Posted inଜାତୀୟ

ଦେଶବାସୀଙ୍କୁ ସମ୍ବୋଧିତ କଲେ ମୋଦି, କହିଲେ ବିରୋଧୀ ନାରୀଙ୍କ ଆତ୍ମସମ୍ମାନକୁ…

ନୂଆଦିଲ୍ଲୀ,୧୮ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ରାତିରେ ଦେଶକୁ ସମ୍ବୋଧିତ କରିଛନ୍ତି। ନାରୀଶକ୍ତିକୁ କିପରି ରୋକାଯାଉଛି ଦେଶବାସୀ ଦେଖିଲେ ବୋଲି ପ୍ରଧାନମନ୍ତ୍ରୀ ସମ୍ବୋଧିତ କରି କହିଛନ୍ତି। ଏପରିକି ବିରୋଧୀ କଂଗ୍ରେସ, ଡିଏମ୍‌କେ, ଟିଏମ୍‌ସି ଏବଂ ସମାଜବାଦୀ ପାର୍ଟିକୁ ଟାର୍ଗେଟ କରିଛନ୍ତି।

ବିରୋଧୀ ନାରୀଙ୍କ ଆତ୍ମସମ୍ମାନ ଉପରେ ଆଞ୍ଚ ଆଣିଛନ୍ତି। ମହିଳା ସବୁ ଭୁଲି ପାରିବେ, ହେଲେ ଅସମ୍ମାନକୁ ଭୁଲିପାରିବେ ନାହିଁ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ନାରୀ ଶକ୍ତି ବନ୍ଦନ ଅଧିନିୟମ କାଟ ଖାଇଲା ବେଳେ ବିରୋଧୀ ଖୁସି ମନାଇଲେ। ବିରୋଧୀ ଯେଉଁ ପାପ କରିଛନ୍ତି, ତାହାର ସଜା ଭୋଗିବେ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

ସୂଚନା ଯୋଗ୍ୟ, ସରକାର ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ସହିତ ଜଡ଼ିତ ୧୩୧ତମ ସଂଶୋଧନ ବିଲ ପାସ କରିବାରେ ବିଫଳ ହୋଇଥିଲେ। ଏହା ସଂସଦରେ ଆସନ ସଂଖ୍ୟା ୫୪୩ରୁ ୮୫୦କୁ ବୃଦ୍ଧି କରିବା ପାଇଁ ବ୍ୟବସ୍ଥା କରିଥିଲା। ଲୋକ ସଭାରେ ବିଲ ଉପରେ ୨୧ ଘଣ୍ଟା ଆଲୋଚନା ପରେ ଭୋଟିଂ ହୋଇଥିଲା। ଉପସ୍ଥିତ ୫୨୮ ଏମ୍‌ପି ସେମାନଙ୍କର ମତ ଦେଇଥିଲେ। ସପକ୍ଷରେ ୨୯୮ ଏବଂ ବିପକ୍ଷରେ ୨୩୦ ଭୋଟ ଥିଲା। ବିଲ ପାସ କରିବା ପାଇଁ ଦୁଇ-ତୃତୀୟାଂଶ ବହୁମତ ଆବଶ୍ୟକ ଥିଲା। ୫୨୮ରୁ ଦୁଇ-ତୃତୀୟାଂଶ ହେଉଛି ୩୫୨। ତେଣୁ ବିଲ ୫୪ ଭୋଟ୍‌ରେ ପରାଜିତ ହୋଇଥିଲା। ଏହାର ପ୍ରତିବାଦରେ ଭାଜପା ମହିଳା ଏମ୍‌ପିମାନେ ବିରୋଧୀଙ୍କ ବିରୋଧରେ ପ୍ରବଳ ପ୍ରତିବାଦ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?