ଭୁବନେଶ୍ୱରରେ ପହଞ୍ଚିଲେ ମୋଦି, ବିମାନବନ୍ଦରରେ କରାଗଲା ଭବ୍ୟ ସ୍ବାଗତ

ଭୁବନେଶ୍ୱର,୨୯ା୧୧: ଶୁକ୍ରବାର ଅପରାହ୍ନରେ ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ଆସି ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବାବେଳେ ସର୍ବଭାରତୀୟ ସ୍ତରରେ ଆୟୋଜିତ ୫୯ ଡିଜିପି ସମ୍ମିଳନୀରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

ବିମାନବନ୍ଦରରେ ପ୍ରଧାନମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ପରେ ସେ ଏକ କାର୍‌ରେ ସଭାସ୍ଥଳକୁ ଯାଇଛନ୍ତି। ମୋଦିଙ୍କୁ ପାଛୋଟି ଆଣିବା ପାଇଁ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ କନକ ବର୍ଦ୍ଧନ ସିଂଦେଓ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ବିମାନବନ୍ଦରରେ ଉପସ୍ଥିତ ଥିଲେ। ଏହା ପୂର୍ବରୁ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ଅଜିତ ଡୋଭାଲ ଏବଂ ଅଶ୍ୱିନୀ ବୈଷ୍ଣବ ମଧ୍ୟ ପହଞ୍ଚି ସାରିଥିଲେ।

ସର୍ବଭାରତୀୟ ୫୯ତମ ଡିଜି-ଆଇଜି ସମ୍ମିଳନୀ ଭୁବନେଶ୍ୱରରେ ଶୁକ୍ରବାର ଆରମ୍ଭ ହୋଇ ଡିସେମ୍ବର ୧ପର୍ଯ୍ୟନ୍ତ ତିନିଦିନ ଧରି ଅନୁଷ୍ଠିତ ହେବ। ଗୁରୁବାର ଭୁବନେଶ୍ୱରରେ ୩ଟି ରାଜ୍ୟର ପ୍ରତିନିଧିଙ୍କ ସମେତ ପ୍ରାୟ ୩୦ରୁ ଅଧିକ ଅଧିକାରୀ ପହଞ୍ଚତ୍ ସାରିଲେଣି। ଗୋଇନ୍ଦା ନିର୍ଦ୍ଦେଶକ ତପନ ଡେକା ମଧ୍ୟ ପହଞ୍ଚତ୍ ସାରିଛନ୍ତି। ତେଣୁ ସମସ୍ତଙ୍କ ସୁରକ୍ଷା ପାଇଁ କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ସରିଥିବାବେଳେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏପରି କି ଅତିଥିଙ୍କୁ ସ୍ବାଗତ ଓ ସହାୟତା ପାଇଁ ବିମାନବନ୍ଦରରେ କମିଶନରେଟ ପୋଲିସ ପକ୍ଷରୁ କ୍ୟାମ୍ପ ସାଙ୍ଗକୁ ୨ଟି ହେଲ୍ପ ଡେସ୍କ ଖୋଲାଯାଇଛି। ସେହିପରି ସହରର ସମସ୍ତ ଏଣ୍ଟ୍ରି ପଏଣ୍ଟକୁ ସିଲ୍‌ କରି ପୋଲିସ ଓ ବିଏସ୍‌ଏଫ୍‌ କଡ଼ା ଯାଞ୍ଚ କରୁଛନ୍ତି। ଭାଜପା ରାଜ୍ୟ କାର୍ଯ୍ୟାଳୟରେ ପୋଲିସ ସନ୍ଧାନୀ କୁକୁର ସହାୟତାରେ ଗୁରୁବାର ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛି। ଏହାସହ ବିମାନବନ୍ଦର, ଲୋକ ସେବାଭବନ, ରାଜଭବନ ଓ ରାଜ୍ୟ ଅତିଥିଭବନ, ମୈତ୍ରୀବିହାର, ଚନ୍ଦ୍ରଶେଖରପୁରରେ ଥିବା ଆଇପିଏସ୍‌ ମେସ୍‌ ସହିତ ପ୍ରମୁଖ ଅଞ୍ଚଳରେ ପୋଲିସ କଡ଼ା ପହରା ଦେବା ସହ ନୋ ଫ୍ଲାଏ ଜୋନ୍‌ ଘୋଷଣା କରାଯାଇଛି। ସେହିଭଳି ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ବ୍ଲୁ ବୁକ ଅନୁଯାୟୀ କଡ଼ା ସୁରକ୍ଷା ବନ୍ଦୋବସ୍ତ କରାଯାଇଛି। ଏଥିପାଇଁ ଗୁରୁବାର ପୋଲିସ ପକ୍ଷରୁ କାର୍‌କେଡ୍‌ ରିହରସାଲ୍‌ କରାଯାଇଛି। ବିମାନବନ୍ଦରଠାରୁ ରାଜଭବନ ପର୍ଯ୍ୟନ୍ତ ରିହରସାଲ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିଳ୍ପ ଅଭିବୃଦ୍ଧିରେ ସଂଘବାଦ ପ୍ରତିବନ୍ଧକ

ନୂଆଦିଲ୍ଲୀ,୩୦ା୧: ଘରୋଇ ସହାୟକମାନଙ୍କ ନିମନ୍ତେ ଏକ ବିସ୍ତୃତ ଆଇନଗତ ଢାଞ୍ଚା ପ୍ରସ୍ତୁତ କରିବା ସହ ସର୍ବନିମ୍ନ ମଜୁରି ଲାଗୁ କରିବା ପାଇଁ ନିର୍ଦ୍ଦେଶ ଦେବା ଲାଗି ଦାଏର…

ବିରାଟ କୋହଲିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ବନ୍ଦ, ୨୭ କୋଟିରୁ ଅଧିକ ଥିଲେ ଫୋଲର୍ସ

ନୂଆଦିଲ୍ଲୀ,୩୦।୧: ବିଶ୍ୱର ଷ୍ଟାର କ୍ରିକେଟରମାନଙ୍କ ମଧ୍ୟରୁ ଜଣେ ପୂର୍ବତନ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ଗୁରୁବାର ବିଳମ୍ବିତ ରାତିରେ ହଠାତ୍ ନିଷ୍କ୍ରିୟ ହୋଇଯାଇଛି ।…

ପରିମାଣ ନୁହେଁ, ଗୁଣବତ୍ତାକୁ ଗୁରୁତ୍ୱ ଦେଉଛନ୍ତି ଔଷଧ କମ୍ପାନୀ

ନୂଆଦିଲ୍ଲୀ,୨୯ା୧: ଭାରତୀୟ ଔଷଧ ଶିଳ୍ପଗୁଡ଼ିକ ପରିମାଣଯୁକ୍ତ ଆଭିମୁଖ୍ୟରୁ ମୂଲ୍ୟଯୁକ୍ତ ଆଭିମୁଖ୍ୟକୁ ବଦଳୁଛନ୍ତି। ଜଟିଳ ଜେନେରିକ୍ସ, ବାୟୋସିମିଲାର୍ସ ଉପରେ ଅଧିକ ଗୁରୁତ୍ୱ ଦିଆଯିବା ସହ ଔଷଧ ଶିଳ୍ପ ମୂଲ୍ୟ ଶୃଙ୍ଖଳ…

ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ହୋଇପାରନ୍ତି ସୁନେତ୍ରା, ପ୍ରସ୍ତାବ ଦେବ ଏନ୍‌ସିପି

ମୁମ୍ବାଇ,୩୦।୧: ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ତଥା ଏନ୍‌ସିପି ନେତା ଅଜିତ ପାଓ୍ବାରଙ୍କ ପରଲୋକ ପରେ ଦଳ ମଧ୍ୟରେ କ୍ଷମତା ଲଢ଼େଇ ଆରମ୍ଭ ହୋଇଛି। ଉପମୁଖ୍ୟମନ୍ତ୍ରୀ ପଦ…

ଅସଲି ଟ୍ରେଡିଂ କମ୍ପାନୀର ଫେକ୍‌ ଆପ୍‌, ହ୍ବାଟ୍ସଆପ୍‌ ଗ୍ରୁପ କରି ଲୁଟିଥିଲେ ୯୪.୬୨ ଲକ୍ଷ ଟଙ୍କା; ୩ ଯୁବକଙ୍କୁ ବାନ୍ଧିଲା…

ଦେବଗଡ, ୨୯ା୧ (ଶଶାଙ୍କ ଶେଖର ଝାଙ୍କର): ଅବସର ପ୍ରାପ୍ତ ଜଣେ ସରକାରୀ କର୍ମଚାରୀଙ୍କ ଠାରୁ ୯୪ ଲକ୍ଷ ୬୨ ହଜାର ୪୬୧ ଟଙ୍କା ସାଇବର ଠକେଇ ଅଭିଯୋଗରେ…

ମୋରମ ପାଇଁ ପାହାଡ଼ କାଟିଦେଲା ପୂର୍ତ୍ତ ବିଭାଗ, ବାରିଝୋଲା ଗ୍ରାମବାସୀ…

ରାୟଗଡ଼ା,୨୯।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ପଞ୍ଚାୟତ ଅନ୍ତର୍ଗତ ବାରିଝୋଲା ଗ୍ରାମସ୍ଥିତ ପଦ୍ମାବତୀ ହରିକୁପା ପାହାଡ଼ରୁ ଚାଲିଛି ମୋରମ ଖନନ। ତେବେ ମୋରମ ଖନନ ଯୋଗୁ…

ଶାନ୍ତି ଆଲୋଚନା ପାଇଁ ଜେଲେନସ୍କିଙ୍କୁ ମସ୍କୋ ନିମନ୍ତ୍ରଣ କଲା ରୁଷିଆ

ନୂଆଦିଲ୍ଲୀ,୨୯।୧: ଚାରି ବର୍ଷ ଧରି ଲାଗି ରହିଥିବା ରୁଷ-ୟୁକ୍ରେନ ଯୁଦ୍ଧର ଘଟିବ ଅନ୍ତ। ଏହି କ୍ରେମଲିନ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର…

ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଟଳିପଡ଼ିଲେ ଭକ୍ତ: ମହାପ୍ରଭୁଙ୍କ ଦର୍ଶନ ହେଲା…

ପୁରୀ,୨୯ା୧(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସିଥିବା ଜଣେ ଭକ୍ତଙ୍କର ଉତ୍ତରଦ୍ୱାର ନିକଟ ପରିକ୍ରମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri