇଁ ବ୍ୟବସ୍ଥା କରିଥିଲା। ଲୋକ ସଭାରେ ବିଲ ଉପରେ ୨୧ ଘଣ୍ଟା ଆଲୋଚନା ପରେ ଭୋଟିଂ ହୋଇଥିଲା। ଉପସ୍ଥିତ ୫୨୮ ଏମ୍‌ପି ସେମାନଙ୍କର ମତ ଦେଇଥିଲେ। ସପକ୍ଷରେ ୨୯୮ ଏବଂ ବିପକ୍ଷରେ ୨୩୦ ଭୋଟ ଥିଲା। ବିଲ ପାସ କରିବା ପାଇଁ ଦୁଇ-ତୃତୀୟାଂଶ ବହୁମତ ଆବଶ୍ୟକ ଥିଲା। ୫୨୮ରୁ ଦୁଇ-ତୃତୀୟାଂଶ ହେଉଛି ୩୫୨। ତେଣୁ ବିଲ ୫୪ ଭୋଟ୍‌ରେ ପରାଜିତ ହୋଇଥିଲା। ଏହାର ପ୍ରତିବାଦରେ ଭାଜପା ମହିଳା ଏମ୍‌ପିମାନେ ବିରୋଧୀଙ୍କ ବିରୋଧରେ ପ୍ରବଳ ପ୍ରତିବାଦ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଡ଼ପମଣ୍ଡପରେ ଦାରୁଦିଅଁ: ଆଜିଠୁ ଭକ୍ତ ପାଇବେ ଆଡ଼ପ ଅବଢ଼ା

ପୁରୀ,୧୯।୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କ ସହ ରଥାରୂଢ଼ ହୋଇ ରତ୍ନସିଂହାସନ ଛାଡ଼ି ନବଦିନ ଯାତ୍ରାରେ ଆସି…

ଜଗା ମଥାରେ ଝଟକିଲା ଟାହିଆ, ଜନ୍ମବେଦିକୁ ବିଜେ କଲେ ମହାପ୍ରଭୁ

ପୁରୀ,୧୮।୭: ମହାପ୍ରଭୁ ଜଗନ୍ନାଥଙ୍କ ମଥାରେ ଝଟକିଲା ଟାହିଆ। ଆଡ଼ପ ବିଜେରେ ମହାପ୍ରଭୁ ମସ୍ତକରେ ତୁଳସୀ, ସୋଲ ଏବଂ ବିଭିନ୍ନ ଫୁଲରେ ନିର୍ମିତ ଟାହିଆ ମଣ୍ଡିତ ହୋଇ ଭକ୍ତଜନଙ୍କୁ…

ଟିଏମ୍‌ସି ନେତା ଅଭିଷେକଙ୍କ କାର୍ଯ୍ୟାଳୟ ଭାଙ୍ଗିଲା ପ୍ରଶାସନ

କୋଲକାତା,୧୮।୭: ଟିଏମ୍‌ସିର ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ତଥା ଲୋକ ସଭା ସଦସ୍ୟ ଅଭିଷେକ ବାନାର୍ଜୀଙ୍କ ଦଳୀୟ କାର୍ଯ୍ୟାଳୟ ଉପରେ ଶନିବାର ବୁଲ୍‌ଡୋଜର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଉକ୍ତ…

ଲଘୁଚାପ ବର୍ଷାରେ ବୁଡ଼ିଲା ବିଦ୍ୟାଳୟ, ଶ୍ରେଣୀ ଗୃହରେ ବିଷଧର ସାପ ପଶିବାରୁ ଆତଙ୍କ: ସାମ୍ନାକୁ ଆସିଲା ‘୫ଟି’ ରୂପାନ୍ତରୀକରଣର…

ଧାମନଗର, ୧୮।୭ (ସନ୍ତୋଷ କୁମାର ମହାପାତ୍ର): ଲଘୁଚାପ ଜନିତ ପ୍ରବଳ ବର୍ଷାରେ ଭଦ୍ରକ ଜିଲା ଧାମନଗର ବ୍ଲକର ବିଭିନ୍ନ ଅଞ୍ଚଳ ଜଳମଗ୍ନ ହୋଇପଡ଼ିଛି। ବନ୍ୟା ଓ ଜଳବନ୍ଦୀ…

ଘୋଷଣା ହେଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର, ଲହରୀ ଶ୍ରେଷ୍ଠ ଓଡ଼ିଆ ଫିଲ୍ମ

ନୂଆଦିଲ୍ଲୀ,୧୮।୭: ୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଶନିବାର ଘୋଷଣା କରାଯାଇଛି। ରାଜ କୁମାର ରାଓ ଅଭିନୀତ ଶ୍ରୀକାନ୍ତ ଶ୍ରେଷ୍ଠ ହିନ୍ଦୀ ଚଳଚ୍ଚିତ୍ର ଭାବେ ମନୋନୀତ ହୋଇଛି। ମାମୁଟ୍ଟି…

ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌.ଡି. ଦେବଗୌଡାଙ୍କ ପତ୍ନୀ ଚେନ୍ନମ୍ମାଙ୍କ ପରଲୋକ

ବେଙ୍ଗାଲୁରୁ,୧୮।୭: ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌.ଡି. ଦେବଗୌଡାଙ୍କ ପତ୍ନୀ ଚେନ୍ନମ୍ମାଙ୍କ ଶନିବାର ସନ୍ଧ୍ୟାରେ ବେଙ୍ଗାଲୁରୁର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଯାଇଛି। ଅପରାହ୍ନ ୪ଟାରେ ତାଙ୍କର ହୃଦଘାତରେ…

କେସିଙ୍ଗାର ଜଣଙ୍କ ପରେ ଜଣେ ଝିଅ ଆଣୁଛନ୍ତି ସୁନାମ, ଏବେ ଅଞ୍ଚଳ ପାଇଁ ଗୌରବ ଆଣିଲେ ଅନିନ୍ଦିତା

କେସିଙ୍ଗା,୧୮ା୭(ତୁମେଶ୍ୱର ସାହୁ): କିଛିଦିନ ତଳେ କେସିଙ୍ଗାର ଦୁଇ ଝିଅ ଓପିଏସ୍‌ସିରେ ଉତ୍ତୀର୍ଣ୍ଣ ହୋଇ ସମଗ୍ର ଜିଲା ତଥା ରାଜ୍ୟରେ ଚହଳ ପକାଇଥିବାବେଳେ ଆଉ ଜଣେ ଆସିଷ୍ଟାଣ୍ଟ ପ୍ରଫେସର…

Sonam Wangchuk: ଅନଶନରେ ବସିଥିବା ସୋନମ ୱାଙ୍ଗଚୁକ କିପରି ଟଙ୍କା ରୋଜଗାର କରନ୍ତି, ବର୍ତ୍ତମାନ ତାଙ୍କର ସମ୍ପତ୍ତି କେତେ? ଜାଣନ୍ତୁ…

ନୂଆଦିଲ୍ଲୀ,୧୮।୭: ପରିବେଶ କର୍ମୀ, ଇଞ୍ଜିନିୟର ଏବଂ ଶିକ୍ଷା ସଂସ୍କାରକ ସୋନମ ୱାଙ୍ଗଚୁକ ବର୍ତ୍ତମାନ ଦିଲ୍ଲୀର ଜନ୍ତର ମନ୍ତରରେ ଅନଶନରେ ଅଛନ୍ତି। ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଅବନତି ପରେ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri