ଆଜି ଆସିବେ ମୋଦି, ନଡ୍ଡା

ଭୁବନେଶ୍ୱର, ୫।୫(ସୁନିତ୍‌ ମିଶ୍ର)ନିର୍ବାଚନ ପ୍ରଚାର ପାଇଁ ଭାଜପା କେନ୍ଦ୍ରୀୟ ନେତାମାନଙ୍କ ଘନ ଘନ ଓଡ଼ିଶା ଗସ୍ତ କରୁଛନ୍ତି। ନିକଟରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କ ସମେତ କେତେଜଣ କେନ୍ଦ୍ରମନ୍ତ୍ରୀ ଓଡ଼ିଶାର ବିଭିନ୍ନ ସ୍ଥାନରେ ଦଳୀୟ ପ୍ରାର୍ଥୀଙ୍କ ପ୍ରଚାର କରିଛନ୍ତି। ଏହିକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାରମ୍ବାର ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି। ତଦନୁଯାୟୀ ରବିବାର ବିଳମ୍ବିତ ସାରେ ମୋଦି ଭୁବନେଶ୍ୱରଠାରେ ପହଞ୍ଚିବେ। ଏହାପରେ ସେ ରାଜଭବନରେ ରାତ୍ରିଯାପନ କରିବା କାର୍ଯ୍ୟକ୍ରମ ରହିଛି। ୬ ତାରିଖ ସକାଳେ ବ୍ରହ୍ମପୁର ଅଭିମୁଖେ ପ୍ରଧାନମନ୍ତ୍ରୀ ଗସ୍ତ କରିବେ। ପ୍ରଥମେ ବ୍ରହ୍ମପୁରରେ ବିଶାଳ ସମାବେଶରେ ସେ ଯୋଗଦେବେ। ଏହାପରେ ନବରଙ୍ଗପୁରଠାରେ ଆୟୋଜିତ ଏକ ବଡ଼ ଜନସଭାରେ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିବା କାର୍ଯ୍ୟକ୍ରମ ରହିଛି। ମୋଦିଙ୍କ ଗସ୍ତ ପୂର୍ବରୁ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡା ମଧ୍ୟ ଦଳୀୟ ପ୍ରଚାର ପାଇଁ ରବିବାର ଅପରାହ୍ନ ୩ଟାରେ ଭୁବନେଶ୍ୱର ପହଞ୍ଚତ୍ବେ।

ନିର୍ବାଚନୀ ତାରିଖ ଘୋଷଣା ହେବା ପରେ ପ୍ରଧାନମନ୍ତ୍ରୀ ପ୍ରଥମ ଥର ପାଇଁ ପ୍ରଚାର ମଇଦାନକୁ ଓହ୍ଲାଉଛନ୍ତି। ସେ ତାଙ୍କ ଉଦ୍‌ବୋଧନରେ କ’ଣ କହିବେ ଏହା ଉପରେ ସମସ୍ତଙ୍କ ନଜର ରହିଛି। ଅନ୍ୟପଟେ ପ୍ରଧାନମନ୍ତ୍ରୀ ଆସନ୍ତା ୧୦ ତାରିଖରେ ପୁଣି ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ବୋଲି ସୂଚନା ମିଳିଛି। ୧୦ରେ ସେ ଭୁବନେଶ୍ୱରଠାରେ ରୋଡ୍‌ ଶୋ’ କରିବାକୁ ଥିବାବେଳେ ୧୧ ତାରିଖରେ ବଲାଙ୍ଗୀରଠାରେ ଆୟୋଜିତ ଏକ ସାଧାରଣ ସଭାରେ ଯୋଗଦେବେ ବୋଲି ଜଣାପଡ଼ିଛି। ନିର୍ବାଚନ ଭିତରେ ମୋଦି ୫ରୁ ୬ ଥର ଓଡ଼ିଶା ଆସିବା କାର୍ଯ୍ୟକ୍ରମ ଥିବା ଜଣାପଡିଛି। ମୋଦିଙ୍କ ଗସ୍ତ ନେଇ ଭୁବନେଶ୍ୱରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ବିମାନବନ୍ଦରଠାରୁ ରାଜଭବନ ପର୍ଯ୍ୟନ୍ତ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଥିବା ଭୁବନେଶ୍ୱର ଡିସିପି ପ୍ରତୀକ ସିଂ ସୂଚନା
ଦେଇଛନ୍ତି। ସେ କହିଛନ୍ତି, ରାଜଭବନରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ସୁରକ୍ଷା ଦାୟିତ୍ୱରେ ୩ ଜଣ ଡିସିପି, ୧୦ ଜଣ ଏସିପି, ୧୭ ଜଣ ଆଇଆଇସି, ୯୦ ଏସ୍‌ଆଇ/ଏଏସ୍‌ଆଇ ଅଛନ୍ତି। ଏହାସହ ସିଆଇଏସ୍‌ଏଫ୍‌ଙ୍କ ସହ ୨୦ ପ୍ଲାଟୁନ୍‌ ଫୋର୍ସ ମୁତୟନ କରାଯିବ। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡା ରବିବାର ଅପରାହ୍ନରେ ଭୁବନେଶ୍ୱରରେ ପହଞ୍ଚିବା ପରେ ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚନ କରିବା କାର୍ଯ୍ୟକ୍ରମ ରହିଛି। ଏହାପରେ ସେ ଦଳର ବରିଷ୍ଠ ନେତାମାନଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିବେ। ସାରେ କଟକଠାରେ କାର୍ଯ୍ୟକର୍ତ୍ତା ବୈଠକରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ସେହିପରି ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ୨ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସେ ଭୁବନେଶ୍ୱର ଠାରେ ପହଞ୍ଚିବା ପରେ ଏଡିଟର୍ସ ମିଟ୍‌ କରିଛନ୍ତି। ଏହା ସହ ସେ ବୁଦ୍ଧିଜୀବୀଙ୍କୁ ଭେଟିବା ସହ ଏକ ଖବରଦାତା ସମ୍ମିଳନୀ ମଧ୍ୟ କରିଛନ୍ତି। ଜୟଶଙ୍କରଙ୍କ ଏହି ୨ଦିନର ଗସ୍ତ ବେଳେ ଭୁବନେଶ୍ୱର, କଟକ ଓ ସମ୍ବଲପୁରରେ ଦଳୀୟ କାର୍ଯ୍ୟକ୍ରମରେ ଯୋଗଦେବା ସହ କାର୍ଯ୍ୟକର୍ତ୍ତାଙ୍କ ସହିତ ଆଲୋଚନା କରିବେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଛୁଟି ପରେ ମଧ୍ୟାହ୍ନଭୋଜନ ଚାଉଳ ଅଟୋରେ ନେବା ଘଟଣା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷୟିତ୍ରୀ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାର ଝରିଗାଁ ବ୍ଲକ ଅନ୍ତର୍ଗତ ମାଝୀଗୁଡ଼ା ସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ଗତ ଶୁକ୍ରବାର ବିଦ୍ୟାଳୟ ଛୁଟି ହେବା ପରେ ଏକ ଅଟୋରେ…

ତାରିକ ରହମାନଙ୍କ ଭାରତ ଗସ୍ତ ପୂର୍ବରୁ ବାଂଲାଦେଶ ରଖିଛି ବଡ଼ ସର୍ତ୍ତ

ଢାକା,୧୬।୮: ବାଂଲାଦେଶ ରବିବାର କହିଛି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏବଂ ଢାକା ଦ୍ୱାରା ଚାହୁଁଥିବା ଅନ୍ୟ ପଳାତକଙ୍କୁ ଭାରତ ସରକାର ପ୍ରତ୍ୟାର୍ପଣ ପ୍ରକ୍ରିୟାକୁ ଆଗକୁ…

୨୦୨୯ ନିର୍ବାଚନ ପାଇଁ BJPର ମାଷ୍ଟରପ୍ଲାନ୍‌, କାଲି ଘୋଷଣା ହେବ ନୂଆ ଟିମ୍‌! ଏହି ନେତାଙ୍କୁ ମିଳିବ ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୬।୮: ଭାଜପାରେ ଖୁବ୍‌ଶୀଘ୍ର ଏକ ବଡ଼ ସାଂଗଠନିକ ପୁନର୍ଗଠନ ହେବାକୁ ଯାଉଛି । ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନେତୃତ୍ୱରେ ଦଳର ନୂଆ ଟିମ୍‌ ଘୋଷଣା…

ବୁଲାବୁଲି କି ଦାମୀ ପୋଷାକ ନୁହେଁ, ଦରମାର ୭୦% ଏହି କାମରେ ଖର୍ଚ୍ଚ କରନ୍ତି Gen Z

ନୂଆଦିଲ୍ଲୀ,୧୬।୮: ସୋସିଆଲ ମିଡିଆରେ ବର୍ତ୍ତମାନ ସମୟରେ Gen Zଙ୍କ ଟ୍ରେଣ୍ଡ, ଲାଇଫଷ୍ଟାଇଲ୍‌ ଓ ଖର୍ଚ୍ଚକୁ ନେଇ ଚର୍ଚ୍ଚା ଲାଗିରହିଛି । ଅନେକଙ୍କ ଧାରଣା ଯେ, ଯୁବପିଢ଼ି ଅଧିକ…

ବ୍ୟବସାୟୀ ଅପହରଣ ମାମଲା: ହନୁମାନ ପଇସା ପାଇଁ ଅଭିଯୁକ୍ତ ଦେଇଛନ୍ତି ୨ କୋଟି ୭୦ ଲକ୍ଷ, ଏସ୍‌ପି କହିଲେ ଆହୁରି…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ ଗୁଣ୍ଡା ଅପହରଣ ମାମଲାରେ ବୌଦ୍ଧ ଜିଲା କଣ୍ଟାମାଳ ଅଞ୍ଚଳର କ୍ଷୀତିଶ ସାହୁଙ୍କୁ ଭୁବନେଶ୍ବରରୁ ଗିରଫ…

ଅଭିରାମ ଲେଙ୍କାଙ୍କୁ ମିଳିଲା ଶ୍ରେଷ୍ଠ ଶିକ୍ଷକ ସମ୍ମାନ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଷ୍ଟାଡିୟମଠାରେ ଶନିବାର ଆୟୋଜିତ ୮୦ତମ ସ୍ବାଧୀନତା ଦିବସ ପାଳନ ଅବସରରେ ଶ୍ରେଷ୍ଠ ଶିକ୍ଷକ ଭାବେ ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ…

‘ଯଦି ତୁମର ଲଜ୍ଜା ଅଛି, ତେବେ ହାତ ଯୋଡି ୧୪୦ କୋଟି ଜନତାଙ୍କୁ କ୍ଷମା ମାଗ’, କାହିଁକି ସୋନିଆଙ୍କୁ ଏମିତି କହିଲେ ଶାହା

ନୂଆଦିଲ୍ଲୀ,୧୬।୮: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ବର୍ତ୍ତମାନ ରାଜସ୍ଥାନ ଗସ୍ତରେ ଅଛନ୍ତି। ତାଙ୍କ ଗସ୍ତ ସମୟରେ ସେ ମନ୍ତବ୍ୟ ଦେଇଥିଲେ ଯେ କଂଗ୍ରେସ ଦଳର ମୁଖ୍ୟାଳୟରେ ‘ବନ୍ଦେ…

ସ୍ପଷ୍ଟଚିହ୍ନିତ ଲଘୁଚାପ: ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବା

ଭୁବନେଶ୍ୱର, ୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri