Posted inଜାତୀୟ

୨୦୨୪ରେ ପୁଣି ମୋଦି

ନୂଆଦିଲ୍ଲୀ,୧୩ା୮: ଦେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟତା ଅକ୍ଷୁଣ୍ଣ ରହିଛି। ୨୦୨୪ ଲୋକ ସଭା ନିର୍ବାଚନରେ ଭାଜପା ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ପୁନର୍ବାର ବିଜୟୀ ହେବ ବୋଲି ଏକ ସର୍ଭେରୁ ଜଣାପଡ଼ିଛି।
ସାଧାରଣ ନିର୍ବାଚନକୁ ଦୁଇବର୍ଷରୁ କମ୍‌ ସମୟ ବାକି ଥିବାବେଳେ ଏହାର ସମ୍ଭାବ୍ୟ ପରିଣାମକୁ ନେଇ ପତ୍ରିକା ‘ଇଣ୍ଡିଆ ଟୁଡେ’ ସହ ପୁଲିଂ ଏଜେନ୍ସି ‘ସି ଭୋଟର’ ପକ୍ଷରୁ ମିଳିତ ଭାବେ ସର୍ବେକ୍ଷଣ କରାଯାଇଥିଲା। ଗତ ଫେବୃୟାରୀରୁ ଅଗଷ୍ଟ ମଧ୍ୟରେ କରାଯାଇଥିବା ମୁଡ୍‌ ଅଫ୍‌ ଦି ନେଶନ୍‌ ସର୍ଭେରେ ୧,୨୨,୦୧୬ ଜଣଙ୍କ ମତାମତ ନିଆଯାଇଥିଲା। ସେତେବେଳେ ୫୪୩ ଆସନ ବିଶିଷ୍ଟ ଲୋକ ସଭାରେ ଶାସକ ମେଣ୍ଟ ୩୦୭ ଆସନ ଦଖଲ କରିବ ବୋଲି ଆକଳନ କରାଯାଇଥିଲା। କିନ୍ତୁ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସଂଯୁକ୍ତ ଜନତା ଦଳ (ଜେଡିୟୁ) ଏନ୍‌ଡିଏରୁ ଓହରିଯିବା ପରେ ମେଣ୍ଟ ଉପରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଏନ୍‌ଡିଏକୁ ୨୮୬ ଆସନରେ ସଫଳତା ମିଳିବ ବୋଲି ଏଥିରେ କୁହାଯାଇଛି। ପ୍ରାୟ ୫୩% ମତଦାତା ମୋଦିଙ୍କୁ ପୁନର୍ବାର ପ୍ରଧାନମନ୍ତ୍ରୀ ରୂପେ ଦେଖିବାକୁ ଚାହୁଁଥିବା କହିଛନ୍ତି। କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସପକ୍ଷରେ ୯% ଓ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ଆବାହକ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ସପକ୍ଷରେ ମାତ୍ର ୭% ସମର୍ଥନ ରହିଥିବା ଉକ୍ତ ସର୍ଭେରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର; ଭାଜପା ଛାଡ଼ି ଏହି ଦଳରେ ହେବେ ସାମିଲ, ସାମ୍ନାକୁ ଆସିଲା ଫଟୋ

ଲକ୍ଷ୍ନୌ,୧୧।୧୦: ଭାଜପାରୁ ଇସ୍ତଫା ଦେଇଥିବା ଉତ୍ତରପ୍ରଦେଶର ଆଁଓଲା ଲୋକସଭା ଆସନର ପୂର୍ବତନ ଏମପି ଧର୍ମେନ୍ଦ୍ର କଶ୍ୟପ ରବିବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କୁ…

ବିବାହର ୩ ଦିନ ପରେ ବୋହୂଙ୍କ ଭୟଙ୍କର କାଣ୍ଡ! ପୂରା ପରିବାରକୁ ଦେଇଦେଲେ ମୂଷାମରା ଔଷଧ, ତାପରେ….

ମୁମ୍ବାଇ,୧୧।୧୦: ବିବାହର ଖୁସି ମନାଉଥିବା ପରିବାରରେ ହଠାତ୍‌ ଖେଳିଗଲା ଆତଙ୍କ । ବିବାହର ମାତ୍ର ୭୨ ଘଣ୍ଟା ମଧ୍ୟରେ ନବବଧୂ ନିଜ ସ୍ୱାମୀଙ୍କ ସମେତ ଶାଶୂଘରର ଅନ୍ୟ…

ଯାତ୍ରୀ ଛାନିଆ! ମଝି ଆକାଶରେ ଇଣ୍ଡିଗୋ ବିମାନରେ ଲାଗିଗଲା ନିଆଁ, ଓଭରହେଡ୍‌ କ୍ୟାବିନ୍‌ରେ ଜଳିଲା…..

ନୂଆଦିଲ୍ଲୀ,୧୧।୧୦: ଆକାଶରେ ଉଡ଼ୁଥିବା ବେଳେ ଇଣ୍ଡିଗୋ ବିମାନରେ ହଠାତ୍‌ ଲାଗିଗଲା ନିଆଁ । ରବିବାର ଦିନ ଦିଲ୍ଲୀରୁ ଚେନ୍ନାଇ ଯାଉଥିବା ଇଣ୍ଡିଗୋ ବିମାନରେ ଏଭଳି ଏକ ଘଟଣା…

କଂଗ୍ରେସ କାର୍ଯ୍ୟାଳୟରେ ଧସ୍ତାଧସ୍ତି ସହ ଚାପୁଡ଼ା ମାଡ଼; ରାଗରେ ବାହାରିଗଲେ ଅଜୟ

ଲକ୍ଷ୍ନୌ,୧୧।୧୦: ରବିବାର ଉତ୍ତର ପ୍ରଦେଶ କଂଗ୍ରେସ ମୁଖ୍ୟାଳୟରେ ନବନିଯୁକ୍ତ ରାଜ୍ୟ ସଭାପତି ଆରାଧନା ମିଶ୍ର ‘ମୋନା’ଙ୍କ ଦାୟିତ୍ୱ ଗ୍ରହଣ ଉତ୍ସବ ସମୟରେ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ପୂର୍ବତନ…

CM ବିଜୟଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ମୋଦି, କେନ୍ଦ୍ରରୁ ଯାହା….

ଚେନ୍ନାଇ,୧୧।୧୦: ତାମିଲନାଡୁକୁ ବିକାଶର ନୂଆ ଶିଖରରେ ପହଞ୍ଚାଇବା ପାଇଁ କେନ୍ଦ୍ର ସରକାର ସମସ୍ତ ପ୍ରକାରର ସହଯୋଗ ଯୋଗାଇଦେବେ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରବିବାର ଚେନ୍ନାଇରେ…

ମାସିକ ୧୮ ହଜାର ଦରମାରେ କୋଟିପତି ହେବାକୁ ଚାହୁଁଛନ୍ତି କି? ୨୬ ବର୍ଷୀୟ ଯୁବକଙ୍କ କମାଲକୁ ନେଇ ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୧୧।୧୦: ଦୃଢ଼ ଇଚ୍ଛାଶକ୍ତି, ନୂଆ କୌଶଳ ଶିଖିବାର ଆଗ୍ରହ ଏବଂ ନିୟମିତ ସଞ୍ଚୟ-ନିବେଶର ଅଭ୍ୟାସ ଜଣେ ଯୁବକଙ୍କ ଜୀବନକୁ କିପରି ବଦଳାଇପାରେ, ତାହାର ଉଦାହରଣ ହେଉଛନ୍ତି ମଧ୍ୟପ୍ରଦେଶ…

ମୋଦିଙ୍କୁ ସ୍ବାଗତ କଲେ ମୁଖ୍ୟମନ୍ତ୍ରୀ ବିଜୟ

ଚେନ୍ନାଇ,୧୧।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର (ଅକ୍ଟୋବର ୧୧) ଚେନ୍ନାଇରେ ପହଞ୍ଚିଛନ୍ତି। ସେଠାରେ ସେ ୧୩,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?