ଭୁବନେଶ୍ୱରରେ ପହଞ୍ଚିଲେ ମୋଦି, ବିମାନବନ୍ଦରରେ କରାଗଲା ଭବ୍ୟ ସ୍ବାଗତ

ଭୁବନେଶ୍ୱର,୨୯ା୧୧: ଶୁକ୍ରବାର ଅପରାହ୍ନରେ ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ଆସି ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବାବେଳେ ସର୍ବଭାରତୀୟ ସ୍ତରରେ ଆୟୋଜିତ ୫୯ ଡିଜିପି ସମ୍ମିଳନୀରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

ବିମାନବନ୍ଦରରେ ପ୍ରଧାନମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ପରେ ସେ ଏକ କାର୍‌ରେ ସଭାସ୍ଥଳକୁ ଯାଇଛନ୍ତି। ମୋଦିଙ୍କୁ ପାଛୋଟି ଆଣିବା ପାଇଁ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ କନକ ବର୍ଦ୍ଧନ ସିଂଦେଓ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ବିମାନବନ୍ଦରରେ ଉପସ୍ଥିତ ଥିଲେ। ଏହା ପୂର୍ବରୁ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ଅଜିତ ଡୋଭାଲ ଏବଂ ଅଶ୍ୱିନୀ ବୈଷ୍ଣବ ମଧ୍ୟ ପହଞ୍ଚି ସାରିଥିଲେ।

ସର୍ବଭାରତୀୟ ୫୯ତମ ଡିଜି-ଆଇଜି ସମ୍ମିଳନୀ ଭୁବନେଶ୍ୱରରେ ଶୁକ୍ରବାର ଆରମ୍ଭ ହୋଇ ଡିସେମ୍ବର ୧ପର୍ଯ୍ୟନ୍ତ ତିନିଦିନ ଧରି ଅନୁଷ୍ଠିତ ହେବ। ଗୁରୁବାର ଭୁବନେଶ୍ୱରରେ ୩ଟି ରାଜ୍ୟର ପ୍ରତିନିଧିଙ୍କ ସମେତ ପ୍ରାୟ ୩୦ରୁ ଅଧିକ ଅଧିକାରୀ ପହଞ୍ଚତ୍ ସାରିଲେଣି। ଗୋଇନ୍ଦା ନିର୍ଦ୍ଦେଶକ ତପନ ଡେକା ମଧ୍ୟ ପହଞ୍ଚତ୍ ସାରିଛନ୍ତି। ତେଣୁ ସମସ୍ତଙ୍କ ସୁରକ୍ଷା ପାଇଁ କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ସରିଥିବାବେଳେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏପରି କି ଅତିଥିଙ୍କୁ ସ୍ବାଗତ ଓ ସହାୟତା ପାଇଁ ବିମାନବନ୍ଦରରେ କମିଶନରେଟ ପୋଲିସ ପକ୍ଷରୁ କ୍ୟାମ୍ପ ସାଙ୍ଗକୁ ୨ଟି ହେଲ୍ପ ଡେସ୍କ ଖୋଲାଯାଇଛି। ସେହିପରି ସହରର ସମସ୍ତ ଏଣ୍ଟ୍ରି ପଏଣ୍ଟକୁ ସିଲ୍‌ କରି ପୋଲିସ ଓ ବିଏସ୍‌ଏଫ୍‌ କଡ଼ା ଯାଞ୍ଚ କରୁଛନ୍ତି। ଭାଜପା ରାଜ୍ୟ କାର୍ଯ୍ୟାଳୟରେ ପୋଲିସ ସନ୍ଧାନୀ କୁକୁର ସହାୟତାରେ ଗୁରୁବାର ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛି। ଏହାସହ ବିମାନବନ୍ଦର, ଲୋକ ସେବାଭବନ, ରାଜଭବନ ଓ ରାଜ୍ୟ ଅତିଥିଭବନ, ମୈତ୍ରୀବିହାର, ଚନ୍ଦ୍ରଶେଖରପୁରରେ ଥିବା ଆଇପିଏସ୍‌ ମେସ୍‌ ସହିତ ପ୍ରମୁଖ ଅଞ୍ଚଳରେ ପୋଲିସ କଡ଼ା ପହରା ଦେବା ସହ ନୋ ଫ୍ଲାଏ ଜୋନ୍‌ ଘୋଷଣା କରାଯାଇଛି। ସେହିଭଳି ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ବ୍ଲୁ ବୁକ ଅନୁଯାୟୀ କଡ଼ା ସୁରକ୍ଷା ବନ୍ଦୋବସ୍ତ କରାଯାଇଛି। ଏଥିପାଇଁ ଗୁରୁବାର ପୋଲିସ ପକ୍ଷରୁ କାର୍‌କେଡ୍‌ ରିହରସାଲ୍‌ କରାଯାଇଛି। ବିମାନବନ୍ଦରଠାରୁ ରାଜଭବନ ପର୍ଯ୍ୟନ୍ତ ରିହରସାଲ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ଶେୟାର ମାର୍କେଟ୍‌ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ଟ୍ରମ୍ପ: ବ୍ୟାକ୍‌ଫୁଟ୍‌ରେ ଆମେରିକା

ଓ୍ବାଶିଂଟନ୍‌,୧୯।୩: ମଧ୍ୟପ୍ରାଚ୍ୟରେ ଗ୍ୟାସ ସୁବିଧା ଉପରେ ଇରାନର ପ୍ରତିଶୋଧମୂଳକ ଆକ୍ରମଣ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟେନ୍‌ସନ୍‌ରେ ପକାଇ ଦେଇଛି। ଏକ ବିବୃତ୍ତି ଜାରି କରି ସେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri